Connect with us

ଭୁବନେଶ୍ୱର ୧୭/୨ : ଓଡ଼ିଶାର ଦୀର୍ଘଦିନର ଦାବି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଦେଢ଼ଗୁଣା ବୃଦ୍ଧି ଦାବିକୁ ଆଗାମୀ ନିର୍ବାଚନରେ କ୍ଷମତାକୁ ଆସିଲେ ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ରାଜନାଥ । ଭଦ୍ରକ ରାଣୀତଲାରେ ବିଜେପି ବୁଥସ୍ତରୀୟ କାର‌୍ୟ୍ୟକ୍ରମରେ ଯୋଗଦେଇ ପୁର୍ନବାର ଓଡ଼ିଶାବାସୀଙ୍କୁ ସ୍ୱପ୍ନ ଦେଖାଇଛନ୍ତି କେନ୍ଦ୍ର ଗୃମନ୍ତ୍ରୀ ରାଜନାଥ । କହିଛନ୍ତି ଯେ, ଆଗାମୀ ନିର୍ବାଚନରେ ମୋଦି ସରକାର କ୍ଷମତାକୁ ଆସିଲେ ଓଡ଼ିଶାର ଏମଏସପି ଦେଢ଼ଗୁଣା ବୃଦ୍ଧି କରିବା ଦାବିକୁ ପୂରଣ କରାଯିବ । ଏବଂ ଯେଉଁ ଦାରଦାମ ଯାହା ଉପରେ ଲଗାଇବା ପାଇଁ ଦାବି କରିବେ ସେ ସବୁକୁ ମୋଦି ସରକାର ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ରାଜନାଥ ।
ଏପରିକି ଭାଷଣ ଆରମ୍ଭରୁ ପୁଲୱାମା ଆତଙ୍କୀ ହମଲାରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇସାରିବା ପରେ ରାଜ୍ୟ ସରକାରଙ୍କୁ ନିଶାନା କରିଛନ୍ତି ରାଜନାଥ । ଓଡ଼ିଶାର ବିକାଶ କାହିଁକି ହେଉନି ଏବଂ ସ୍ଥାନୟୀ ସରକାର ଥିଲେ ମଧ୍ୟ ଏହି ବିକାଶରେ କାହିଁକି ବାଧା ସୃଷ୍ଟି ହେଉଛି । ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକଙ୍କୁ ଆହ୍ୱାନ ଦେଇ କହିଛନ୍ତି ଯେ, ଆସନ୍ତୁ ବିଜେପି ଶାସିତ ରାଜ୍ୟର ବିକାଶ ଦେଖନ୍ତୁ । ବିଜେପି ଶାସିତ ରାଜ୍ୟର ଜିଡ଼ିପି ତୁଳନାରେ ଓଡ଼ିଶା ବହୁତ ପଛରେ ରହିଛି ବୋଲି କହି ସରକାରଙ୍କୁ ସମାଲୋଚନା କରିଛନ୍ତି ରାଜନାଥ ।
ସେହିଭଳି ଆୟୁଷ୍ମାନ ଭାରତ ଯୋଜନା ବିଶ୍ୱର ବୃହତ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା ହୋଇଥିଲେ ମଧ୍ୟ ଏହାକୁ ଓଡ଼ିଶାରେ ଲାଗୁ କରାଯାଉନି । କେଉଁ କାରଣ ରହୁଛି ବୋଲି ପ୍ରଶ୍ନ କରିଛନ୍ତି ରାଜନାଥ । ସେପଟେ କଂଗ୍ରେସକୁ ମଧ୍ୟ ନିଶାନାକୁ ନେଇ ରାହୁଲଙ୍କୁ ସମାଲୋଚନା କରିଛନ୍ତି ରାଜନାଥ । କହିଛନ୍ତି ଯେ, ଚୌକିଦାର ଚୋର ନୁହେଁ ସ୍ୱଚ୍ଛ । ଯେଉଁମାନେ ଦୁର୍ନିତିକୁ ନିଜର ରକ୍ତରେ ସାମିଲ କରିଛନ୍ତି ସେମାନେ ମୋଦି ସରକାରକୁ ସମାଲୋଚନା କରୁଛନ୍ତି ବୋଲି କହି କଂଗ୍ରେସ ଉପରେ ବର୍ଷିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ପୂର୍ବଭାରତର ବିକାଶ କେବଳ ମୋଦି ସରକାର କରି ପାରିବେ ବୋଲି କହିଛନ୍ତି ରାଜନାଥ । ତେଣୁ ହାତରେ ଆଉ ଅଳ୍ପ ସମୟ ଅଛି ତୁରନ୍ତ ସରକାର ବଦଳାଇବାର ନିଷ୍ପତି ନିଅନ୍ତୁ ଏବଂ ଓଡ଼ିଶାରେ ବିଜେପିକୁ ଶାସନ କରିବାର କ୍ଷମତା ଦେବାକୁ ଆହ୍ୱାନ ଦେଇଛନ୍ତି ରାଜନାଥ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions