Connect with us

ଭୁବନେଶ୍ୱର ୩୧/୧ : ଆମ ଦେଶ ଗରିବ ନୁହେଁ, ଲୋକେ ଗରିବ । ଗରିବି ହଟାଇବାରେ ଦେଶର ପ୍ରମୁଖ ଦଳଗୁଡ଼ିକ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଅଭିଯୋଗ କରିଛନ୍ତି ଆମ ଆଦମୀ ପାର୍ଟିର ସଭାପତି ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ଆଜି ଭୁବନେଶ୍ୱରଠାରେ ସାମାଜିକ ନ୍ୟାୟ ଅଭିଯାନ ସମାବେଶରେ ଉଦବୋଧନ ଦେଇ ସେ କହିଛନ୍ତି ଯେ, ଗତ ୭୦ ବର୍ଷ ମଧ୍ୟରେ କଂଗ୍ରେସ ଓ ବିଜେପି ଦେଶକୁ ଲୁଟି ଆସିଛନ୍ତି । ଫଳରେ ଦେଶ ଆଗେଇ ପାରିନାହିଁ ।
ଓଡ଼ିଶା ସମ୍ପର୍କରେ ମତାମତ ଦେଇ ସେ କହିଛନ୍ତି ଯେ, ଏଠାରେ ଖଣି ମାଫିଆଙ୍କ ରାଜ ଚାଲିଛି । ଓଡ଼ିଶା ବିଦ୍ୟୁତ ଉତ୍ପାଦନରେ ଅଗ୍ରଣୀ ରାଜ୍ୟ ହୋଇଥିଲେ ହେଁ, ଏଠି ବିଦ୍ୟୁତ ଦର ଅଧିକ । ଓଡ଼ିଶାରେ ବିଜେଡ଼ି ନୁହେଁ ମେଣ୍ଟ ସରକାରର ଶାସନ ଚାଲିଛି ବୋଲି ଶ୍ରୀ କେଜରିୱାଲ କହିଛନ୍ତି । ଏହି ସଭାରେ ନିକଟରେ କଂଗ୍ରେସରୁ ବହିଷ୍କୃତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ମଧ୍ୟ ଉଦବୋଧନ ଦେଇଥିଲେ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions