ଭୁବନେଶ୍ୱର:ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ
ବୁଧବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି।
ସ୍ବର୍ଗତ ରାଉତରାୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁତ୍ର। ସେ ବାସୁଦେବପୁର ବିଧାନସଭା କ୍ଷେତ୍ରରୁ ଛଅ ଥର ନିର୍ବାଚିତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଜସ୍ବ, ସ୍ୱାସ୍ଥ୍ୟ, ଜଙ୍ଗଲ ଓ ପରିବେଶ, ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀଦାଇତ୍ୱ ନର୍ବାହ କରିଥିଲେ।
ତାଙ୍କ ମୃତ୍ୟୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କଂଗ୍ରେସ ରାଜ୍ୟ ସଭାପତି ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।