Connect with us

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହାର ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକ୍‌ରେ ବର୍ଷାର ଅଭାବ ଦେଖାଦେଇଛି, ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସଂପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି।

ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡିକରେ ଜଳପ୍ରବାହ ଏବଂ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡିକ ମଧ୍ୟରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଚାଷୀ ମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ବିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀ ମାନଙ୍କୁ ଡିଜେଲ ପମ୍ଫସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଚାଷୀ ମାନଙ୍କ ଜମିକୁ ଜଳଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ସମସ୍ତ ଉଠାଜଳସେଚନ ପଏଣ୍ଟ ଗୁଡିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକ ମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ recharging ପାଇଁ ପଦକ୍ଷେପ ନେବାକୁ ଜଳସଂପଦ ବିଭାଗକୁ ପରାମର୍ଶ ଦେଇଛନ୍ତି।

ଜନସାଧାରଣ ଓ ପ୍ରାଣୀସଂପଦ ମାନଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ  ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି । ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଡି ହୋଇନାହିଁ । MGNREGAରେ ଅଧିକ କର୍ମନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ ।

ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳସଂପଦ ବିଭାଗ ନିଜସ୍ବ ବିକଳ୍ପ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ।

କଳାହଣ୍ଡି, ସୁନ୍ଦରଗଡ, ଅନୁଗୁଳ ଓ ରାୟଗଡା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସଂପର୍କରେ ସୂଚନା ଦେଇ କହିଥିଲେ ଯେ ସେପ୍ଟେମ୍ବର ମାସରେ ସ୍ବଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି ।

କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କୁ ଯେପରି ରାଜ୍ୟ ମଧ୍ୟରେ କାମ ଯୋଗାଇ ଦିଆଯାଇପାରିବ, ସେ ସଂପର୍କରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

ଉନ୍ନୟନ କମିଶନର ପି କେ ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ବୈଠକରେ ଉପସ୍ଥିତ ଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଗଙ୍ଗାଧର ବିଷୋୟୀ ଓଡ୍ର ଖଣ୍ଡାୟତ କାଳଞୀ ସମାଜ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି

Published

on

ବୁଗୁଡ଼ା :  ଓଡ୍ର ଖଣ୍ଡାୟତ କାଳଁଞୀ ସମାଜର କେନ୍ଦ୍ରୀୟ ପରିଷଦ ପକ୍ଷରୁ ଆଜି ବେତାରସିଙ୍ଗି ଅଂଚଳ ପରିଷଦର ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବୁଗୁଡ଼ା-ଭଞ୍ଜନଗର ଅଂଚଳର ଜଣାଶୁଣା ଲୋକପ୍ରିୟ ଜନନେତା ଗଙ୍ଗାଧର ବିଷୋୟୀଙ୍କୁ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି ଭାବେ ମନୋନୀତ କରାଯଇଛି l

ଅଞ୍ଚଳ ପରିଷଦର ଉପସଭାପତି ଭାବେ ଅନ୍ତର୍ଯ୍ୟାମୀ ସ୍ଵାଇଁ, ସମ୍ପାଦକ ଭାବେ ଅମ୍ବିକା ପ୍ରସାଦ ବିଷୋୟୀ, ସଂଗଠନ ସମ୍ପାଦକ ଭାବେ ଯୋଗୀ ନାହାକ,ସଂଗଠକ ଭାବେ ଲକ୍ଷ୍ମଣ ସ୍ଵାଇଁ, ଓ ଉପଦେଷ୍ଟା ଭାବେ ଗନ୍ଧର୍ବ ସେନ୍ ଭୂୟା ସର୍ବ ସମ୍ମତି ଭାବେ ନିର୍ବାଚିତ ହୋଇଛନ୍ତି l

ବୈଠକରେ କେନ୍ଦ୍ର ପରିଷଦ ସଭାପତି ସନ୍ତୋଷ କୁମାର ଜେନା, ଉପସଭାପତି ବୃନ୍ଦାବନ ଖଟେଇ, ସମ୍ପାଦକ ନୀଳାଚଳ ପୋଲେଇ, ଉପଦେଷ୍ଟା କାଳୀଚରଣ ନାୟକ, ଆସିକା ଅଞ୍ଚଳ ସଭାପତି ନରହରି ବିଶୋଇ, ସମ୍ପାଦକ ଯୋଗେନ୍ଦ୍ର ପ୍ରଧାନ, ସିଦ୍ଧେଶ୍ୱର ଅଞ୍ଚଳ ସଭାପତି ଯୋଗେନ୍ଦ୍ର ବିଶୋଇ, ଆଠଗଡ ସଭାପତି ସୂର୍ଯ୍ୟ ନାରାୟଣ ଭୂୟା ,ସମ୍ପାଦକ ରାଧାଶ୍ୟାମ ଜେନା, ଉପଦେଷ୍ଟା ପଦ୍ମଚରଣ ଜେନା, କଇଁଡି ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା, ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ କେନ୍ଦ୍ର ସଭାପତି ହରିହର ପ୍ରଧାନଙ୍କ ସମେତ ଗ୍ରାମମଣ୍ଡଳ,ଅଞ୍ଚଳ ଓ 19 ଖଣ୍ଡ ଗ୍ରାମର ସମାଜ ଭାଇମାନେ ଉପସ୍ଥିତ ଥିଲେ l

ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ କୂଳ ଦେବତାଙ୍କ ନିକଟରେ ଶପଥ ପାଠ କରାଯାଇଥିଲା l

ନୂତନ କମିଟି ଅଞ୍ଚଳରେ ସମାଜ ଭାଇଙ୍କ ଶିକ୍ଷା, ଆର୍ଥିକ ଉନ୍ନତି, ଗରିବ, ବୃଦ୍ଧ ବୃଦ୍ଧା ଙ୍କ କଲ୍ୟାଣ ସୁରକ୍ଷା ,ନାରୀ ସୁରକ୍ଷା ଉପରେ ଗୁରୁତ୍ଵ ଦେଇଥିଲେ l ଅଞ୍ଚଳରେ ବର୍ତ୍ତମାନ ଶୂନ୍ୟ ଅଭିଯୋଗ ଘୋଷଣା କରାଯାଇଛି l ଶେଷରେ ନବ ନିର୍ବାଚିତ ସଭାପତି ଗଙ୍ଗାଧର ବିଶୋଇ ଧନ୍ୟବାଦ ପ୍ରଦାନ କରିଥିଲେ l

Continue Reading

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions