Nation

ଓଡ଼ିଶା: ନବୀନ-ମମତା ଭେଟ

Published

on

ଭୁଵନେଶ୍ବର: ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଅପରାହ୍ନରେ ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ସାକ୍ଷାତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ତାଙ୍କୁ ମହା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଙ୍ଗ ବସ୍ତ୍ର ଦେଇ ସ୍ବାଗତ କରିବା ସହିତ ତିନି ରଥର କାଠ ତିଆରି ପ୍ରତିକୃତି ଉପହାର ଆକାରରେ ପ୍ରଦାନ କରିଥଲେ।

ମୁଖ୍ୟମନ୍ତ୍ରୀ ଏହା ସହିତ ରୂପା ତାରକସିର କାରୁକାର୍ଯ୍ୟ ଓ ଛେନାପୋଡ଼ ମଧ୍ଯ ଉପହାର ଦେଇଥିଲେ।
ଏହି ଅବସରରେ ପଶ୍ଚିମ ବଙ୍ଗ ଜନସାଧାରଣ ଙ୍କ ପ୍ରତି ସଦିଚ୍ଛା ସ୍ଵରୂପ ମୁଖ୍ୟମନ୍ତ୍ରୀ ପୁରୀରେ ଅତିଥି ଭବନ ନିର୍ମାଣ ପାଇଁ ଓଡିଶା ବାସୀଙ୍କ ପକ୍ଷରୁ ପଶ୍ଚିମବଙ୍ଗ ସରକାର ଙ୍କୁ ଦୁଇ ଏକର ଜମି ଉପହାର୍ ସ୍ଵରୂପ ଦେଇଥିଲେ.

ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କୁ ବିଶ୍ଵ ବାଂଲା ଦ୍ଵାରା ପ୍ରସ୍ତୁତ ଏକ ସାଲ ଉପହାର ଦେଇଥିଲେ। ଏହା ସହିତ ବିଜୁ ବାବୁ ଓ ଜ୍ଞାନ ପଟ୍ଟନାୟକଙ୍କ ଫଟୋ ରେ ଜାମଦାନି ଶାଢ଼ୀ ଦେଇ ଶ୍ରଦ୍ଧା ନିବେଦନ କରିଥିଲେ।

ଭୁବନେଶ୍ବର ରେ ଗତ ୨୧ ତାରିଖ ଦିନ ପହଂଚିବା ପରେ ମମତା ବାନାର୍ଜୀ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ପାଖକୁ ବେଙ୍ଗଲ ମିଠା ପଠାଇଥିଲେ .

ଉଭୟ ନେତା ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ସୂଚନା ଯୋଗ୍ୟ ଯେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ଗତ ୨୧ ତାରିଖରୁ ଓଡ଼ିଶା ଗସ୍ତରେ ଅଛନ୍ତି.
ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ

Leave a Reply

Your email address will not be published. Required fields are marked *

Trending

Exit mobile version