ରାଜ୍ୟ

ଓଡ଼ିଶା ମୁଖ୍ୟମନ୍ତ୍ରୀ ପୂଜାଭେଟି: ସରକାରୀ କର୍ମଚାରୀ ପାଇବେ ୧୧% ମହଙ୍ଗା ଭତ୍ତା ପୂଜା

Published

on

ଭୁବନେଶ୍ୱର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ଓ dearness relief ଘୋଷଣା କରିଛନ୍ତି।

ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।

ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଲା ।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୧ ଜୁଲାଇ ୨୦୨୧ ରୁ ପିଛିଲା ଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

Leave a Reply

Your email address will not be published. Required fields are marked *

Trending

Exit mobile version