Connect with us

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ (ଓଏମସି) ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି ।

ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ 1 3 MS System ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ ବଡ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି ।

ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି ।

ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି । ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ରାଜ୍ୟର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ମିଳିତ ଭାବେ କାର୍ଯ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ଖଣି କ୍ଷେତ୍ରରେ ସଂସ୍କାରକୁ ରାଜ୍ୟ ସରକାର ସବୁବେଳେ ସମର୍ଥନ ଦେଇଆସିଛନ୍ତି ଏବଂ ଏହାଦ୍ବାରା ଉଭୟ କେନ୍ଦ୍ର ଓ ରାଜ୍ୟ ଲାଭବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ଏହି ଦୁଇଟି ଖଣିକୁ ଓଏମସି କୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

ସେହିପରି ଓଏମସି ମଧ୍ୟ ଏହି ଖଣି ଦୁଇଟିକୁ କାର୍ଯ୍ୟକ୍ଷମ କରିବା ପାଇଁ ତ୍ବରିତ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଓଏମସିକୁ ସାଧୁବାଦ ଜଣାଇଥିଲେ ।

ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ ଯେ ଓଡିଣା ଖଣିଜ ସଂପଦରେ ସମୃଦ୍ଧ । ତେଣୁ କେନ୍ଦ୍ର ଓ ରାଜ୍ୟ ପରସ୍ପର ମଧ୍ୟରେ ସହଯୋଗ ରଖି କାମ କଲେ ଉଭୟ ରାଜ୍ୟ ଓ ଦେଶର ଅର୍ଥନୀତି ସମୃଦ୍ଧ ହେବ ।

ଏହି ଦୁଇଟି ନୂଆ ଖଣିରୁ ରାଜ୍ୟ ସରକାର ବାର୍ଷିକ ୪ ରୁ ୫ ହଜାର କୋଟି ଟଙ୍କା ରାଜସ୍ବ ଭାବରେ ପାଇବେ ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଯୋଶୀ କରିଥିଲେ ।

ଏହାସହିତ ଲୁହାପଥର ବଜାରରେ ଦେଖା ଦେଇଥିବା ଅଭାବ ଦୂର କରିବାରେ ମଧ୍ୟ ସହାୟକ ହେବ ବୋଲି ଯୋଶୀ କହିଥିଲେ ।

ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟର ସହଯୋଗ ଦେଶର ଅର୍ଥନୀତିରେ ସମୃଦ୍ଧିର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ପ୍ରମୁଖ ଉପସ୍ଥିତ ଥିଲେ ।

ଉଦ୍‌ଘାଟନ ଉତ୍ସବରେ ଉପସ୍ଥିତ ରାଜ୍ୟ ଖଣି, ଇସ୍ପାତ ଓ ପୂତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଗୁଆଳି ଓ ଜିଲିଙ୍ଗ ଲାଙ୍ଗଲୋଟା ଖଣି ଦୁଇଟିରୁ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସମନ୍ବୟ ରଖି କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

ଖଣି ନିଗମର ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ସ୍ବାଗତ ଭାଷଣ ଦେଇଥିଲେ ଏବଂ ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂ ଧନ୍ୟବାଦ ଜଣାଇଥିଲେ ।

ସୂଚନାଯୋଗ୍ୟ ଯେ କେନ୍ଦୁଝର ଜିଲ୍ଲାର ଏହି ଖଣି ଦୁଇଟିରୁ ବାର୍ଷିକ ୧୨ ବିଲିଅନ ଟନ୍‌ ଲୁହାପଥର ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି ।

ଜିଲ୍‌ଙ୍ଗ ଲାଙ୍ଗଲୋଟା ୭୯.୧୨ ମିଲିୟନ ଟନ ଲୁହାପଥର ଥିବାବେଳେ ଏଥିରୁ ବାର୍ଷିକ ୬.୨୮ ମିଲିଅନ ଟନ୍‌ ଉତ୍ପାଦନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି ।

ସେହିପରି ୧୯୪.୯୪ ମିଲିଅନ ଟନ ଲୁହାପଥର ଥିବା ଗୁଆଳି ଖଣିରୁ ବାର୍ଷିକ ୫.୭ ମିଲିଅନ ଟନ୍‌ ଲୁହାପଥର ଉତ୍ତୋଳନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି । ଓଡିଶା ଖଣି ନିଗମ ଦ୍ରୁତ ଅଭିବୃଦ୍ଧି କରୁଥିବା ଦେଶର ଏକ ଖଣି କମ୍ପାନୀ ଅଟେ ।

ଏହି ଦୁଇଟି ନୂଆ ଖଣି ପାଇବା ପରେ ଓଏମସିର ବାର୍ଷିକ ଉତ୍ପାଦନ ୨୦ ବିଲିଅନ ଟନ୍‌ରେ ପହଞ୍ଚିବ ବୋଲି ଆଶା କରାଯାଉଛି ।

Continue Reading
Click to comment

Leave a Reply

Your email address will not be published. Required fields are marked *

Business

ଟାଟା ପାୱାର ଓଡିଶାର ଓଡ଼ିଆ ସିନେଷ୍ଟାର ସଂଯୋଗ

Published

on

ଭୁବନେଶ୍ୱର : ସେଦିନ ଥିଲା କୁମାର ପୁର୍ଣିମା l ବଲାଙ୍ଗୀର ଜିଲ୍ଲା ତରଭାରେ ଭୁଜାଖାଇ ଉତ୍ସବ ପାଇଁ ଚାଲିଥିଲା ପ୍ରସ୍ତୁତି l ରାତିରେ ଦୁଲୁକିବ ମଞ୍ଚ l ଆସିବେ ନାମୀଦାମୀ ନୃତ୍ୟଶିଳ୍ପୀ, ଗାୟକ ଗାୟିକା ଆଉ ଓଡ଼ିଆ ସିନେମାର ସୁପର ଷ୍ଟାର l

ଏଣେ ଭୁବନେଶ୍ୱର ଏଆର ପୋର୍ଟରୁ ଆକାଶ ଧରିଥିଲା ହେଲିକାପଟର l ହେଲିକାପଟରରେ ଥିଲେ ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ l ଆଉ ତାଙ୍କ ସାଙ୍ଗରେ ଥିଲେ ଓଡ଼ିଆ ଚଳଚିତ୍ର ଜଗତର ସୁପର କ୍ଯୁଇଁନ ଅନୁ ଚୌଧୁରୀ, ସୁପର ଷ୍ଟାର ସିଦ୍ଧାନ୍ତ ମହାପାତ୍ର ଓ ଆକାଶ ଦାସ l ଚାରିଜଣ ଯାତ୍ରୀଙ୍କୁ ନେଇ ତରଭା ଯାଉଥିବା ହେଲିକାପଟର ଟି ହଠାତ ଫେରିଆସିଥିଲା ଭୁବନେଶ୍ୱର ଏଆର ପୋର୍ଟ କୁ l ହେଲିକାପଟରରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମନ୍ତ୍ରୀ ଓ ସିନେମା ଷ୍ଟାରମାନଙ୍କର ତରଭା ଭୁଜାଖାଇ ମହୋତ୍ସବ ରେ ଯୋଗ ଦେବା ସମ୍ଭବ ହେଲା ନାହିଁ l

ହେଲେ ଏଆର ପୋର୍ଟରୁ ଫେରି ଉପ-ମୁଖ୍ୟମନ୍ତ୍ରୀ ସିଂହ ଦେଓଙ୍କ ଘରେ ଗପସପ ହେଉଥିବା ବେଳେ ଟାଟା ପୱାର ଓଡିଶା ସିଇଓଙ୍କ ପାଖରୁ ଏକ ନିମନ୍ତ୍ରଣ ପାଇଥିଲେ ସିଂହ ଦେଓ ଯେକି ଶକ୍ତି ବିଭାଗ ଦାୟିତ୍ୱରେ ଅଛନ୍ତି l ଉପ-ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନେଇ ଭୁବନେଶ୍ୱର ପୱାର ହାଉସ ଛକରେ ଥିବା ଟାଟା ପୱାରର ମୁଖ୍ୟ ଅଫିସ ରେ ପହଞ୍ଚି ଥିଲେ l

ଓଡିଶା ଟାଟା ପାୱାର କ୍ୟାମ୍ପସରେ ସେମାନଙ୍କୁ ଅପେକ୍ଷା କରିଥିଲା ଚାରୋଟି ସୁସଜ୍ଜିତ ଭ୍ୟାନ l ଅବସର ଥିଲା ଟାଟା ପାୱାରର ଭ୍ରାମ୍ୟମନ ଟ୍ରେନିଂ ଭ୍ୟାନର ଫ୍ଲାଗ ଅଫ ଉତ୍ସବ l

ଆକସ୍ମିକ ଭାବେ ମିଳିଥିବା ଷ୍ଟାର ଅତିଥିଙ୍କୁ ଏହି ଉତ୍ସବରେ ସାମିଲ କରିବାର ସୁଯୋଗ ହାତଛଡା କରିନଥିଲା ଟାଟା ପୱାର l

ଅନୁ ଚୌଧୁରୀଙ୍କ ହାତରେ ଟିପିସିଓଡିଏଲ (TPCODL), ସିଦ୍ଧାନ୍ତଙ୍କ ହାତରେ ଟିପିଏସଓଡିଏଲ (TPSODL) ଏବଂ ଆକାଶ ଦାସଙ୍କ ହାତରେ ଟିପିଏନଓଡିଏଲ (TPNODL) ପାଇଁ ଉଦ୍ଧିଷ୍ଟ ଭ୍ୟାନଗୁଡିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ଉପ-ମୁଖ୍ୟମନ୍ତ୍ରୀ ସିଂହ ଦେଓ ଟିପିଡବ୍ଲୁଓଡ଼ିଏଲ (TPWODL) ଗାଡିକୁ ପତାକା ଦେଖାଇଥିଲେ l

ଏହି ଉତ୍ସବ ପାଇଁ ଟାଟା ପାୱାର ଯେ କେବଳ ଆକସ୍ମିକ ଭାବେ ଓଡ଼ିଆ ସିନେମା ଜଗତର ସୁପର ଷ୍ଟାରମାନଙ୍କୁ କେବଳ ପାଇ ନଥିଲା, ଭ୍ୟାନଗୁଡିକର ଶୁଭାରମ୍ଭ ଘଟଣା ମଧ୍ୟ ଏକ ସଂଯୋଗ ଥିଲା l ମଧ୍ୟ ଓଡିଶା ଭୁବନେଶ୍ୱରରେ ରହୁଥିବା ଅନୁ TPCODL ର ଭ୍ୟାନ, ଦକ୍ଷିଣ ଓଡ଼ିଶାର  ବିଜେପି ବିଧାୟକ ସିଦ୍ଧାନ୍ତ TPSODL ଓ ଉତ୍ତର ଓଡିଶା ଯାଜପୁର କୋରେଇର ବିଜେପି ବିଧାୟକ ଆକାଶ ଦାସ ନାୟକ TPNODL ପାଇଁ ଉଦିଷ୍ଟ ଗାଡିର ଶୁଭାରମ୍ଭ କରିଥିଲେ l ସେହିଭଳି ପଶ୍ଚିମ ଓଡିଶାର ବଲାଙ୍ଗୀର ଜିଲ୍ଲା ପାଟଣାଗଡ MLA ସିଂହ ଦେଓ TPWODL ର ଭ୍ୟାନକୁ ସବୁଜ ପତକା ଦେଖିଇ ଥିଲେ l

 

 

 

Continue Reading

Business

ଓଡିଶାରେ ଦୁଇଟି ବନ୍ଦରର ବିକାଶ ପାଇଁ ଅଦାନୀ ଜେଏସ ଡବ୍ଲୁ ସହ ରିହାତି ଚୁକ୍ତି ସ୍ଵାକ୍ଷର

Published

on

ଭୁବନେଶ୍ୱର: ଓଡିଶାରେ ଦୁଇଟି ବନ୍ଦରର ବିକାଶ ପାଇଁ ଅଦାନୀ ଜେଏସ ଡବ୍ଲୁ ସହ ରାଜ୍ୟ ସରକାର ଗୁରୁବାର ରିହାତି ଚୁକ୍ତି ସ୍ଵାକ୍ଷର କରିଛନ୍ତି l

ଜେ.ଏସ୍.ଡବ୍ଲ ଉତ୍କଳ ଷ୍ଟିଲ ଲିମିଟେଡ୍ ର ପ୍ରେସିଡେଣ୍ଟ  ଅନିଲ କୁମାର ସିଂ ଏବଂ ଗୋପାଳପୁର ପୋର୍ଟ୍ସ ଲିମିଟେଡ୍ ର ବିଜିନେସ ହେଡ  ସନ୍ଦିପ ଜୟସ୍ୱାଲ ଏବଂ ଓଡିଶା ସରକାରଙ୍କ ପକ୍ଷରୁ ବନ୍ଦର ନିର୍ଦ୍ଦେଶକ  ପଦ୍ମଲୋଚନ ରାଉଳଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ଏହି ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଥିଲା।

ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ ପାଇଁ ଜେ.ଏସ୍.ଡବ୍ଲୁ ଉତ୍କଳ ଷ୍ଟିଲ୍ ଲିମିଟେଡ୍ ସହିତ ରାଜ୍ୟ ସରକାରଙ୍କ ରିହାତି ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି। ୫୨ ମିଲିଅନ ମେଟ୍ରିକ ଟନ୍ ପଣ୍ୟ ପରିବହନ କ୍ଷମତା ବିଶିଷ୍ଟ ଏହି ଜେଟି ସ୍ଥାପନ ନିମନ୍ତେ ପ୍ରାରମ୍ଭିକ ସ୍ତରରେ ୨,୧00 କୋଟି ଟଙ୍କା ନିବେଶ କରାଯିବ ଏବଂ ଏହା ମାଧ୍ୟମରେ ୩,୪୫୦ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ l

ସେହିଭଳି ୧୬,୫୫୪ କୋଟି ଟଙ୍କା ନିବେଶରେ ଗୋପାଳପୁର ବନ୍ଦରର ସଂପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ ପାଇଁ ଗୋପାଳପୁର ପୋର୍ଟ୍ସ ଲିମିଟେଡ୍ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଛି। ଏହି ଉନ୍ନତିକରଣ କାର୍ଯ୍ୟ ପରେ ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ ଟନ ହେବ। ଏହା ମାଧ୍ୟମରେ ପ୍ରାୟ ୫ ହଜାର ଯୁବକଯୁବତୀଙ୍କ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ନିଯୁକ୍ତି ସୃଷ୍ଟି ହେବ।

ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା (Concession Agreement) ସ୍ୱାକ୍ଷର ଅବସରରେ କହିଛନ୍ତି l

ଲୋକସେବା ଭବନଠାରେ ଆୟୋଜିତ ଏହି ଚୁକ୍ତିନାମା ସ୍ୱାକ୍ଷର କାର୍ଯ୍ୟକ୍ରମରେ, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ସାମୁଦ୍ରିକ ବାଣିଜ୍ୟର ବିକାଶ ପାଇଁ ବିଭିନ୍ନ ଘରୋଇ କମ୍ପାନୀ ସହିତ ସହଭାଗୀତା ଭିତ୍ତିରେ କାର୍ଯ୍ୟ କରାଯିବାର ଲକ୍ଷ୍ୟ ରଖାଯାଇଛି। ଆଗାମୀ ଦିନରେ ଇଞ୍ଚୁଡି ଓ ବାହୁଡାଠାରେ ଦୁଇଟି ନୂଆ ବନ୍ଦର ପ୍ରତିଷ୍ଠାର ଲକ୍ଷ୍ୟ ରଖାଯାଇଥିବା ବେଳେ ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗ ବନ୍ଦରର ବିକାଶ ପାଇଁ ମଧ୍ୟ ଯୋଜନା ରହିଛି।

 

ସେ ପୁଣି କହିଥିଲେ ଯେ, ଗୋପାଳପୁର ବନ୍ଦର ଲିମିଟେଡ୍ (Adani Ports) ଏବଂ ଜେ.ଏସ୍.ଡବ୍ଲୁ ଷ୍ଟିଲର ଉଭୟ ବନ୍ଦର ବିକାଶ ଓ ଇସ୍ପାତ ଉତ୍ପାଦନ କ୍ଷେତ୍ରରେ ସମଗ୍ର ବିଶ୍ୱରେ ଖ୍ୟାତି ରହିଛି। ଏହି ଦୁଇଟି କମ୍ପାନୀ ଆମର ବନ୍ଦର ଭିତ୍ତିକ ବିକାଶ (Port Led Development) କ୍ଷେତ୍ରରେ ଏକ ନୂଆ ଯୁଗ ସୃଷ୍ଟି କରିବେ ଏବଂ ଏହି ଦୁଇଟି ପ୍ରକଳ୍ପ ମାଧ୍ୟମରେ ରାଜ୍ୟରେ ୮,୪୫୦ ନିଯୁକ୍ତି ସୃଷ୍ଟି ହେବ।

ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା କହିଥିଲେ ଯେ, ଓଡିଶାର ସାମଗ୍ରିକ ବିକାଶରେ ବନ୍ଦର ଓ ଜେଟି ଉନ୍ନତିକରଣର ଏକ ପ୍ରମୁଖ ଭୂମିକା ରହିଛି। ଓଡିଶାର ସୁଦୀର୍ଘ ଉପକୂଳରେ ଅନେକ ସମ୍ଭାବିତ ସ୍ଥାନକୁ ନିରୂପିତ କରାଯାଇ ସେଠାରେ ଅଣ-ବୃହତ୍ତ ବନ୍ଦର, ଜେଟି, ମତ୍ସ୍ୟ ପୋତାଶ୍ରୟ ତଥା ଉପକୂଳ ପରିବହନ ଓ ଭିତ୍ତିଭୂମିର ବିକାଶ କରିବା ଆମ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ଅଟେ।

ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ଅତିରିକ୍ତ ସଚିବ ବିଧାନ ରାୟ ଏବଂ ଜେ.ଏସ୍.ଡବ୍ଲୁ ଉତ୍କଳ ଷ୍ଟିଲ ଓ ଗୋପାଳପୁର ପୋର୍ଟ୍ସ ଲିମିଟେଡ ର ଅଧିକାରୀମାନ ଉପସ୍ଥିତ ଥିଲେ।

 

Continue Reading

Business

ମୁଖ୍ୟମନ୍ତ୍ରୀ କହିଲେ ମେକ ଇନ ଓଡିଶା 2025 କନକ୍ଳେଭ ସର୍ବ ବୃହତ ପୁଞ୍ଜି ନିବେଶ ମେଳା ହେବ

Published

on

ନୂଆଦିଲ୍ଲୀ : ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ ଆଗାମୀ ବର୍ଷ ଜାନୁୟାରୀ ମାସରେ ଭୁବନେଶ୍ୱରରେ ହେବାକୁ ଥିବା Make in Odisha Conclave 2025 ସର୍ବ ବୃହତ ପୁଞ୍ଜି ନିବେଶ ମେଳା ହେବ l

ମୁଁ ଆଶା କରୁଛି ୨୦୨୫ କନକ୍ଲେଭ ଏକ ଶିଳ୍ପ ସମାବେଶ ଅନୁଷ୍ଠିତ ହେବାକୁ ଯାଉଛି ।”

ଏଠାରେ ଗୁରୁବାର ଦିନ ବିଭିନ୍ନ ଦେଶର 34 ଜଣ କମିଶନର, ହାଇକମିଶନର ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ଓଡିଶାରେ ପୁଞ୍ଜି ନିବେଶ କୁ ନେଇ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ ଓଡିଶାରେ ଶିଳ୍ପ ବାତାବରଣ ଏବଂ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି।

ଏଥିରେ ଆନ୍ତର୍ଜାତିକ ସହଭାଗୀତା ଭିତ୍ତିରେ ଓଡିଶାରେ କିପରି ବିଦେଶୀ ପୁଞ୍ଜି ନିବେଶ ହୋଇ ପାରିବ ଆଜିର ଆଲୋଚନା ଫଳପ୍ରଦ ହୋଇଛି।

ଆଗାମୀ ଦିନରେ ସେମିକଣ୍ଡକ୍ଟର, ଆଇଟି, ଗ୍ରୀନ ଏନର୍ଜି, ପେଟ୍ରୋ କେମିକାଲସ, ଇଲେକ୍ଟ୍ରୋନିକସ, ଫୁଡ ପ୍ରୋସେସିଙ୍ଗ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି।

ଏହା ୨୦୩୬ରେ ସମୃଦ୍ଧ ଓଡିଶା ଏବଂ ୨୦୪୭ ରେ ବିକଶିତ ଓଡିଶା ଗଠନରେ ନିଶ୍ଚିନ୍ତ ସୁଦୃଢ ମୂଳଦୁଆ ପକାଇବ ।

ଯାହା ପ୍ରଧାନମନ୍ତ୍ରୀ କହିଥିଲେ ପୂର୍ବୋଦୟର ବିକାଶ ହେଲେ ଭାରତର ବିକାଶ ହେବ, ତାହା ସଫଳ ହେବ।

ଓଡିଶାର ଯେଉଁ ଡବଲ ଇଞ୍ଜିନ ସରକାର ହୋଇଛି, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଓଡିଶା ଏକ ଶିଳ୍ପ ହବ ରେ ପରିଣତ ହେବାକୁ ଯାଉଛି।

ଏଥିନେଇ ନିଶ୍ଚିତ ରୂପରେ ଆମକୁ ଆଜି ଏକ ସଫଳ ସଙ୍କେତ ମିଳି ପାରିଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions