ଭୁବନେଶ୍ୱର: କୋବିଡ଼ରେ ଉଭୟ ବାପା-ମାଙ୍କୁ ହରାଇଥିବା ଅନାଥ ପିଲାଙ୍କ ଶିକ୍ଷା-ଦୀକ୍ଷା, ଭରଣ-ପୋଷଣ ତଥା ଯତ୍ନ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ଏକ ନୂଆ ଯୋଜନା ‘ଆଶୀର୍ବାଦ ଆରମ୍ଭ କରିଛନ୍ତି। ଗତ ୧ ଅପ୍ରେଲ ୨୦୨୦ ଦିନ ବା ତା ପରେ ଉଭୟ ବାପା, ମା ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇ ଥିବା ପିଲାମାନେ ଏହି ଯୋଜନା ଅନ୍ତର୍ଭୁକ୍ତ।
ଆଶୀର୍ବାଦ ଯୋଜନା ଅନୁଯାୟୀ ବାପା ମା ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ,ଓ ସ୍ବାସ୍ଥ୍ୟ ପାଇଁ ମାସିକ ୨,୫୦୦ଟଙ୍କା ଜମା କରାଯିବ । ପିଲାକୂ ୧୮ବର୍ଷ ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲା କୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆ ଯିବ ନାହିଁ ।
ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି । ବାପା ,ମା ଉଭୟଙ୍କୁ ହରାଇ ଥିବା ପିଲା, ବାପା-ମାଙ୍କ ଭିତରୁ ଜଣଙ୍କୁ ହରାଇ ଥିବା ପିଲା ଏବଂ ଉପାର୍ଜନକାରୀ ବାପା ବା ମା ଙ୍କ ମଧ୍ୟରୁ ଜଣକୁ ହରାଇଥିବା
ପିଲା ।
ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ ।
ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ରେ ସାମିଲ କରାଯିବ ।
ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ।ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୂଥାନ୍ତି ,ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ ।ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ ,କେନ୍ଦୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟ ରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ
ପିଲାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ଚାହିବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ ଜିଲ୍ଲା ପାଳ ସହଯୋଗ ଯୋଗାଇ ଦେବେ ।
ଉଚ୍ଚ ଶିଷା ପାଇଁ ପିଲା କୁ ରାଜ୍ୟ ସରକାର ଙ୍କ Green passage ଯୋଜନା ରେ ସହଯୋଗ ଯୋଗାଇ ଦିଆଯିବ ।
ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳ କୁ ଦୃଷ୍ଟିରେ ରଖି ତାଙ୍କୁ out of turnରେ ଘର ମଞୁର କରାଯିବ ।
ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ,out of turn ରେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ ।
ପିଲାଙ୍କ ସମ୍ପତ୍ତି ର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ ।
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲା ର ଦାୟିତ୍ୱ ନେଇଥିବା ଆତ୍ମୀୟ ଙ୍କ ସହ ନିୟମିତ ଯୋଗାଯୋଗ ରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖବେ ।
ବିଜୁ ଶିଶୁ ସୁରକ୍ଷା ଯୋଜନା ଓ ,juvenile justice fund ରୂ ଆବଶ୍ୟକ ସ୍ଥଳେ ଏ ପିଲା ମାନଙ୍କୁ ସହାୟତା ମିଳିପାରିବ ।
ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟ ଙ୍କ ପାଖରେ ନ ରହି କୋୖଣସି child care institution ରେ ରୁହନ୍ତି ତେବେ ସେ ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକହଜାର ଟଙ୍କା recurring deposit ଭାବରେ ପ୍ରତି ମାସ ରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ଜମା କରାଯିବ । ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ ।
ପିଲା ର ଶିଷା ସ୍ଵାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥା ଉପର ବର୍ଣ୍ଣିତ ଵ୍ୟଵସ୍ଥା ଅନୁଯାୟୀ କରିଯିବ ।
ଯେଉଁ ଷେତ୍ର ରେ ପିଲାର ରୋଜଗାର କରୁଥିବା ବାପା ବା ମାଆଙ୍କ ମୃତ୍ୟୁ ଘଟିଥିବ ଏବଂ ସେ ବଞ୍ଚି ରହିଥିବା ବାପା ବା ମା ପାଖରେ ରହୁଥିବ ସେ ଷେତ୍ରରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ। ତାର ଭରଣପୋଷଣ ପାଇଁ ବଞ୍ଚି ଥିବା ମା ବା ବାପା କିମ୍ବା ପିଲା ର ବ୍ୟାଙ୍କ ଖାତାରେ ମାସିକ ପନ୍ଦର ଶହ ଟଙ୍କା ଜମା କରାଯିବ ।
ପିଲା କୁ ଯଦି କେହି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରନ୍ତି ସେ ଷେତ୍ର ରେ ଆଉ ସହାୟତା ମିଳିବ ନାହିଁ ।
ପିଲାର ମା ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞୁର କରାଯିବ ।ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ର ସୁବିଧା ମଧ୍ୟ ମିଳିବ।