Connect with us

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍‌.ଆର.ଇ.ଜି.ଏ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଦ୍ବାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ବସ୍ତି ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସେ ପୁଣି କହିଛନ୍ତି କୋଭିଡର ଦ୍ବିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ଯ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍‌ଡାଉନ ଜାରି ରହିଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି କୋଭିଡ ଲକ୍‌ଡାଉନ ସମୟରେ ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ । NREGS ଯୋଜନାରେ କାମ କରୁଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀ ଙ୍କ ସହାୟତା ଭାବରେ ଦିଆଯିବ । ଅପ୍ରେଲ ୨୧ରୁ ଜୁନ୍‌ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ । ସୂଚନାଯୋଗ୍ୟ ଯେ ଏହି ସମୟ ମଧ୍ୟରେ NREGS ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି ।

ଖାଦ୍ୟ ନିରାପତ୍ତା ସବୁବେଳେ ରାଜ୍ୟ ସରକାରଙ୍କର ପ୍ରାଥମିକତା ରହିଆସିଛି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ଓଡିଶାରେ ଆମର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ସେମାନଙ୍କ pre-matric ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ ।

ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ସ୍ବତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ। ଏହାଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ଏଥର ତୃତୀୟ ଲିଙ୍ଗୀ ପଶିବେ…

Published

on

ଭୁବନେଶ୍ୱର : ସେ ପୁରୁଷ ନୁହଁନ୍ତି l ମହିଳା ବି ନୁହନ୍ତି l ସେ ଜଣେ ଜଣାଶୁଣା ତୃତୀୟ ଲିଙ୍ଗୀ ମଣିଷ l

ଆତ୍ମ ଘୋଷିତ ତୃତୀୟ ଲିଙ୍ଗୀ ମେନକା ଗୁରୁସ୍ୱାମୀ ଯିବେ ରାଜ୍ୟସଭା l ପାର୍ଲିଆମେଣ୍ଟରେ ସଭ୍ୟ ହିସାବରେ ପ୍ରବେଶ କରିବାରେ ଦେଶର ପ୍ରଥମ ତୃତୀୟ ଲିଙ୍ଗୀ ଭାବେ ସେ ଇତିହାସ ରଚିବାକୁ ଯାଉଛନ୍ତି l

ସବୁ ରାଜନୈତିକ ଦଳଗୁଡିକ ବିସ୍ତାରିତ ପ୍ରତିନିଧିତ୍ୱ କଥାର ଡିଣ୍ଡିମ ପିଟୁଥିବା ବେଳେ, ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ମେନକାଙ୍କୁ ରାଜ୍ୟସଭା ପାର୍ଥି କରି ଏକ ନୂତନ ପରମ୍ପରା ସୃଷ୍ଟି କରିଛି l

Continue Reading

Nation

ପୁରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ଖୁବ୍ ଶୀଘ୍ର ଆରମ୍ଭ ହେବ, ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା

Published

on

ଭୁବନେଶ୍ୱର

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା ଯାଇଛି।

ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ସୂଚନାଯୋଗ୍ୟ ଯେ, ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ବାହାର ଓ ଭିତର ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ମରାମତି ଓ ସଂରକ୍ଷଣ କାର୍ଯ୍ଯ ଇତି ମଧ୍ଯରେ ସରିଛି । ସମଗ୍ର ପ୍ରକ୍ରିୟା ୯୫ ଦିନରେ ଓ ୩୩୩ ଘଣ୍ଟାର କାମରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି। ବର୍ତ୍ତମାନ ଗଣତି-ମଣତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ।

ସୂଚନାଯୋଗ୍ୟ ଯେ, ଶେଷ ଗଣତି-ମଣତି ପ୍ରକ୍ରିୟା ୧୯୭୮ରେ ହୋଇଥିଲା। ତେଣୁ ବର୍ତ୍ତମାନର ପ୍ରକ୍ରିୟାରେ ସମ୍ପତ୍ତିର ଗଣତି ସମୟରେ ଏହାକୁ ୧୯୭୮ର ତାଲିକା ସହିତ ମେଳକ କରାଯାଇ ଚୁଡାନ୍ତ ତାଲିକା ପ୍ରସ୍ତୁତ କରାଯିବ। ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ କରାଯିବ ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଚଳିତ ବର୍ଷର ରଥଯାତ୍ରାର ପ୍ରସ୍ତୁତି ପ୍ରକ୍ରିୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଫାସି କାଠ ଓ ଚନ୍ଦନ କାଠର ବ୍ୟାପକ ଆବଶ୍ୟକତା ରହୁଥିବାରୁ ଏଥିପାଇଁ ବନପ୍ରକଳ୍ପ ଜରିଆରେ ଏହି ଗଛ ଗୁଡିକ ଲଗାଇବା ପାଇଁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ ଏବଂ ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

Continue Reading

Nation

ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ ହିଣ୍ଡାଲକୋର ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କର କଲେ ଶିଳାନ୍ୟାସ

Published

on

କେନ୍ଦୁଝର: ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଳାରେ ସ୍ଥାପନ ହେବାକୁ ଯାଉଥିବା ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଛନ୍ତି।

ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝର କେବଳ ଖଣି ଏବଂ ଇସ୍ପାତ ପାଇଁ ଜଣାଯିବ ନାହିଁ। ଆମେ ଏହାକୁ ବହୁବିଧ କ୍ଷେତ୍ର ଶିଳ୍ପ ଅଭିବୃଦ୍ଧିର କେନ୍ଦ୍ର କରିବାକୁ ପ୍ରତିବଦ୍ଧ।

ସୂଚନା ଥାଉ ଯେ, ୧୦୦ କୋଟି ଟଙ୍କା ନିବେଶରେ ବିକଶିତ ହେବାକୁଥିବା ଟେକ୍ସଟାଇଲ୍ ପାର୍କରେ ୧,୨୦୦ ଯୁବକ ଯୁବତୀ ନିଯୁକ୍ତି ସୁଯୋଗ ପାଇବେ। ଆଧୁନିକ ଭିତ୍ତିଭୂମି ଏବଂ ଲଜିଷ୍ଟିକ୍ ସହାୟତା ସହିତ ହିଣ୍ଡାଲ୍କୋ ୭ ଏକର ଜମିରେ ଏକ ପୋଷାକ ଉତ୍ପାଦନ ୟୁନିଟ୍ ସ୍ଥାପନ କରିବ। ଏହି ୟୁନିଟ୍ ବାର୍ଷିକ ୨୪ ଲକ୍ଷ ପୋଷାକ ଉତ୍ପାଦନ କରିବ।

ସେ ଆହୁରି କହିଥିଲେ ଯେ ଗତ ବର୍ଷ ଜୁଲାଇ ମାସରେ ଭୁବନେଶ୍ୱରରେ ଅନୁଷ୍ଠିତ ଓ-ଟେକ୍ସ ଟେକ୍ସଟାଇଲ୍ କନକ୍ଲେଭ ସମୟରେ, ୭,୮୦୦ କୋଟି ଟଙ୍କାର ୩୩ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା, ଯାହା ରାଜ୍ୟ ସାରା ୫୩,୦୦୦ ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିଛି। ଭଦ୍ରକରେ ଏକ ଟେକ୍ନିକାଲ୍ ଟେକ୍ସଟାଇଲ୍ ପାର୍କ ସହିତ, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ ଜଗତସିଂହପୁର ଠାରେ ମଧ୍ଯ ସମର୍ପିତ ବୟନଶିଳ୍ପ ଏବଂ ପୋଷାକ ପାର୍କ ପ୍ରତିଷ୍ଠା କରାଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଦ୍ୱାରା OCAC ମାଧ୍ୟମରେ 187 କୋଟି ଟଙ୍କା ବିନିଯୋଗରେ ଏକ ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟର ପାଇଁ ମଧ୍ୟ ଶିଳାନ୍ୟାସ କରିଛନ୍ତି।

ସନ୍ତୁଳିତ ଆଞ୍ଚଳିକ ବିକାଶ ଉପରେ ସରକାରଙ୍କ ଧ୍ୟାନକୁ ଦୋହରାଇ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ଜିଲ୍ଲାରେ ମନ୍ଦିର ବିକାଶ ପାଇଁ 312 କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ଏବଂ ମକର ପର୍ବ ସମୟରେ 1,900 କୋଟି ଟଙ୍କାର ପ୍ରକଳ୍ପ ପୂର୍ବରୁ ଆରମ୍ଭ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାଏକ, ବିଧାୟକ ଶ୍ରୀ ଅଖିଳ ନାଏକ, ଡଃ ଫକୀର ମୋହନ ନାଏକ ଜିଲ୍ଲାପାଳ ଶ୍ରୀ ବିଶାଳ ସିଂହ, ଓକାକ ସିଇଓ ଶ୍ରୀ ପ୍ରଦୀପ କୁମାର ରାଉତ, ହିଂଡ଼ାଲକୋ ସଭାପତି ଶ୍ରୀ ଅର୍ଧେନ୍ଦୁ ମହାପାତ୍ର, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟକ ନାଗରିକ ଯୋଗ ଦେଇଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions