ଭୁବନେଶ୍ବର: ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩% ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।
ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧% ରୁ ୩୪ % କୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ୩% ବୃଦ୍ଧି କରାଯାଇଛି।
କର୍ମଚାରୀ ଓ ପେନ୍ସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ ।