ରାଜ୍ୟ

ଓଡିଶା ସହରାଞ୍ଚଳ ଉଠା ଦୋକାନୀଙ୍କ ପାଇଁ ୨୬ କୋଟି ଟଙ୍କାର କୋଭିଡ ସହାୟତା

Published

on

ଭୁବନେଶ୍ୱର:କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକ୍ଡାଉନ ଯୋଗୁ ସହରାଞ୍ଚଳର ଉଠାଦୋକାନୀମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀ ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି ।

ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ ।

Leave a Reply

Your email address will not be published. Required fields are marked *

Trending

Exit mobile version