କଟକ: ନେତାଜୀ ବସ ଟର୍ମିନାଲ କାର୍ଯ୍ୟର ଶୁୁଭାରମ୍ଭ ମୁୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଶିଳାନ୍ୟ।ସ କରି କରିିିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଟକ ନେତାଜୀ ବସ୍ ଟର୍ମିନାଲକୁ ଦେଶର ଏକ ମଡେଲ ବସ୍ ଟର୍ମିନାଲ ଭାବରେ ଗଢାଯିବ । ଏଠାକୁ ଆସୁଥିବା ସମସ୍ତଙ୍କ ମନରେ ନେତାଜୀଙ୍କ ସ୍ମୃତି ଯେପରି ଜାଗ୍ରତ ହୋଇପାରିବ, ସେଥିପାଇଁ ପଦକ୍ଷେପ ନିଆଯିବ। ନେତାଜୀଙ୍କର ଜୀବନୀ ଓ ସଂଗ୍ରାମର ଝଲକ ସବୁଠାରେ ଦେଖିବାକୁ ମିଳିବ ଏବଂ ଏଠାକୁ ଆସୁଥିବା ପ୍ରତିଟି ଲୋକ ନେତାଜୀଙ୍କ ସାହସ ଓ ଦେଶଭକ୍ତିର ବାର୍ତ୍ତା ନେଇ ଫେରିବ । ଏହି ବସ୍ ଟର୍ମିନାଲ ହଜାର ବର୍ଷର ସହର କଟକର ଗରିମାକୁ ଆହୁରି ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ନେତାଜୀଙ୍କୁ ଭାରତମାତାର ଅମୂଲ୍ୟ ରତ୍ନ ଭାବରେ ବର୍ଣ୍ଣନା କରି ତାଙ୍କର ଦୃଢ ନେତୃତ୍ବ, ସାହସ ଓ ଅତୁଳନୀୟ ଦେଶଭକ୍ତି ପାଇଁ ସେ ପ୍ରତିଟି ଭାରତୀୟଙ୍କ ହୃଦୟରେ ଅମର ହୋଇ ରହିବେ ବୋଲି ବର୍ଣ୍ଣନା କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଥିଲେ ।
ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ହେବାକୁ ଯାଉଥିବା ଏହି ନୂତନ ବସ୍ ଟର୍ମିନାଲରେ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିବ । ଏଥିରେ ୧୧,୦୦୦ ବର୍ଗମିଟର ନିର୍ମିତ ଅଞ୍ଚଳରେ ୧୮୦ଟି ବସ୍ ରହିପାରିବ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓଡିଆବଜାରସ୍ଥିତ ନେତାଜୀଙ୍କର ଜନ୍ମସ୍ଥାନ ଜାନକୀନାଥ ଭବନକୁ ଯାଇ ରାଜ୍ୟବାସୀଙ୍କ ତରଫରୁ ଶ୍ରଦ୍ଧାସୁମନ ଅର୍ପଣ କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।