ରାଜ୍ୟ

କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା : ପାଣିପାଗ କେନ୍ଦ୍ର

Published

on

ଭୁବନେଶ୍ୱର ୨୭/୪ : ଆଜି ରାତି ସୁଦ୍ଧା ରାଜ୍ୟର ଗଜପତି, ଗଂଜାମ, ରାୟଗଡା, କେରାପୁଟ ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସାଟେଲାଇଟ୍ ଚିତ୍ର ଓ ଡପ୍ଲର ରାଡାର ସୂଚନାକୁ ଆଧାର କରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଆଜି ରାତି ମଧ୍ୟରେ ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *

Trending

Exit mobile version