ରାଜ୍ୟ

କାଳବୈଶାଖୀ ନେଇ ୬ ଜିଲ୍ଲାକୁ ସତର୍କ ସୂଚନା : ପାଣିପାଗ କେନ୍ଦ୍ର

Published

on

ଭୁବନେଶ୍ୱର ୧୨/୬ : ୬ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୭ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କେରାପୁଟ ଏବଂ ମାଲକାନଗିରି ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସନ୍ଧ୍ୟା ସୁଦ୍ଧା ରାଜ୍ୟର ୬ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

Trending

Exit mobile version