ରାଜ୍ୟ

କାଳବୈଶାଖୀ ବର୍ଷା : ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ହେବା ନେଇ ସତର୍କ

Published

on

ଭୁବନେଶ୍ୱର ୧୨/୪ : ଅପରାହ୍ଣରୁ ସନ୍ଧ୍ୟା ମଧ୍ୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା, ବୌଦ, ସୋନପୁର ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସାଟେଲାଇଟ୍ ଚିତ୍ର ଓ ଡପ୍ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ।
ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୪୦ର ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ରାଜ୍ୟରେ ଆଜି ବି ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ବରଗଡ଼ ବଲାଙ୍ଗିର, ଝାରସୁଗୁଡ଼ା ଓ ଭଦ୍ରକ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ଲାଗି ରହିବ। ଫଳରେ ବର୍ଷା ସାଙ୍ଗକୁ ତୁହାକୁ ତୁହା ପବନ ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପବନର ବେଗ ଅଧିକ ରହିବ ସୂଚନା ଦେଇଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *

Trending

Exit mobile version