ଭୁବନେଶ୍ୱର ୨/୬ : କାଳବୈଶାଖୀ ସମ୍ଭାବନା । ରାଜ୍ୟର ୧୦ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୫ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ବଲାଙ୍ଗୀର, ବୈଦ୍ଧ, କଳାହାଣ୍ଡି ଏବଂ ମାଲକାନଗିରି ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।