Connect with us

ଗଜପତି ୧/୪ : ଆଜି ଦିନିକିଆ ଓଡିଶା ଗସ୍ତରେ ଆସିଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଅମିତ ଶାହା ଓଡିଶାରେ ପାଦ ରଖୁ ରଖୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିବା ଆରମ୍ଭ କରିଦେଇଥିଲେ ।
ଗଜପତି କାଶୀନଗର ବିଜୟ ସଂକଳ୍ପ ସମାବେଶରେ ଶାହା ସିଧାସଳଖ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଶାହା । ଭାଷଣ ଆରମ୍ଭରୁ ନବୀନଙ୍କ ଉପରେ ବର୍ଷିଥିଲେ ଶାହା । ଉତ୍କଳ ଦିବସ ଉପଲକ୍ଷେ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଥିବା ସହ ଏଠିକାର ମୁଖ୍ୟମନ୍ତ୍ରୀ ଓଡିଆ କହିପାରୁନାହାନ୍ତି ବୋଲି କଟାକ୍ଷ କରିଛନ୍ତି ଶାହା । ନବୀନ ୧୯ ବର୍ଷ ଶାସନ କଲେ କିନ୍ତୁ ବିକାଶ ପାଇଁ କିଛି କାମ କରିନାହାନ୍ତି ବୋଲି ଶାହା ଅଭିଯୋଗ ଆଣିଛନ୍ତି । ୨୦୧୯ ନିର୍ବାଚନ ଦେଶ ଏବଂ ଓଡିଶାର ଭାଗ୍ୟ ନିର୍ଧାରଣ କରିବ । ଦେଶରେ କାହାର ଏବଂ ଭୁବନେଶ୍ୱରରେ କାହାର ସରକାର ହେବ ତାହା ସ୍ଥିର କରିବ । ସମସ୍ତ ସ୍ଥାନରେ ବିଜେପି ସରକାର କରିବ ବୋଲି ଲୋକ କହୁଛନ୍ତି । ମୋଦୀଙ୍କ ନାମ ପରିବର୍ତନ ହେଉନାହିଁ । ନବୀନଙ୍କ ସରକାରଙ୍କୁ ହଟାଇ ଓଡିଶାରେ ପଦ୍ମ ଫୁଟାଇବାକୁ ଆହ୍ୱାନ ଦେଇଛନ୍ତି ଶାହା ।
ଖାଲି ଏତିକି ନୁହେଁ ଓଡିଶାରେ ରୋଜଗାର ନପାଇ ଯୁବକମାନେ ବାହାରକୁ ଯାଉଛନ୍ତି । ବିଜେପି ସରକାର ଆସିଲେ ଓଡିଆ ଯୁବକ ବାହାରକୁ ଯିବେ ନାହିଁ । ରାଜ୍ୟରେ ମୋଦୀଙ୍କ ପ୍ରଧାନମନ୍ତ୍ରୀ ହେବା ପରେ ବହୁ ବିକାଶ ମୂଳକ ଯୋଜନା ଆରମ୍ଭ ହୋଇଛି । କିନ୍ତୁ ଓଡିଶା ସରକାର ତାକୁ ଗ୍ରହଣ କରୁନାହାଁନ୍ତି । ବିଜେଡି ଏଠାରେ ଶାସନ କରୁଛି । ଆଦିବାସୀ ଲୋକଙ୍କ ପଟ୍ଟା ଦେଇପାରୁ ନାହିଁ, ମହେନ୍ଦ୍ରତନୟା ଏବଂ ବଂଶଧରା ଯୋଜନା ଫେଲ ମାରିଛି, ରାୟଗଡାରୁ ପାରଳାଖେମୁଣ୍ଡି ଯାଏଁ ଜଳସେଚନ ଫେଲ ହୋଇଛି । ଗଜପତିରେ ଜନଜାତିଙ୍କୁ ମଧ୍ୟ ଉପେକ୍ଷା କରିଛି । ଶୁଦ୍ଧ ପାଣି ଯୋଗାଇବାରେ ମଧ୍ୟ ନବୀନ ସରକାର ବିଫଳ ବୋଲି ବର୍ଷିଛନ୍ତି ଅମିତ ଶାହା ।
ସେହିଭଳି ଓଡିଶାମାଟିରୁ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିବା ସହ ଓଡିଶାର ବିକାଶ ଡବଲ୍ ଇଂଜିନର ସରକାର ଆଣିବାକୁ ଶାହା ଆହ୍ୱାନ ଦେଇଛନ୍ତି । ଶାହା କହିଛନ୍ତି କି, ରାହୁଲ ଗାନ୍ଧି ଆଜିକାଲି ଓଡିଶାକୁ ପରିବର୍ତ୍ତନ କରିବାକୁ ଆସୁଛନ୍ତି । ସୋନିଆ ଏବଂ ମନମୋହନ ୧୦ ବର୍ଷ ସରକାରରେ ଥିଲେ କିନ୍ତୁ କଂଗ୍ରେସ ସରକାର ଓଡିଶାକୁ ୮୦ହଜାର କୋଟି ଦେଇଥିଲା । ହେଲେ ମୋଦୀ ସରକାର ୫ବର୍ଷରେ ୫ଲକ୍ଷ ୫୬ହଜାର ୫୬୫କୋଟି ଟଙ୍କା ଦେଇଛନ୍ତି । ରେଳବାଇ ପାଇଁ ୪୩ହଜାର କୋଟି, ଜଳମାର୍ଗ ପାଇଁ ୨୦୦୦କୋଟି, ଅମୃତ ଯୋଜନା ପାଇଁ ୧୫୯୦ ଏବଂ ସାଗରମାଳା ପାଇଁ ୨୫ହଜାର କୋଟି ଟଙ୍କା ପ୍ରଦାନ ହୋଇଛି । ସେହିଭଳି ଉଜ୍ଜଳା ଯୋଜନାରେ ଗରିବ ମହିଳାଙ୍କୁ ମାଗଣା ଗ୍ୟାସ ମିଳିଛି । ୪୮ଲକ୍ଷ ମହିଳାଙ୍କୁ ଓଡିଶାରେ ମାଗଣା ଗ୍ୟାସ ମିଳିଛି । ତେବେ ଓଡିଶାକୁ ଏକ ଯୁବ ମୁଖ୍ୟମନ୍ତ୍ରୀ ଦରକାର ରହିଛି । ବିକାଶର ରାସ୍ତାକୁ ନେବା ଭଳି ମୁଖ୍ୟମନ୍ତ୍ରୀ ଦରକାର । ଦେଶ ଏବଂ ରାଜ୍ୟରେ ଡବଲ ଇଂଜିନର ସରକାର ଆଣିବାକୁ ଅମିତ ଶାହା ଆହ୍ୱାନ ଦେଇଛନ୍ତି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions