Connect with us

ବାଲିପାଟଣା ୨୧/୪ : କେନ୍ଦ୍ରରେ ସରକାର ଗଢ଼ିବାରେ ବଡ ଭୂମିକା ନେବ ବିଜେଡି । ଏପରିକି ଏଥର କେନ୍ଦ୍ରରେ କୌଣସି ଦଳକୁ ବହୁମତ ମିଳିବ ନାହିଁ ବୋଲି ସିଧାସିଧା କହିଛନ୍ତି ନବୀନ । ତେଣୁ ଏଥର ଆଞ୍ଚଳିକ ଦଳମାନେ କେନ୍ଦ୍ରରେ କ୍ଷମତା ସମ୍ଭାଳିବାକୁ ଥିବା ସରକାର ପାଇଁ ମହତ୍ୱପୂର୍ଣ୍ଣ ଭୂମିକା ନେବେ । କିନ୍ତୁ ବିଜେଡି ଚଳିତଥର ୨୧ରୁ ୨୧ ସାଂସଦ ପାର୍ଲାମେଣ୍ଟକୁ ପଠାଇବ ଯାହାକି କେନ୍ଦ୍ରରେ ସରକାର ଗଢ଼ିବାରେ କିଙ୍ଗ ମେକର ସାଜିବ ବୋଲି ଭବିଷ୍ୟବାଣୀ କରିଛନ୍ତି ନବୀନ ।
ଆଉ ମାତ୍ର ଦିନକ ପରେ ଅର୍ଥାତ୍ ୨୩ ତାରିଖରେ ହେବାକୁ ଥିବା ତୃତୀୟ ପର‌୍ୟ୍ୟାୟ ନିର୍ବାଚନ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ । ତେଣୁ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଓ ଏହା ଅଧିନରେ ଥିବା ବିଧାନସଭା ଆସନରେ ପ୍ରତିଦ୍ୱନ୍ଦିତା କରୁଥିବା ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିଛନ୍ତି ନବୀନ । ଏହାସହ କେନ୍ଦ୍ରକୁ ନିଶାନା କରି ବିଭିନ୍ନ ପ୍ରସଙ୍ଗରେ ମୋଦି ସରକାରଙ୍କୁ ସିଧା ନିଶାନା ମଧ୍ୟ କରିଛନ୍ତି ନବୀନ । କହିଛନ୍ତି, ରାଜ୍ୟରେ ଦୁର୍ବିପାକ, ବିପର‌୍ୟ୍ୟୟ ସମୟରେ କେନ୍ଦ୍ରର କୌଣସି ନେତାଙ୍କ ଦେଖା ନଥିଲା, ହେଲେ ନିର୍ବାଚନ ସମୟରେ ଭୋଟ୍ ପାଇଁ ମିଛ ପ୍ରତିଶ୍ରୁତି ଦେବାକୁ ଆସୁଛନ୍ତି । ଏପରିରକି ବିଜେପି ନେତାମାନେ ଏବେ ନିର୍ବାଚନୀ ପର‌୍ୟ୍ୟଟନ ଭଳି ଆସି ପର‌୍ୟ୍ୟଟକଙ୍କ ଭଳି ଫଟୋ ଉଠାଉଛନ୍ତିି କହି କଟାକ୍ଷ କରିଛନ୍ତି ନବୀନ । ଆପଣମାନେ ମୋ ପରିବାର, ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୋର ପରିବାର । ମୁଁ ଆପଣଙ୍କ ସହିତ ସବୁବେଳେ ରହିଛି । ମୋତେ ଆଶର୍ବାଦ କରନ୍ତୁ ମୁଁ ଆପଣଙ୍କ ସେବା କରିଚାଲିଥିବି ବୋଲି କହିଛନ୍ତି ନବୀନ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions