Connect with us

ଭୁବନେଶ୍ୱର ୬/୧୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନେଇ ଏବେ କେବଳ ଓଡ଼ିଶାରେ ନୁହେଁ ଜାତୀୟ ସ୍ତରରେ ମଧ୍ୟ ଚର୍ଚ୍ଚା ବଢ଼ିବାରେ ଲାଗିଛି । ନିକଟରେ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ଓଡ଼ିଶାରେ ହକି ବିଶ୍ୱକପ୍ ଆୟୋଜନ କରି ନବୀନ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନିଜ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ଏବେ ବିଧାନସଭା ଓ ସଂସଦରେ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ ପ୍ରସଙ୍ଗକୁ ଜୋରଦାର କରି ଜାତୀୟ ସ୍ତରରେ ଏହାକୁ କାର୍ଯ୍ୟକାରୀ କରିବାକୁ ଯେଭଳି ପ୍ରଭାବଶାଳୀ ପଦକ୍ଷେପ ନେଇଛନ୍ତି, ସେଥିରେ ଜାତୀୟ ସ୍ତରରେ ତାଙ୍କର ଖ୍ୟାତି ଓ ଭାବମୂର୍ତ୍ତି ଯଥେଷ୍ଟ ବଢ଼ିବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ ତାଙ୍କର ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ରାଜ୍ୟନୀତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି । ନବୀନ ଏବେ କ’ଣ ଜାତୀୟ ରାଜନୀତିରେ ପାଦ ଥାପିବାକୁ ଯାଉଛନ୍ତି କି ବୋଲି ବିଭିନ୍ନ ମହଲରେ ଆଲୋଚନା ଆରମ୍ଭ ହୋଇଛି ।
ବିଧାନସଭା ଓ ସଂସଦରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ନବୀନ ଗତ ମାସରେ ରାଜ୍ୟ ବିଧାନସଭାରେ ଏକ ସଂକଳ୍ପ ପାରିତ କରାଇଥିଲେ । ପରେ ଏ ଦିଗରେ ବଳିଷ୍ଠ ପଦକ୍ଷେପ ନେବାପାଇଁ ଅନୁରୋଧ କରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପତ୍ର ଲେଖିଥିଲେ । ଏହି ପଦକ୍ଷେପକୁ ଆଗେଇ ନେବା ସକାଶେ ଦେଶର ୭ଟି ଜାତୀୟ ଓ ୧୫ଟି ଆଞ୍ଚଳିକ ଦଳ ସହ ଯୋଗାଯୋଗ କରିବାକୁ ସେ ଅଣ୍ଟା ଭିଡ଼ିଛନ୍ତି । ଗତ ବୁଧବାର ବିଜେଡ଼ିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଦଳର କର୍ମକର୍ତ୍ତାମାନଙ୍କ ସହ ଆଲୋଚନା କରି କିଏ କେଉଁଠି ଯାଇ କେଉଁ ଦଳର ନେତାଙ୍କୁ ଭେଟିବ ତାହାର ଏକ ତାଲିକା ପ୍ରସ୍ତୁତ କରିଛନ୍ତି । ବାସ୍ତବରେ ସେ ଏଭଳି ପଦକ୍ଷେପ ନେଇ ମହିଳାଙ୍କ ପାଇଁ ବ୍ୟବସ୍ଥାପକ ସଭାରେ ସ୍ଥାନ ସଂରକ୍ଷଣ ନେଇ ଜାତୀୟ ସ୍ତରରେ ଏକ ବଡ଼ ବିତର୍କ ଆରମ୍ଭ କରିଦେଇଛନ୍ତି ।
ନବୀନଙ୍କ ଏଭଳି ପଦକ୍ଷେପ ଯୋଗୁଁ ସମ୍ଭବତଃ ପ୍ରଥମ ଥରପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଜାତୀୟ ରାଜନୀତିରେ ଓଡ଼ିଶା ନେତୃତ୍ୱ ନେବାଭଳି ସ୍ଥିତିକୁ ଆସିଯାଇଛି । ବିଶ୍ୱକପ୍ ହକି ଆୟୋଜନ ସାଙ୍ଗକୁ ମହିଳାମାନଙ୍କ ପାଇଁ ସ୍ଥାନ ସଂରକ୍ଷଣ ଲାଗି ନବୀନ ପଟ୍ଟନାୟକ ଆରମ୍ଭ କରିଥିବା ଅଭିଯାନ ଜାତୀୟ ସ୍ତରରେ ତାଙ୍କୁ ଜଣେ ତୁଙ୍ଗ ନେତାର ମାନ୍ୟତା ଦେବା ଆଶା କରାଯାଉଛି ।
ଅତୀତରେ ନବୀନଙ୍କ ପିତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଗ୍ରାମ ପଞ୍ଚାୟତ ସ୍ତରରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ କରି ଜାତୀୟ ସ୍ତରରେ ଅନ୍ୟ ରାଜ୍ୟଗୁଡ଼ିକ ପାଇଁ ଉଦାହରଣ ସୃଷ୍ଟି କରିଥିଲେ । ପ୍ରକୃତରେ ନବୀନ ଯଦି ଏହି ପ୍ରସଙ୍ଗକୁ ସଫଳତାର ସହ ପରିଚାଳନା କରିପାରିବେ ତେବେ ଜାତୀୟ ରାଜନୀତିରେ ତାଙ୍କ ଭାବମୂର୍ତ୍ତୀ ଯଥେଷ୍ଟ ବୃଦ୍ଧି ପାଇବା ସହ ଆଗାମୀ ନିର୍ବାଚନରେ ବିଜେଡ଼ି ନିଶ୍ଚିତ ତାହାର ସୁଫଳ ଲାଭ କରିପାରିବ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions