ଭୁବନେଶ୍ୱର ୨୮/୧ : ରାଜ୍ୟର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଆଦିବାସୀ ନେତା ଚୈତନ୍ୟ ପ୍ରସାଦ ମାଝୀଙ୍କର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା । ସେ କିଛିଦିନ ଧରି ଅସୁସ୍ଥ ଥିଲେ । ସେ ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳିରୁ ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିଲେ । ସେ ମଧ୍ୟ ରାଜ୍ୟସଭା ସଦସ୍ୟ ଥିଲେ । ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।