ଭୁବନେଶ୍ୱର: କୋଭିଡ଼ ସକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ ।
ଗତ ଆଠ ମାସ ହେଲା କୋଭିଡ଼ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି। ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା ,ରକ୍ତ ଦାନ କରିବା ଏବଂ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ କୁ ନିବେଦନ କରିଛନ୍ତି