Connect with us

ପୁରୀ ୧୯/୬ : ଅଣସର ପିଣ୍ଡିରେ ଘନ ଅନ୍ଧକାର ମଧ୍ୟରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତ ନୀତି । ବୈଦ୍ୟଙ୍କ ପରାମର୍ଶ କ୍ରମେ ଅସୁସ୍ଥ ଶ୍ରୀଜିଉଙ୍କ ଚିକିତ୍ସା ଆରମ୍ଭ ହୋଇଛି। ଦଇତାପତି ସେବକମାନେ ଏକା ସଙ୍ଗେ ତିନି ଠାକୁର ଓ ପଟିଦିଅଁଙ୍କ ସେବା କାର‌୍ୟ୍ୟ ସଂପାଦନ କରିଛନ୍ତି। ଗତକାଲି ସକାଳେ ଶ୍ରୀମନ୍ଦିରରେ ପଟିଦିଅଁଙ୍କଠାରେ ମଙ୍ଗଳ ଆଳତି, ଅବକାଶ, ବଲ୍ଲଭ, ଭୋଗମଣ୍ଡପ, ମଧ୍ୟାହ୍ନ ଧୂପ ସରିଲା ପରେ ବେହରଣ ମଣ୍ଡପ ପାଖ ଅଣସର ଦ୍ୱାର ଖୋଲା ଯାଇଥିଲା।
ମଧ୍ୟାହ୍ନ ଧୂପ ସରିବା ପରେ ମୁକ୍ତିମଣ୍ଡପ ସମ୍ମୁଖ ବେହରଣ ମଣ୍ଡପ ଦେଇ ଦଇତାପତି ସେବକମାନେ ଏକମାତ୍ର ଶୁକ୍ଲ (ଧଳା) ବସ୍ତ୍ର ପରିଧାନ କରି ଅଣସର ଘରେ ପ୍ରବେଶ କରିଥିଲେ। ସେଠାରେ ଦଇତାପତି ସେବକଙ୍କ ଦ୍ୱାରା ଶ୍ରୀଜିଉଙ୍କ ଗୁପ୍ତ ସେବା ଆରମ୍ଭ ହୋଇଥିଲା। ମହାପ୍ରଭୁଙ୍କ ନିକଟରେ କୋଠ ଭୋଗ ଲାଗି ବାରଣ କରାଯାଇଥିବାରୁ ଅସୁସ୍ଥ ଶ୍ରୀଜିଉଙ୍କୁ ଆଜିଠାରୁ ପଥି ଆକାରରେ କ୍ଷୀର, ସର, ଛେନା, ରାବିଡ଼ି ସହ ଆମ୍ୱ, କଦଳୀ, ପଣସ ଆଦି ଫଳ ଭୋଗ ଲାଗି ହୋଇଥିଲା। ମହାପ୍ରଭୁଙ୍କଠାରେ ଲାଗି ହେଉଥିବା ଏହି ଭୋଗ ଅଣସର ଘରୁ ବାହାରକୁ ନ ଆସିବାର ବିଧି ରହିଛି। ଏଣୁ ଶ୍ରୀଜିଉଙ୍କୁ ଭୋଗ ପରେ ଦଇତାପତି ସେବକମାନେ ଏହାକୁ ପ୍ରସାଦ ଆକାରରେ ସେବନ କରିବା ସହ ବାକି ଭୋଗ ସେହି ଅଣସର ଘରେ ଛାଡ଼ି ଆସିଥିଲେ।
ଶ୍ରୀଜିଉ ଅଣସରରେ ଥିବାରୁ ଶ୍ରୀମନ୍ଦିରରେ ସମସ୍ତ କାର‌୍ୟ୍ୟ ବନ୍ଦ ରଖାଯାଇଛି। ଜଗନମୋହନରୁ ଅଣସର ଘର ପର‌୍ୟ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ଏଠାକୁ ଭକ୍ତଙ୍କ ପ୍ରବେଶ ସଂପୂର୍ଣ୍ଣ ବନ୍ଦ କରାଯାଇଛି। ସେପଟେ ଦୈନନ୍ଦିନ ଭଜନ, କୀର୍ତନ, ଗୀତ, ଘଣ୍ଟଘଣ୍ଟା, ବାଜା ସବୁ ଶ୍ରୀମନ୍ଦିରରେ ନିଷେଧ କରାଯାଇଛି। ପଟିଦିଅଁ ରୂପେ ଶ୍ରୀମନ୍ଦିରରେ ଗତକାଲିଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଅନନ୍ତ ନାରାୟଣ, ବଡ଼ଠାକୁର ବଳଭଦ୍ର ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରା ଭୁବନେଶ୍ୱରୀ ରୂପରେ ପୂଜା ପାଉଥିବା ବେଳେ ଏଠାରେ ଛପନ ପଉଟି ଭୋଗ ଅନ୍ନ, ପିଠାପଣା ଆଦି ଲାଗି କରାଯାଇଛି। ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମକୃଷ୍ଣ ଓ ନୃସିଂହ ଭଗବାନ ବି ଏଠାରେ ପୂଜା ପାଉଛନ୍ତି। ମହାପ୍ରଭୁ ସୁସ୍ଥ ହେବା ଲାଗି ଶାଳ ପର୍ଣ୍ଣି, ଗମ୍ଭାରୀ, ଲବାଙ୍ଗ କୁଳି, ଫଣଫଣା, କୃଷ୍ଣ ପର୍ଣ୍ଣି, ବେଲ, ଖଣି ବଥୁ, ପଟଳି, ଖୁଆ, ଅଙ୍କରାନ୍ତି, ଗୋଖରା, ଲମ୍ୱାଗୋତି, ଦେଶୀ ଘିଅ, ମହୁ, ନବାତ, ଖୁଆ, ସର ପ୍ରଭୃତି ମିଶାଇ ମହୌଷଧି ପ୍ରସ୍ତୁତ କରାଯାଉଛି। ପ୍ରସ୍ତୁତ ମହୌଷଧି ଲାଗି ହେବା ପରେ ମହାପ୍ରଭୁ ସୁସ୍ଥ ହେବେ ଏବଂ ଜୁଲାଇ ୨ରେ ନବଯୌବନପ୍ରାପ୍ତି ହେବେ।

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

ରାଜ୍ୟ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ୧,୮୦୦ ଶହରୁ ୨,୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions