କେନ୍ଦୁଝର ୨୬/୪ : ଗୋନାସିକା ଜନ୍ତାରୀ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘାଟିରେ ଭାରସାମ୍ୟ ହରାଇ ଟ୍ରକ ଓଲଟି ପଡିଛି । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ୪ ଜଣ ଗୁରୁତର ଭାବେ ଆହାତ ହୋଇଛନ୍ତି । ଗୁରୁତର ମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ ନଳକୂପ ସଂରଜମା ବୋଝେଇ ଟ୍ରକ ଜନ୍ତାରୀ ଘାଟିରେ ଯିବା ସମୟରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡିଥିଲା ଦୁର୍ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହାତ ହୋଇଛନ୍ତି । ଆହତ ମାନଙ୍କୁ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ସ୍ଥଳରେ କାଞ୍ଜିପାଣି ପୋଲିସ ଏବଂ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି ।