Connect with us

ଭୁବନେଶ୍ୱର ୧୬/୧୨ : ଡେଣା ଝାଡ଼ିଲେଣି ବିଜେଡ଼ି, ବିଜେପି ଓ କଂଗ୍ରେସ । ଉଡ଼ିବାର ପ୍ରୟାସ ଆରମ୍ଭ କଲେଣି । ଆଗାମୀ ୨୦୧୯ ନିର୍ବାଚନ ପାଇଁ ହେଲେଣି ପ୍ରସ୍ତୁତ । ନିକଟରେ ୫ଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଓଡ଼ିଶାରେ ଏହାର ଆଶୁ ପ୍ରଭାବ ଅନୁଭୂତ ହୋଇଛି । ସବୁ ରାଜନୈତିକ ଦଳ ଚଳଚଂଚଳ ହୋଇପଡ଼ିଛନ୍ତି । ଆଉ କିଛି ମାସ ପରେ ରାଜ୍ୟ ବିଧାନସଭା ଓ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଭୋଟରମାନଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ ସବୁ ଦଳ ସତେ ଯେପରି ହଠାତ ସକ୍ରିୟ ହୋଇପଡ଼ିଥିବା ପ୍ରତୀୟମାନ ହେଉଛି ।
ଆସନ୍ତା ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଖୋର୍ଦ୍ଧା ବରୁଣେଇ ପାହାଡ ତଳେ ଏକ ବିଶାଳ ଦଳୀୟ ସମାବେଶ କରିବା ସହ ଅନ୍ୟକେତେକ ବିକାଶ ଯୋଜନାର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ସେହିଭଳି ଫେବୃଆରୀ ୨ ତାରିଖରୁ ଭୁବନେଶ୍ୱରଠାରେ ବିଜେପି ଆଦିବାସୀ ମୋର୍ଚ୍ଚା ଦୁଇଦିନିଆ ମହାସମାବେଶ କରିବ ।
ତେଣେ ଆସନ୍ତା ୨୬ ତାରିଖରେ ବିଜେଡ଼ି ନିଜର ପ୍ରତିଷ୍ଠା ଦିବସ ପାଳନ ପାଇଁ ଜୋରସୋର ଲାଗି ପଡ଼ିଛି । ଏହି ଦିବସରେ ଦଳ ପକ୍ଷରୁ ପଂଚାୟତ ସ୍ତରରୁ ଆରମ୍ଭ କରି ରାଜ୍ୟସ୍ତର ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏଥିରେ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଯିବ । ଅପରପକ୍ଷରେ କଂଗ୍ରେସ ୨୬ ତାରିଖରେ ବିଭିନ୍ନ ପଂଚାୟତରେ କଳାପତାକା ଉଡାଇ କଳା ଦିବସ ପାଳନ କରିବାକୁ ଯାଉଛି । ବିଶେଷ କରି ଆମ ଗାଁ ଆମ ବିକାଶ ଓ ପିଠା କାର୍ଯ୍ୟକ୍ରମ ଏକ ପ୍ରହସନ ବୋଲି ଅଭିଯୋଗ କରି କଂଗ୍ରେସ ଏହି କାର୍ଯ୍ୟକ୍ରମ ହାତକୁ ନେଇଛି ।
ଏହାର ଅବ୍ୟବହିତ ପୂର୍ବରୁ ବିଜେଡ଼ି ପକ୍ଷରୁ ସୁରତରେ ଆସନ୍ତା କାଲି ଓଡ଼ିଶା ମହୋତ୍ସବର ଆୟୋଜନ କରାଯାଇଛି । ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମାବେଶରେ ଉଦ୍ବୋଧନ ଦେବେ । ଆସନ୍ତାକାଲି ମଧ୍ୟ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଭୁବନେଶ୍ୱରସ୍ଥିତ ବିଜେପି କାର୍ଯ୍ୟାଳୟରେ ରାଫେଲ ଯୁଦ୍ଧବିମାନ କାରବାର ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟୀକରଣ ଦେବେ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions