Connect with us

ଚେନ୍ନାଇ: ଦେଶର ପ୍ରମୁଖ ନିର୍ବାଚନ ରଣାନୀତିନଜ୍ଞ ପ୍ରଶାନ୍ତ କିଶୋରଙ୍କୁ ତାମିଲନାଡୁ ରାଜନୀତିରେ ମିଳିଛି କଡା ମୁକାବିଲା। ପ୍ରଶାନ୍ତଙ୍କ ପ୍ରତିଦ୍ବନ୍ଦୀ ଭାବେ ଠିଆ ହୋଇଛନ୍ତି ସୁନୀଲ କାନୁଗୋଲୁ।

ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋର ଡିଏମକେ ଦଳ ପାଇଁ କାର୍ଯ୍ୟ କରୁଛନ୍ତି। ତାଙ୍କୁ ମୁକାବିଲା କରିବାକୁ ରାଜ୍ୟର ଅନ୍ୟତମ ପ୍ରମୁଖ କ୍ଷମତାସୀନ ଏଆଇଏଡିଏମକ ଦଳ ସୁନୀଲଙ୍କୁ ଦାଇତ୍ଵ ଦେଇଛି।

ମେକେନ୍ଜେଜୀରେ ପରାମର୍ଶଦାତାଭାବେ କାର୍ଯ୍ୟ କରୁଥିବା ସୁନୀଲ ପ୍ରଶାନ୍ତ କିଶୋରଙ୍କ ଟିମରେ ୨୦୧୪ ସାଧାରଣ ନିର୍ବାଚନରେ ମୋଦୀଙ୍କ ପାଇଁ କାର୍ଯ୍ୟ କରୁଥିଲେ। ତେବେ ୨୦୧୬ ବିଧାନସଭା ନିର୍ବାଚନରେ ଡିଏମକେର ପ୍ରଚାର ପରାମର୍ଶଦାତା ଭାବେ କାର୍ଯ୍ୟ କରିଥିଲେ। ପରେ ସେ ବିଜେପିର ବିଧାନସଭା ନିର୍ବାଚନ ପାଇଁ ଯୁଦ୍ଧଗୃହ ଭାବେ କାର୍ଯ୍ୟ କରୁଥିବା ଆସୋସିଏସନ ଅଫ ବିଲିଅନ ମାଇଣ୍ଡ ପାଇଁ କାର୍ଯ୍ୟ କରିଥିଲେ। ତେବେ ୨୦୧୯ ଲୋକସଭା ନିର୍ବାଚନରେ ଡିଏମକେ ଗଠବନ୍ଧନ ପାଇଁ କାର୍ଯ୍ୟ କରିଥିଲେ ଏବଂ ଏହି ନିର୍ବାଚନରେ ଡିଏମକେ ଓ ଏହାର ସହଯୋଗୀ ଦଳକୁ ୩୯ରୁ ୩୮ ଟି ଲୋକସଭା ଆସନ ମିଳିଥିଲା।

ବର୍ତ୍ତମାନ ଡିଏମକେ ପ୍ରଶାନ୍ତ କିଶୋରଙ୍କ ନିଯୁକ୍ତି ଦେବାପରେ ସୁନୀଲଙ୍କୁ ଏଆଇଏଡିଏମକେ ପାଇଁ କାର୍ଯ୍ୟ କରିବାକୁ ନିଯୁକ୍ତି ଦେଇଛି। ସୁନୀଲ ବର୍ତମାନ ଏଆଇଏଡିଏମକେର ମୁଖ୍ୟମନ୍ତ୍ରୀ ଏଡାପଡି ପଲନିସ୍ୱାମୀଙ୍କ ଭାବମୂର୍ତି ବଢାଇବା କାର୍ଯ୍ୟରେ ଲାଗିଛନ୍ତି। ଜୟଲଳିଥାଙ୍କ ରାଜତ୍ୱ ସମୟରେ ଜଣେ ପରିଚୟହୀନ ମନ୍ତ୍ରୀଭାବେ କାର୍ଯ୍ୟ କରୁଥିବା ଇପିଏସଙ୍କ ଭାବମୂର୍ତି ବଢ଼ିବାରେ କେତେ ଦୂର ସଫଳ ହେବେ ସୁନୀଲ ଏବଂ ନିର୍ବାଚନରେ ତାହା କେତେ ସହାୟକ ହେବେ ତାହା ଆସନ୍ତା ମେ ମାସରେ ଜଣା ପଡିବ।

Continue Reading
Click to comment

Leave a Reply

Your email address will not be published. Required fields are marked *

National

ଓଡ଼ିଶାରେ ୮୪ତମ ଭାରତୀୟ ସଡକ କଂଗ୍ରେସ ଉଦ୍‍ଘାଟିତ, ରାଜ୍ୟ ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

Published

on

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ  ନିତିନ ଜୟରାମ ଗଡକରୀ ଶୁକ୍ରବାର ୮୪ତମ ଭାରତୀୟ ସଡକ କଂଗ୍ରେସ ସମାବେଶକୁ ଉଦ୍‍ଘାଟନ କରିଛନ୍ତି ।

ଏହି ଅବସରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ଗଡ଼କରୀ ଓଡିଶା  ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠି ଘୋଷଣା କରିଛନ୍ତି  ।    ଏଥି ସହିତ ସେ କହିଥିଲେ ଯେ, ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବର୍ଜ୍ୟବସ୍ତୁକୁ ବ୍ୟବହାର କରି ସଡକ ନିର୍ମାଣ କରାଯାଉଛି। ତେଣୁ, ଭୁବନେଶ୍ୱରର କଠିନ ବର୍ଜ୍ୟବସ୍ତୁକୁ ସଡକ ନିର୍ମାଣ କ୍ଷେତ୍ରରେ ଉପଯୋଗ କରି ସ୍ୱଚ୍ଛ ଭୁବନେଶ୍ୱର ଗଠନ କରିବାକୁ ପରାମର୍ଶ ଦେଇଥିଲେ ।

ଉଦ୍‍ଘାଟନୀ ଅବସରରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ଉଦ୍‌ବୋଧନ ଦେଇ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ଗଡ଼କରୀ କହିଥିଲେ ଯେ, ଭାରତୀୟ ସଡକ କଂଗ୍ରେସ ହେଉଛି ଭାରତୀୟ ରୋଡ ଇଞ୍ଜିନିୟରିଙ୍ଗ୍ ର ଆତ୍ମା । ଏହି ସମାବେଶ ହେଉଛି ସଡକ ଭିତ୍ତିଭୂମି ନିର୍ମାଣ, ଗବେଷଣା, ଇଞ୍ଜିନିୟରିଙ୍ଗ୍ ଓ ଇନୋଭେସନ୍ ପାଇଁ ଏକ Knowledge Platform.

ସେ କହିଥିଲେ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସଡକ ନିର୍ମାଣ କ୍ଷେତ୍ରରେ ଦେଶ ଆଜି ଅଗ୍ରଗତି କରିଛି, ଯାତାୟତ ସମୟ ହ୍ରାସ ପାଇଛି। ଆଗାମୀ କିଛି ଦିନ ଭିତରେ ଭାରତ ସଡକ ନେଟୱର୍କ କ୍ଷେତ୍ରରେ ବିଶ୍ୱରେ ଏକ ନମ୍ବର ହେବାକୁ ଯାଉଛି। ଦେଶବ୍ୟାପୀ ଉନ୍ନତ ମାନର ସଡକ ନିର୍ମାଣ ପାଇଁ ୨ ଲକ୍ଷ ୮୭ ହଜାର କୋଟି ଟଙ୍କାର ପ୍ରାବଧାନ ରହିଛି।

ସେ ପୁଣି କହିଥିଲେ ଆମେ ଟେକ୍ନୋଲୋଜି ବ୍ୟବହାର କରି ଉତ୍ତମ ମାନର ସଡକ ନିର୍ମାଣ ପାଇଁ ପ୍ରୟାସ କରୁଛୁ। ଏଥିପାଇଁ ବିଶ୍ୱସ୍ତରୀୟ DPR ପ୍ରସ୍ତୁତି କରିବା ଆବଶ୍ୟକତା ରହିଛି। ନିଜ ନିଜ ଭିତରେ Best Practices, Research & Innovation କୁ ବିନିମୟ କରି ଭାରତର ନିର୍ମାଣ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ସେ ପରାମର୍ଶ ଦେଇଥିଲେ। ଆଗାମୀ ଦିନରେ ଆମ ଭବିଷ୍ୟତର ଇନ୍ଧନ ହେଉଛି- ହାଇଡ୍ରୋଜେନ୍ । ସେଥିପାଇଁ ଆମେ ଦେଶରେ ଗ୍ରୀନ ହାଇଡ୍ରୋଜେନ୍ ପ୍ରସ୍ତୁତିକୁ ଗୁରୁତ୍ୱ ଦେଉଛୁ। ସଡକ ନିର୍ମାଣ କ୍ଷେତ୍ରରେ ସଡକ ନିରାପତ୍ତା ପ୍ରତି ଧ୍ୟାନ ଦେବା ପାଇଁ ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‍ଘାଟନୀ ଉଦ୍‍‌ବୋଧନ ଦେଇ କହିଥିଲେ ଯେ, ୨୦୧୪ ମସିହାରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଦାୟିତ୍ୱ ନେବା ଠାରୁ ସଡକ ନିର୍ମାଣ କ୍ଷେତ୍ରରେ ଦ୍ରୁତ ଉନ୍ନତି ଆସିଛି। ପ୍ରଧାନମନ୍ତ୍ରୀଙ୍କ ଦିଗ୍‍ଦର୍ଶନ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁ ଆଜି ଉତ୍ତମ ସଡକ ନିର୍ମାଣ କ୍ଷେତ୍ରରେ ଦେଶବ୍ୟାପୀ ବ୍ୟାପକ ପରିବର୍ତ୍ତନ ଆସିଛି। ସ୍ୱାଧୀନତା ପରଠାରୁ ୨୦୧୪ ମସିହା ସୁଦ୍ଧା ଦେଶରେ ମାତ୍ର ୯୧ ହଜାର କିଲୋମିଟର ରାଜପଥ ନିର୍ମାଣ ହୋଇଥିବା ବେଳେ ୨୦୧୪ ରୁ ୨୦୨୪ ଅର୍ଥାତ୍ ମାତ୍ର ଦଶ ବର୍ଷରେ ୫୫ ହଜାର କିଲୋମିଟର ରାଜପଥ ନିର୍ମାଣ କରାଯାଇଛି। ଦେଶରେ ବିଶ୍ୱସ୍ତରୀୟ ସଡକ ନିର୍ମାଣର ଅଗ୍ରଗତି ସମ୍ଭବ ହୋଇଛି କେନ୍ଦ୍ର ମନ୍ତ୍ରୀ ଗଡକରୀଙ୍କ କାର୍ଯ୍ୟଦକ୍ଷତା ଓ ଦୂରଦୃଷ୍ଟୀ ଚିନ୍ତାଧାରା ଯୋଗୁ।

ସେ ପୁଣି କହିଥିଲେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଆମେ ଓଡିଶାର ଅର୍ଥନୀତିକୁ ମଜବୁତ୍ କରୁଛୁ । ଏଥିପାଇଁ ଆମ ସରକାର ବନ୍ଦର, ସଡକ, ରେଳ ଏବଂ ବିମାନ ପରିବହନ କ୍ଷେତ୍ରର ବିକାଶ ଦିଗରେ ଉଦ୍ୟମ ଅବ୍ୟାହତ ରଖିଛି। Odisha State Road Policy-2025 ଏବଂ Odisha State Highways Authority Act-2025 କରାଯାଇଛି। ସମୃଦ୍ଧ ଓଡିଶା ଗଠନ ପାଇଁ “ବିସ୍ତୃତ ଭିତ୍ତିଭୂମି ମାଷ୍ଟର ପ୍ଲାନ” ପ୍ରସ୍ତୁତ କରାଯାଉଛି । ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାର ଓଡିଶା ପାଇଁ ୧୩ ହଜାର ୬୯ କୋଟି ଟଙ୍କାର ଜାତୀୟ ରାଜପଥ ମଞ୍ଜୁର କରିଛନ୍ତି। କେନ୍ଦ୍ର ରାଜପଥ ମନ୍ତ୍ରୀଙ୍କ ଦ୍ୱାରା ୪ ହଜାର କୋଟି ଟଙ୍କାର ୧୯ଟି ସଡକ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି ଏବଂ ୧୩ଟି ପ୍ରକଳ୍ପ ପାଇଁ ୯ ହଜାର କୋଟି ଟଙ୍କା ମଧ୍ୟ ସେ ପୂର୍ବରୁ ମଞ୍ଜୁର କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ମଧ୍ୟରେ ଆମ ସରକାର ୭୫ ହଜାର କିଲୋମିଟର ସଡକ ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛନ୍ତି। ଓଡିଶାର ସଡକ ଗୁଡିକୁ ବିଶ୍ୱସ୍ତରୀୟ ମାନର କରିବା ପାଇଁ କେନ୍ଦ୍ର ମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି। ଆଗାମୀ ଦିନରେ କେନ୍ଦ୍ର ମନ୍ତ୍ରୀଙ୍କର ଏହି ସହଯୋଗ ଓଡିଶାର ବିକାଶକୁ ଆହୁରି ତୀବ୍ର କରିବ।

ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଥିଲେ ଯେ, ଦେଶରେ ଜାତୀୟ ରାଜପଥର ବିକାଶରେ ଭାରତୀୟ ସଡକ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡିଶାରେ ଏହି ଭଳି ସମ୍ମାନଜନକ ଆୟୋଜନ ଆମ ପାଇଁ ଗୌରବର କଥା। ଏହି ସମାବେଶରୁ ଯେଉଁ ନିଷ୍କର୍ଷ ଏବଂ ନୂଆ ଚିନ୍ତାଧାରା ବାହାରିବ, ସେଗୁଡିକ ଆମ ଦେଶର ସଡକ ନିର୍ମାଣ କ୍ଷେତ୍ରକୁ ସୁଦୃଢ କରିବାରେ ସାହାଯ୍ୟ କରିବ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ, ସଡକ ନିର୍ମାଣ କ୍ଷେତ୍ରରେ ଗୁଣାତ୍ମକ ମାନ ବଜାୟ ରଖିବା ପାଇଁ ବିଶ୍ୱସ୍ତରୀୟ ଚିନ୍ତାଧାରା ନେଇ କାମ କରିବାକୁ ପଡିବ। ଆୟୋଜିତ ଭାରତୀୟ ସଡକ କଂଗ୍ରେସ ଗୁଣାତ୍ମକ ସଡକ ନିର୍ମାଣରେ ବୈଷୟିକ ସହାୟତା ଦେବ ବୋଲି ସେ ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ସଡକ ନିର୍ମାଣ, ଗବେଷଣା ଓ ଇଞ୍ଜିନିୟରିଙ୍ଗ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଓ ଅବଦାନ ରଖିଥିବା ବ୍ୟକ୍ତି ବିଶେଷମାନଙ୍କ ସମ୍ମାନୀତ କରାଯାଇଥିଲା ଏବଂ ଏକ ସ୍ମରଣିକା ଉନ୍ମୋଚନ ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଭାରତୀୟ ସଡକ କଂଗ୍ରେସର ସଭାପତି ପ୍ରଫେସର ମନୋରଞ୍ଜନ ପରିଡା, ମହାସଚିବ ରାହୁଲ ଗୁପ୍ତା ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ। ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସମାବେଶକୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ।

Continue Reading

National

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି।

ସେ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ।

ସେ ପୁଣି କହିଛନ୍ତି ଯେ ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।

Continue Reading

National

ସୁଜାତାଙ୍କ ହୋଇପାରେ ସିଏମଓରେ ପ୍ରବେଶ

Published

on

ଭୁବନେଶ୍ୱର: ବରିଷ୍ଠ ଆଇଏସ ଅଧିକାରୀ ସୁଜାତା ପାଣ୍ଡିଆନଙ୍କ ହୋଇପାରେ ସିଏମଓରେ ପ୍ରବେଶ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି କେ ପାଣ୍ଡିଆନଙ୍କ ଆଇଏସ ସେବାରୁ ଇସ୍ତଫା ଦେବାପରେ ଏବଂ ତୁରନ୍ତ ପରବର୍ତ୍ତୀ କାଳରେ କ୍ୟାବିନେଟ ମନ୍ତ୍ରୀ ପଦବୀରେ ନିଯୁକ୍ତି ଏବଂ ବିଜେଡିରେ ଯୋଗ ଦେବାପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦ ଖାଲି ପଡ଼ିଛି। ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ କାହାକୁ ମିଳିବ ତାହା ନେଇ ଅନେକ କଳ୍ପନା ଜଳ୍ପନା ରାଜ୍ୟ ପାୱାର କରିଡରରେ ଚାଲିଛି।

ତେବେ ଯେତେ ଦୂର ସମ୍ଭବ ଏହି ସଂବେଦନଶୀଳ ପଦବୀ ପାଣ୍ଡିଆନଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ରାଉତଙ୍କୁ ଏହି ପଦବୀ ମିଳିପାରେ। ସୁଜାତଙ୍କ ସହ ମୁଖ୍ୟମନ୍ତ୍ରୀ ସହଜ ଅନୁଭବ କରିପାରିବେ। ଏହି ପଦବୀ ପାଇଁ ଏସି ଓ ଏଷ୍ଟି ବିଭାଗ ସଚିବ ରୁପା ରୋସନ ସାହୁଙ୍କ ନାମ ବି ବିଚାରରେ ଅଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions