Connect with us

ପୁରୀ ୨୧/୪ : ତୃତୀୟ ପର‌୍ୟ୍ୟାୟ ନିର୍ବାଚନ । ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରତିଶ୍ରୁତିର ପାହାଡ ଛିଡା କରୁଛନ୍ତି ପ୍ରାର୍ଥୀ । ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ମୋଦିଙ୍କ ବିକାଶକୁ ଆଧାର କରି ନିର୍ବାଚନ ଲଢ଼ୁଥିବାବେଳେ ବିଜେଡି ନବୀନଙ୍କ ବିକାଶ ଓ ଜନକଲ୍ୟାଣକାରୀ ଯୋଜନାକୁ ପ୍ରସଙ୍ଗ କରି ନିର୍ବାଚନ ବୈତରଣୀ ପାର ହେବାକୁ ଲକ୍ଷ୍ୟ ରଖିଛନ୍ତି । ସେହିପରି ସତ୍ୟପ୍ରକାଶ ନାୟକ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଫଳତାକୁ ଆଧାର କରି ନିର୍ବାଚନ ଲଢ଼ୁଛନ୍ତି ।
ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ଗଡ଼ ଭାବେ ବିବେଚିତ। ଏହି ନିର୍ବାଚନ ମଣ୍ଡଳୀ ଅଧୀନରେ ରହିଛି ପୁରୀ,ସତ୍ୟବାଦୀ,ବ୍ରହ୍ମଗିରି,ପିପିଲି,ଚିଲିକା,ରଣପୁର ଓ ନୟାଗଡ଼ ଆଦି ୭ଟି ବିଧାନସଭା ଆସନ। ସେ ମଧ୍ୟରୁ ଗତ ୨୦୧୪ ବିଧାନସଭା ନିର୍ବାଚନରେ ବିଜୁ ଜନତା ଦଳ ୫ଟି ଆସନ (ପୁରୀ,ବ୍ରହ୍ମଗିରି,ପିପିଲି,ରଣପୁର ଓ ନୟାଗଡ) ଜିତିଥିଲା ବେଳେ ସ୍ୱାଧୀନ ପ୍ରାର୍ଥୀ ଉମାକାନ୍ତ ସାମନ୍ତରାୟ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ଶ୍ରୀ ସାମନ୍ତରାୟ ଏଥର ବିଜୁ ଜନତା ଦଳ ଟିକେଟରେ ଲଢୁଛନ୍ତି। ତାଙ୍କ ବିପକ୍ଷରେ ଲଢୁଛନ୍ତି ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ସଭାପତି ତଥା ଭୂତପୂର୍ବ ମନ୍ତ୍ରୀ ପ୍ରସାଦ ହରିଚନ୍ଦନ। ରଣପୁର ବିଧାୟକ ରବିନାରାୟଣ ମହାପାତ୍ରଙ୍କୁ ବଦଳାଇ ଏଥର ବିଜୁ ଜନତା ଦଳ ପକ୍ଷରୁ ବେଗୁନିଆ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ପ୍ରାର୍ଥୀ କରାଯାଇଛି।
ଭାରତୀୟ ଜନତା ପାର୍ଟିର ଡାକ୍ତର ବିଭୂତି ଭୂଷଣ ହରିଚନ୍ଦନ ଏଠାରୁ ୨୦୧୪ରେ ବିଜୟୀ ହୋଇଥିଲେ। ତା’ ପୂର୍ବରୁ ସେ ଦୁଇଥର (୨୦୦୦ ଓ ୨୦୧୪)ରେ ଏଠାରୁ ଜିତିଥିଲେ। ଏଥର ତାଙ୍କ ବଦଳରେ ତାଙ୍କର ପୁତୁରା ତଥା ଭାରତୀୟ ଜନତା ପାର୍ଟିର ରାଜ୍ୟ ସାଧାରଣ ସଂପାଦକ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ପ୍ରାର୍ଥୀ କରାଯାଇଛି। ପୃଥ୍ଵୀରାଜ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କ ପୁତ୍ର।
ବିଶ୍ୱଭୂଷଣ ଏହି ନିର୍ବାଚନ ମଣ୍ଡଳୀକୁ ମଧ୍ୟ ଏକାଧିକ ଥର ପ୍ରତିନିଧିତ୍ୱ କରିଆସିଛନ୍ତି। ତେଣୁ ହରିଚନ୍ଦନ ପରିବାର ଏହି ଅଞ୍ଚଳର ଭୋଟରଙ୍କ ମଧ୍ୟରେ ଜଣାଶୁଣା। ତେବେ,ପୃଥ୍ଵୀରାଜଙ୍କ ବିପକ୍ଷରେ ଏଥର ଲଢୁଛନ୍ତି ବେଗୁନିଆର ବିଧାୟକ ଏବଂ ଯୁବନେତା ପ୍ରଶାନ୍ତ ଜଗଦେବ। ଏଠାରୁ କିଏ ଜିତିବ ସେଥିପାଇଁ ସମସ୍ତେ ଉତ୍ସୁକତାର ସହିତ ଅପେକ୍ଷା କରିରହିଛନ୍ତି।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions