ଭୁବନେଶ୍ୱର ୨୯/୧୨ : ଦାରିଙ୍ଗବାଡ଼ିରେ ଚଳିତବର୍ଷର ପ୍ରଥମ ତୁଷାରପାତ ହୋଇଛି । ସେଠାରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲସିଅସ ରହିଥିବା ବେଳେ ଫୁଲବାଣୀରେ ତାପମାତ୍ରା ୭ ଡିଗ୍ରୀ ରହିଛି । ଭୁବନେଶ୍ୱରରେ ଆଜିର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ଥିବାବେଳେ କଟକରେ ଏହା ୯.୪ ରହିଛି । ଦକ୍ଷିଣ ଉପକୂଳ ଓଡ଼ିଶାରେ ଘୂର୍ଣ୍ଣିବଳୟ ଅବ୍ୟାହତ ରହିଥିବାରୁ ତାହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଂଚଳରେ ଶୀତ ଲହର ଜାରି ରହିଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଂଚଳରେ ପ୍ରବଳ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗର ଜଣେ ଅଧିକାରୀ ସୂଚନା ଦେଇଛନ୍ତି ।