Connect with us

ଭୁବନେଶ୍ୱର ୨୪/୨ : ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ଠାରେ ରାଜ୍ୟ ସରକାରଙ୍କର ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅନ୍ତର୍ଗତ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ ଦୁଇଦିନିଆ ରାଜ୍ୟସ୍ତରୀୟ ‘ ପଲି ଫେଷ୍ଟ-୨୦୧୯’ ଉଦ୍‌ଘାଟିତ ହୋଇଯାଇଛି । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଓଡ଼ିଶାରେ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ‘ ପଲି ଫେଷ୍ଟ’ ଅନୁଷ୍ଠିତ ହେଉଛି ।
ଏହି ‘ ପଲି ଫେଷ୍ଟ’ର ମୁଖ୍ୟ ଲକ୍ଷ୍ୟ ହେଉଛି ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ପଲିଟେକ୍‌ନିକ୍‌ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପ୍ରତିେଯୋଗିତାମୂଳକ ମନୋଭାବ ଓ ଉଚ୍ଚ ଆକାଂକ୍ଷା ସୃଷ୍ଟି କରିବା । ଆଜିର ଉଦ୍‌ଘାଟନୀ ଉତ୍ସବରେ କ୍ରୀଡ଼ା ଓ ୩⁄୪ୁବସେବା, ପର୍ଯ୍ୟଟନ ବିଭାଗ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ‘ ପଲି ଫେଷ୍ଟ-୨୦୧୯’ର ଶୁଭାରମ୍ଭ କରିଥିଲେ । ଶ୍ରୀ ଦେବ ତାଙ୍କ ଅଭିଭାଷଣରେ କହିଲେ ଯୋ ସର୍ବ ପ୍ରଥମ ଥର ପାଇଁ ଅନୁଷ୍ଠିତ ଏହିଭଳି ଫେଷ୍ଟ ପଲିଟେକ୍‌ନିକ୍‌ ଓ ଡିେ ପ୍ଲାମା ଛାତ୍ରଛାତ୍ରୀମାନଙ୍କ ପ୍ରତିଭାର ବିକାଶ ନିମନ୍ତେ ଅତ୍ୟନ୍ତ ଆବଶ୍ୟକ । ଉଦ୍‌ଘାଟନୀ ଉତ୍ସବରେ ସି.ଇ.ଓ, ଓଏସ୍‌ଡିଏ ତଥା ନିୟୋଜନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ ଏହି ‘ ପଲି ଫେଷ୍ଟ-୨୦୧୯’ର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସଂ ପର୍କରେ ଆଲୋକ ପାତ କରିଥିଲେ । ଶେଷରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ଅତିରିକ୍ତ ସଚିବ ସୁଦର୍ଶନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଆଜି ଉଦ୍‌ଘାଟନୀ ଉତ୍ସବରେ ରାଜ୍ୟର ଛଅଗୋଟି ଜୋନ କଟକ, ବାଲେଶ୍ୱର, ବ୍ରହ୧⁄୨ ପୁର, ରାଉରକେଲା, ଖୋର୍ଦ୍ଧା ଓ ପୁରୀର ପଲିଟେକ୍‌ନିକ୍‌ ଶିକ୍ଷାନୁଷ୍ଠାନର ୮୬୨ ଜଣ ଛାତ୍ରଛାତ୍ରୀ ମାର୍ଚ୍ଚ ପାଷ୍ଟ କରି ଅଭିବାଦନ ଜଣାଇବା ପରେ ଶ ପଥ ନେଇଥିଲେ । ଏହି ‘ ପଲି ଫେଷ୍ଟ’ରେ ୨୭୪ ଜଣ ଛାତ୍ରୀ ଅଂଶଗ୍ରହଣ କରିଥିଲେ । ସମୁଦାୟ ୩୩ଟି ସରକାରୀ ଓ ୫୬ଟି ବେସରକାରୀ ପଲିଟେକ୍‌ନିକ୍‌ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଏହି ‘ ପଲି ଫେଷ୍ଟ-୨୦୧୯’ରେ ଭାଗ ନେଇଛନ୍ତି । ଏହି ଦୁଇଦିନିଆ ‘ ପଲି ଫେଷ୍ଟ-୨୦୧୯’ର ପ୍ରଥମ ଦିବସରେ ଫୁଟବଲ, କି୍ରକେଟ୍‌, ଆଥଲେଟିକ୍‌, ବ୍ୟାଡ୍‌ମିଣ୍ଟନ୍‌, ଭଲିବଲ୍‌ ଆଦି ପ୍ରତିେଯୋଗିତା ସହ ତର୍କ, ପ୍ରବନ୍ଧ, କୁଇଜ୍‌, ଡ୍ରାମା, ସୋଲୋ ଡ୍ୟାନ୍ସ ଭଳି ସାଂସ୍କୃତିକ ପ୍ରତିେ୩⁄୪ାଗିତା ଆୟୋଜନ କରା୩⁄୪ାଇଛି । ଏହିସବୁ ପ୍ରତିେ୩⁄୪ାଗିତା ଦୁଇଦିନ ଧରି ଚାଲିବ । ଫେବୃଆରୀ ୨୬ ତାରିଖ ଦିନ ଆଇଟିଆଇରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ‘ଆଇଟିଆଇ ଫେଷ୍ଟ’ କଳିଙ୍ଗ ଷ୍ଟାଡିୟମ୍‌ରେ ସକାଳ ୮ଟାରେ ଉଦ୍‌ଘାଟିତ ହେବାର କା୩⁄୪ର୍୍ୟକ୍ରମ ରହିଛି ।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଗଙ୍ଗାଧର ବିଷୋୟୀ ଓଡ୍ର ଖଣ୍ଡାୟତ କାଳଞୀ ସମାଜ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି

Published

on

ବୁଗୁଡ଼ା :  ଓଡ୍ର ଖଣ୍ଡାୟତ କାଳଁଞୀ ସମାଜର କେନ୍ଦ୍ରୀୟ ପରିଷଦ ପକ୍ଷରୁ ଆଜି ବେତାରସିଙ୍ଗି ଅଂଚଳ ପରିଷଦର ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବୁଗୁଡ଼ା-ଭଞ୍ଜନଗର ଅଂଚଳର ଜଣାଶୁଣା ଲୋକପ୍ରିୟ ଜନନେତା ଗଙ୍ଗାଧର ବିଷୋୟୀଙ୍କୁ ବେତାରସିଙ୍ଗି ଅଞ୍ଚଳ ପରିଷଦର ନୂତନ ସଭାପତି ଭାବେ ମନୋନୀତ କରାଯଇଛି l

ଅଞ୍ଚଳ ପରିଷଦର ଉପସଭାପତି ଭାବେ ଅନ୍ତର୍ଯ୍ୟାମୀ ସ୍ଵାଇଁ, ସମ୍ପାଦକ ଭାବେ ଅମ୍ବିକା ପ୍ରସାଦ ବିଷୋୟୀ, ସଂଗଠନ ସମ୍ପାଦକ ଭାବେ ଯୋଗୀ ନାହାକ,ସଂଗଠକ ଭାବେ ଲକ୍ଷ୍ମଣ ସ୍ଵାଇଁ, ଓ ଉପଦେଷ୍ଟା ଭାବେ ଗନ୍ଧର୍ବ ସେନ୍ ଭୂୟା ସର୍ବ ସମ୍ମତି ଭାବେ ନିର୍ବାଚିତ ହୋଇଛନ୍ତି l

ବୈଠକରେ କେନ୍ଦ୍ର ପରିଷଦ ସଭାପତି ସନ୍ତୋଷ କୁମାର ଜେନା, ଉପସଭାପତି ବୃନ୍ଦାବନ ଖଟେଇ, ସମ୍ପାଦକ ନୀଳାଚଳ ପୋଲେଇ, ଉପଦେଷ୍ଟା କାଳୀଚରଣ ନାୟକ, ଆସିକା ଅଞ୍ଚଳ ସଭାପତି ନରହରି ବିଶୋଇ, ସମ୍ପାଦକ ଯୋଗେନ୍ଦ୍ର ପ୍ରଧାନ, ସିଦ୍ଧେଶ୍ୱର ଅଞ୍ଚଳ ସଭାପତି ଯୋଗେନ୍ଦ୍ର ବିଶୋଇ, ଆଠଗଡ ସଭାପତି ସୂର୍ଯ୍ୟ ନାରାୟଣ ଭୂୟା ,ସମ୍ପାଦକ ରାଧାଶ୍ୟାମ ଜେନା, ଉପଦେଷ୍ଟା ପଦ୍ମଚରଣ ଜେନା, କଇଁଡି ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା, ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ କେନ୍ଦ୍ର ସଭାପତି ହରିହର ପ୍ରଧାନଙ୍କ ସମେତ ଗ୍ରାମମଣ୍ଡଳ,ଅଞ୍ଚଳ ଓ 19 ଖଣ୍ଡ ଗ୍ରାମର ସମାଜ ଭାଇମାନେ ଉପସ୍ଥିତ ଥିଲେ l

ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ କୂଳ ଦେବତାଙ୍କ ନିକଟରେ ଶପଥ ପାଠ କରାଯାଇଥିଲା l

ନୂତନ କମିଟି ଅଞ୍ଚଳରେ ସମାଜ ଭାଇଙ୍କ ଶିକ୍ଷା, ଆର୍ଥିକ ଉନ୍ନତି, ଗରିବ, ବୃଦ୍ଧ ବୃଦ୍ଧା ଙ୍କ କଲ୍ୟାଣ ସୁରକ୍ଷା ,ନାରୀ ସୁରକ୍ଷା ଉପରେ ଗୁରୁତ୍ଵ ଦେଇଥିଲେ l ଅଞ୍ଚଳରେ ବର୍ତ୍ତମାନ ଶୂନ୍ୟ ଅଭିଯୋଗ ଘୋଷଣା କରାଯାଇଛି l ଶେଷରେ ନବ ନିର୍ବାଚିତ ସଭାପତି ଗଙ୍ଗାଧର ବିଶୋଇ ଧନ୍ୟବାଦ ପ୍ରଦାନ କରିଥିଲେ l

Continue Reading

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions