ରାଜ୍ୟ

ଦୁଇ ଶହୀଦ ଓଡ଼ିଆ ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର ୧୫ : ଜାମ୍ମୁ ଓ କାଶ୍ମୀର ପୁଲୱାମାରେ ହୋଇଥିବା ଆତ୍ମଘାତୀ ଆକ୍ରମଣରେ ପ୍ରାଣ ହରାଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଚିବାଳୟରେ ମୁଖ୍ୟମନ୍ତ୍ରୀ ଶହୀଦଙ୍କ ଉଦ୍ଦେଶ୍ୟରେ ଏକ ମିନିଟ୍‌ ନୀରବ ପ୍ରାର୍ଥନା କରିଛନ୍ତି । ଏହା ସହିତ ଏହି ହମ୍‌ଲାରେ ମାଟି ମା’ ପାଇଁ ପ୍ରାଣ ବଳୀ ଦେଇଥିବା ଦୁଇ ଓଡ଼ିଆ ଯବାନ ପ୍ରସନ୍ନ ସାହୁ ଓ ମନୋଜ ବେହେରାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ମୁଖ୍ୟମନ୍ତ୍ରୀ ଦୁଇ ଶହୀଦଙ୍କ ଶୋକସନ୍ତପ୍ତ ପରିବାର ଲୋକଙ୍କ ସହିତ ଟେଲୀଫୋନ୍‌ରେ କଥା ହୋଇଛନ୍ତି ।
ଜମ୍ମୁ-କାଶ୍ମୀରର ପୁଲଓ୍ବାମା ଠାରେ ହୋଇଥିବା ହୃଦୟ ବିଦାରକ ଆତଙ୍କବାଦୀ ଆକ୍ରମଣରେ ଶହୀଦ ଯବାନଙ୍କ ମଧ୍ୟରେ ଦୁଇ ଓଡ଼ିଆ ଯବାନ ପ୍ରସନ୍ନ କୁମାର ସାହୁ ଓ ମନୋଜ କୁମାର ବେହେରା ଶହୀଦ ହୋଇଥିବା ବିଷୟରେ ଜାଣି ମୁଁ ମର୍ମାହତ। ବୀର ଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ସେହିପରି ମୁଖ୍ୟମନ୍ତ୍ରୀ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଓ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନାଙ୍କୁ ଶହୀଦ ପରିବାର ଲୋକଙ୍କୁ ଭେଟିବାକୁ ନିର୍ଦ୍ଦେଶ ଦେଇଛନ୍ତି । ନବୀନ କହିଛନ୍ତି ଜମ୍ମୁ-କାଶ୍ମୀରର ପୁଲୱାମା ଠାରେ ହୋଇଥିବା ହୃଦୟ ବିଦାରକ ଆତଙ୍କବାଦୀ ଆକ୍ରମଣରେ ଶହୀଦ ଯବାନଙ୍କ ମଧ୍ୟରେ ଦୁଇ ଓଡ଼ିଆ ଯବାନ ପ୍ରସନ୍ନ କୁମାର ସାହୁ ଓ ମନୋଜ କୁମାର ବେହେରା ଶହୀଦ ହୋଇଥିବା ବିଷୟରେ ଜାଣି ମର୍ମାହତ । ବୀର ଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *

Trending

Exit mobile version