Health

ଦେଶରେ କରୋନା ଜନିତ ମୃତ୍ୟୁ ହାର କେନ୍ଦ୍ରାପଡା ଜିଲ୍ଲାରେ ସର୍ବନିମ୍ନ

Published

on


ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲାରେ କରୋନା ସଂକ୍ରମଣରୁ ମୃତ୍ୟୁ ହାର ସମଗ୍ର ଦେଶରେ ସବୁୁୁଠାରୁ କମ ରହିଛି। ଜିଲ୍ଲାରେ ମୃତ୍ୟୁ ହାର 0.୩୩ % ରହିିିଛି।

” ଜିଲ୍ଲାରେ ଆରୋଗ୍ୟ ହାର ରାଜ୍ୟରେ ସର୍ବାଧିକ ୭୭ ପ୍ରତିଶତ ରହିଥିବା ବେଳେ ମୃତ୍ୟୁ ହାର ୦.୩୩ ପ୍ରତିଶତ ରହିଛି, ଯାହା କି ସାରା ଦେଶରେ ସର୍ବନିମ୍ନ । ସେହିପରି କେନ୍ଦ୍ରାପଡାରେ ସଂକ୍ରମଣ ହାର ୨.୨୫ ପ୍ରତିଶତ ଅଟେ, ଯାହା କି ରାଜ୍ୟରେ ସବୁଠାରୁ କମ୍‌ ।”

ସରପଞ୍ଚମାନଙ୍କୁ ଦିଆଯାଇଥିବା ଜିଲ୍ଲାପାଳ କ୍ଷମତାକୁ ସେମାନେ ଦକ୍ଷତାର ସହ କରୋନା ନିୟନ୍ତ୍ରଣରେ ଉପଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇବା ସହ ସେମାନଙ୍କ ଉପରେ ତାଙ୍କର ଭରସାକୁ ଆହୁରି ଦୃଢ କରିଛି ବୋଲି ମତ ଦେଇଥିଲେ। କେନ୍ଦ୍ରାପଡାକୁ ଏହି ସମୟ ମଧ୍ୟରେ ଅନ୍ୟ ରାଜ୍ୟରୁ ପ୍ରାୟ ୫୫ ହଜାର ଭାଇଭଉଣୀ ଫେରିଥିଲେ ମଧ୍ୟ ସମସ୍ତଙ୍କ ସହଯୋଗରେ କରୋନା ପରିଚାଳନା କାର୍ଯ୍ୟ ଯେଭଳି ଜାରି ରହିଛି, ସେଥିରେ କେନ୍ଦ୍ରାପଡା ଓଡିଶାରେ ଏକ ଆଦର୍ଶ ଜିଲ୍ଲା ହୋଇପାରିଛି ।
କେନ୍ଦ୍ରାପଡା ପ୍ରତି ସେ ସବୁବେଳେ ସ୍ବତନ୍ତ୍ର ଦୃଷ୍ଟି ଦେଇ ଆସିଛନ୍ତି ବୋଲି ପ୍ରକାଶ କରିଥିଲେ ଏବଂ କେନ୍ଦ୍ରାପଡା ଜିଲ୍ଲାବାସୀଙ୍କ ସୁବିଧା ପାଇଁ ଜିଲ୍ଲାର ପ୍ରତି ବ୍ଲକ୍‌କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଗୋଟିଏ ଲେଖାଏ Ventilatorଯୁକ୍ତ Ambulance ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିଲେ । ସେହିପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହୋଇଥିବା ସବୁ ଯୋଗ୍ୟ ହିତାଧିକାରୀଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରି ତୁରନ୍ତ ରେସନ୍‌ କାର୍ଡ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

   କେନ୍ଦ୍ରାପଡା ଜିଲ୍ଲାରେ କରୋନା ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ତଥା ବିଭିନ୍ନ ପଞ୍ଚାୟତର ସରପଞ୍ଚମାନେ ଯେଭଳି ନିଷ୍ଠା ଓ ଉତ୍ସର୍ଗୀକୃତ ଭାବରେ ସେବା କରୁଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ତାର ଉଚ୍ଚ ପ୍ରଶଂସା କରିବା ସହିତ ସେମାନଙ୍କ ଭଲ କାମ ପାଇଁ ଧନ୍ୟବାଦ ଜଣାଇଥିଲେ। ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜିଲ୍ଲାର ବିଧାୟକ ଓ ସରପଞ୍ଚମାନଙ୍କ ସହିତ କରୋନା ସ୍ଥିତି ସଂପର୍କରେ ଆଲୋଚନା ଅବସରରେ ବିଜୁ ବାବୁଙ୍କ କଥା ମନେ ପକାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ବିଜୁବାବୁ ଆଜି ବଞ୍ଚିଥାନ୍ତେ, ତେବେ ସରପଞ୍ଚମାନେ ଲୋକଙ୍କ ପାଇଁ ଯେଭଳି ଭଲ କାମ କରୁଛନ୍ତି, ତାହା ଦେଖି ବହୁତ ଖୁସି ହୋଇଥାନ୍ତେ। ସେମାନଙ୍କର ଏହି ଭଲ କାମ ପାଇଁ ସେ ଗର୍ବିତ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କରୋନା ବିରୁଦ୍ଧରେ ଚାଲିଥିବା ଏହି ଲମ୍ବା ଲଢେଇରେ ଆଗକୁ ସତର୍କ ରହି କାମ କରିବାପାଇଁ ସରପଞ୍ଚ ମାନଙ୍କୁ ପରାମର୍ଶ ଦେଇଥିଲେ।
 
ବର୍ତ୍ତମାନ ଲଘୁଚାପଜନିତ ବର୍ଷା ଜାରି ରହିଥିବାକୁ କେନ୍ଦ୍ରାପଡା ଜିଲ୍ଲାର ଆବଶ୍ୟକତାକୁ ଭିତ୍ତିକରି ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ବର୍ତ୍ତମାନ ବଡ ଧରଣର ବନ୍ୟାର ଆଶଙ୍କା ନାହିଁ ଏବଂ ଜଳାବଦ୍ଧ ସମସ୍ୟା ଦୂର କରିବାପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସ୍ବତନ୍ତ୍ର ରିଲିଫ କମିଶନର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । 
କେନ୍ଦ୍ରାପଡାରେ କରୋନା ନିୟନ୍ତ୍ରଣ ସହିତ ବିକାଶ କାର୍ଯ୍ୟ ଜାରି ରଖିବାରେ କୌଣସି ଅସୁବିଧା ନାହିଁ ବୋଲି ଆଲୋଚନାରେ ମୁଖ୍ୟ ଶାସନ ସଚିବ ସ୍ପଷ୍ଟ କରିଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଧାୟକଗଣ ଏବଂ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ଲୋକପ୍ରତିନିଧି ମାନେ ଭାଗ ନେଇ ସେମାନଙ୍କର ମତାମତ ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, କେନ୍ଦ୍ରାପଡାର Covid Observer, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପଣ୍ଡିଆନ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

Leave a Reply

Your email address will not be published. Required fields are marked *

Trending

Exit mobile version