Connect with us

ଭୁବନେଶ୍ୱର ୨୦/୬ : ଗତକାଲି ନବୀନ ସର୍ବଦଳୀୟ ବୈଠକରେ ଉପସ୍ଥିତ ରହି କେନ୍ଦ୍ର ପାଇଁ ଚିନ୍ତାର କାରଣ ସାଜିଥିବା କିଛି ପ୍ରସଙ୍ଗରେ ଯେଭଳି ଆଭିମୁଖ୍ୟ ପ୍ରକଟ କରିଛନ୍ତି, ସେଥିରୁ ରାଜନୈତିକ ମହଲ ଗନ୍ଧ ବାରିଲେଣି କି କେନ୍ଦ୍ର-ରାଜ୍ୟ ସଂପର୍କରେ ଇତିମଧ୍ୟରେ ଯଥେଷ୍ଟ ସୁଧାର ଆସିଛି। ନିର୍ବାଚନ ସମୟର ତିକ୍ତତା ଛାଡି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ମୋଦୀ ଏ ଦିଗରେ କେଇ ପାଦ ଆଗକୁ ଯାଇଛନ୍ତି।
କେବଳ ସେତିକି ନୁହେଁ, ଗତକାଲି ନୂଆଦିଲ୍ଲୀ ସଂସଦ ଗ୍ରନ୍ଥାଳୟରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଯୋଗ ଦେଇ ନବୀନ ସିଧା ସିଧା କହିଥିଲେ, ଦେଶର ସ୍ବାର୍ଥ ଓ ଲୋକଙ୍କ ପାଇଁ ଯାହା ଉପଯୁକ୍ତ ତାହାକୁ ବିଜେଡି ସମର୍ଥନ ଜଣାଇ ଆସିଛି ଓ ଭବିଷ୍ୟତରେ ମଧ୍ୟ ଏହା ଜାରି ରହିବ। ଏଥିସହିତ ଦେଶର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଦିଆ-ନିଆ ମନୋଭାବ ରହିବା ଉଚିତ୍ ବୋଲି ସେ ଖୋଲାଖୋଲି ମନ୍ତବ୍ୟ ଦେଇଥିଲେ। ବିକାଶକୁ ଏଜେଣ୍ଡା କରି ଉଭୟ ନବୀନ ଓ ମୋଦୀଙ୍କ ମିଳିତ ଗୋଟିଚାଳନା ଉଭୟ ଜାତୀୟ ଓ ରାଜ୍ୟ ରାଜନୀତି ପାଇଁ ଅନେକ ଗୁରୁତ୍ବ ବହନ କରୁଛି। ନିର୍ବାଚନ ପରେ ପରେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ଯେ ଓଡ଼ିଶାର ସ୍ବାର୍ଥ ସହିତ ଯିଏ ରହିବ, ସିଏ ତାକୁ ସମର୍ଥନ କରିବେ। ସେହିପରି ‘ଫନି’ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ତତ୍କାଳ ଆସି ଯେଭଳି ୧୦୦୦ କୋଟିର ଆଗୁଆ ସହାୟତା ଘୋଷଣା କଲେ, ତାକୁ ନବୀନ ପ୍ରଶଂସା କରିବାକୁ ଭୁଲିନଥିଲେ।
ପ୍ରଧାନମନ୍ତ୍ରୀଙ୍କ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ପ୍ରସଙ୍ଗକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ ଜଣାଇଛନ୍ତି। ସଂସଦ ଭବନ ସ୍ଥିତ ଗ୍ରନ୍ଥାଗାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଏ ସଂକ୍ରାନ୍ତରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ଏଭଳି ଚିନ୍ତାଧାରା ସମର୍ଥନ ପଛର କାରଣ ବି ଦର୍ଶାଇଥିଲେ। କହିଥିଲେ, ବାରମ୍ବାର ନିର୍ବାଚନ ହେବା କାରଣରୁ ଉତ୍ତମ ସହକାରୀ ସଂଘୀୟ ବ୍ୟବସ୍ଥାରେ ବ୍ୟାଘାତ ସୃଷ୍ଟି ହେଉଛି। ବାରମ୍ବାର ନିର୍ବାଚନ ବିକାଶରେ ଅନ୍ତରାୟ ମଧ୍ୟ ସୃଷ୍ଟି କରୁଛି। ସମୁଦାୟ ୯ଟି ପ୍ରସଙ୍ଗରେ ନିଜ ମତ ରଖିବା ସହିତ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମବାର୍ଷିକୀ ପାଳନ ସମ୍ପର୍କରେ ନିଜର ପୁରୁଣା ପରାମର୍ଶକୁ ମନେ ପକାଇଥିଲେ ମୁଖ୍ୟମନ୍ତ୍ରୀ। କହିଥିଲେ, ସମ୍ବିଧାନର ମୁଖବନ୍ଧରେ ‘ଅହିଂସା’ ଶବ୍ଦ ସ୍ଥାନିତ କରାଯାଉ। ଏହାଦ୍ବାରା କେବଳ ଭାରତୀୟ ନୁହଁନ୍ତି, ବିଶ୍ବବାସୀ ତଥା ଭବିଷ୍ୟତ ପିଢି ଅହିଂସା ମଧ୍ୟରେ ଥିବା ଗହନ ସତ୍ୟକୁ ସ୍ମରଣ କରିପାରିବେ। ମହିଳା ସଶକ୍ତିକରଣ ପ୍ରସଙ୍ଗ ଉଠାଇଥି ନବୀନ କହିଥିଲେ, ଦେଶର ଅଧା ଲୋକଙ୍କୁ ସଶକ୍ତ ନ କରି କୌଣସି ଦେଶ ବିକଶିତ ହୋଇନାହାନ୍ତି। ଉଭୟ ଲୋକସଭା ଓ ବିଧାନସଭାରେ ମହିଳା ସଂରକ୍ଷଣକୁ ତାଙ୍କ ଦଳ ପୂର୍ଣ୍ଣ ସମର୍ଥନ ଜଣାଉଛି।

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

ରାଜ୍ୟ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ୧,୮୦୦ ଶହରୁ ୨,୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions