ରାଜନୀତି

ଦ୍ୱିତୀୟ ପର‌୍ୟ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ : ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

Published

on

ଭୁବନେଶ୍ୱର ୧୯/୩ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଦ୍ୱିତୀୟ ପର‌୍ୟ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦ୍ୱିତୀୟ ପର‌୍ୟ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ଆଜିଠାରୁ ଏଥିପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜଣାଯାଇଛି। ଦ୍ୱିତୀୟ ପର‌୍ୟ୍ୟାୟରେ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୬। ମାର୍ଚ୍ଚ ୨୭ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ ଏବଂ ୨୯ ତାରିଖ ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ।
ସୂଚନାଯୋଗ୍ୟ, ଦ୍ୱିତୀୟ ପର‌୍ୟ୍ୟାୟରେ ଓଡ଼ିଶାରେ ୫ଟି ଲୋକସଭା ଆସନ (ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା) ଓ ଏହା ଅଧୀନରେ ଥିବା ୩୫ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ। ଦ୍ୱିତୀୟ ପର‌୍ୟ୍ୟାୟ ପାଇଁ ଏପ୍ରିଲ୍ ୧୮ ତାରିଖରେ ଭୋଟ୍ ଗ୍ରହଣ ହେବ। ସେପଟେ କାଲି ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଛତ୍ରପୁରରେ ଉପଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟରେ ନାମାଙ୍କନ ଦାଖଲ କରିବେ । ସେଠାରେ ଉପସ୍ଥିତ ରହିବେ ଜିଲ୍ଲାର ସମସ୍ତ ବିଜେଡି ସାଂସଦ ଓ ବିଧାୟକ । ହିଂଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିବେ ନବୀନ ।
ସୂଚନାଯୋଗ୍ୟ, ପଶ୍ଚିମ ଓଡ଼ିଶାରୁ ପ୍ରଥମଥର ପାଇଁ ନିର୍ବାଚନ ଲଢ଼ିବେ ନବୀନ । ନିଜ ପାରମ୍ପରିକ ହିଞ୍ଜିଳି ବିଧାନସଭା କ୍ଷେତ୍ର ସହ ବିଜେପୁର ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢ଼ି ଗୋଟିଏ ଦିନରେ ଦେବେ ଦୁଇ ଦୁଇଟି ପରୀକ୍ଷା । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ଏପ୍ରିଲ୍ ୧୮ ତାରିଖରେ ହେବାକୁ ଥିବା ଦ୍ୱିତୀୟ ପର‌୍ୟ୍ୟାୟ ନିର୍ବାଚନରେ ଏକସଙ୍ଗେ ଦୁଇଟି ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *

Trending

Exit mobile version