ଭୁବନେଶ୍ୱର ୩୧/୫ : ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଥିବାବେଳେ ପ୍ରତାପ ଷଢ଼ଙ୍ଗୀ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ ଦ୍ୱିତୀୟ ଥର ପାଇଁ କେନ୍ଦ୍ରମନ୍ତ୍ରୀ ହୋଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍ ଏଥର ମୋଦୀ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଛନ୍ତି। ମୋଦି ସରକାରରେ ଦୁଇ ଓଡ଼ିଆ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କୁ ଟ୍ୱଟ୍ ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ଭାରତୀୟଙ୍କ ଆଶାକୁ ପୂରଣ କରିବା ସହ ଓଡ଼ିଶାର ସ୍ୱରକୁ କେନ୍ଦ୍ରରେ ସଫଳତା ସହ ପହଞ୍ଚାଇବାକୁ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।