Connect with us

ଭୁବନେଶ୍ୱର ୮/୪ : ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଅପପ୍ରଚାର କରୁଥିଲେ ବୈଜୟନ୍ତ । ଏଭଳି ସାଂଘାତିକ ଅଭିଯୋଗ ଏବେ ସାମ୍ନାକୁ ଆସିଛି । ବୈଜୟନ୍ତ ନିଜର ରାଜନୈତିକ ଉଚ୍ଚଭିଳାଷକୁ ପୂରଣ କରିବାକୁ ଏଭଳି ଅପପ୍ରଚାର କରୁଥିଲେ । ଏନେଇ ଜାତୀୟ ଗଣମାଧ୍ୟମ ସାମ୍ନାରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ । ନିଜର ରାଜନୈତିକ ଅଭିଳାଷ ଚରିତାର୍ଥ ପାଇଁ ବୈଜୟନ୍ତ ଏଭଳି କରୁଥିଲେ ବୋଲି ଏନଡିଟିଭିକୁ ସାକ୍ଷାତକାର ଦେବା ଅବସରରେ କହିଛନ୍ତି ନବୀନ । ଏ ସର୍ମ୍ପକରେ ଟ୍ୱିଟ୍ କରି ଜଣାଇଛନ୍ତି ସାମ୍ବାଦିକ ଶ୍ରୀନିବାସନ ଜୈନ ।
ପୂର୍ବରୁ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ବୈଜୟନ୍ତ ଅପପ୍ରଚାର କରୁଥିବା ବିଜେଡି କହିଥିଲା । ଏପରିକି ବୈଜୟନ୍ତଙ୍କ ଏକାନ୍ତ ଅନୁଗତ ତଥା ରାଜନୈତିକ ସଂଯୋଜକ ଥିବା ଦେବାଶିଷ ମଲ୍ଲିକ ମଧ୍ୟ ସମାନ ଅଭିଯୋଗ ଆଣିଥିଲେ । ବୈଜୟନ୍ତଙ୍କୁ ଫାଇନାନ୍ସ କମିଟିରେ ନ ରଖିବା ଯୋଗୁଁ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ କେନ୍ଦ୍ରାପଡା ସାଂସଦ ଅପପ୍ରଚାର କରିଥିଲେ ବୋଲି ଗଣମାଧ୍ୟମରେ କହିଥିଲେ ଦେବାଶିଷ । ଯେଉଁଥିପାଇଁ ବୈଜୟନ୍ତଙ୍କ ହାତ ମଧ୍ୟ ଛାଡିଥିଲେ ଦେବାଶିଷ ।
ନିର୍ବାଚନ ଋତୁରେ ନବୀନଙ୍କ ଏହି ବୟାନ ରାଜ୍ୟ ରାଜନୀତିରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଦଳ ଭିତରେ ରହି ବୈଜୟନ୍ତ ଦଳୀୟ ସୁପ୍ରିମୋଙ୍କ ବିରୋଧରେ ଯେଉଁ ଷଡଯନ୍ତ୍ର ରଚୁଥିଲେ ତାହା ଉପରୁ ପରଦା ହଟାଇଛନ୍ତି ଖୋଦ ନବୀନ । ଫିଟନେସ ଭିଡିଓରେ ନବୀନ ଫିଟ୍ ଥିବା ବାର୍ତ୍ତା ଦେଇଥିବା ବେଳେ ଏବେ ବୈଜୟନ୍ତଙ୍କ ଷଡଯନ୍ତ୍ରର ଗୁମର ଖୋଲିଛନ୍ତି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions