ରାଜନୀତି

ନାମାଙ୍କନ ପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published

on

ଛତ୍ରପୁର ୨୦/୩ : ନବୀନ ପଟ୍ଟନାୟକ ଆସିକା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନବୀନ ପଟ୍ଟନାୟକ ଛତ୍ରପୁର ସ୍ଥିତ ଅତିରିକ୍ତ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଙ୍ଗ୍ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ୨ୟ ପର‌୍ୟ୍ୟାୟ ନିର୍ବାଚନ ଲାଗି ମଙ୍ଗଳବାର ବିଜ୍ଞପ୍ତି ଜାରି ହେବା ସହ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ସେ ତାରାତାରିଣୀ ମନ୍ଦିରକୁ ଯାଇ ମାଆଙ୍କୁ ଦର୍ଶନ କରିଥିଲେ। ଗଞ୍ଜାମ ଜିଲ୍ଲାର ସମସ୍ତ ଲୋକସଭା ଓ ବିଧାନସଭା ଆସନର ପ୍ରାର୍ଥୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।
ତାଙ୍କର ୧୧ଟା ୧୫ରେ ପ୍ରାର୍ଥୀପତ୍ର ଦାଖଲ କରି ୧୧ଟା ୪୫ରେ ଭୁବନେଶ୍ୱର ଫେରିବା କାର‌୍ୟ୍ୟକ୍ରମ ଥିଲା । ନାମାଙ୍କନ ପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଗଂଜାମର ବହୁ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ । ଅନ୍ୟପଟେ ବିଜେପୁର ଆସନ ପାଇଁ ମୁଖ୍ୟମନ୍ତ୍ରୀ ୨୫ ତାରିଖରେ ନାମାଙ୍କନ ଦାଖଲ କରିପାରନ୍ତି । ନାମାଙ୍କନ ଦାଖଲ ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି । କହିଲେ, “ନିର୍ବାଚନରେ ବହୁ ଆସନରେ ବିଜୟୀ ହେବୁ । ବିଜେଡି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଭରିଲି ।

Leave a Reply

Your email address will not be published. Required fields are marked *

Trending

Exit mobile version