Connect with us

ରାଉରକେଲା ୧୦/୪ : ୨୦୧୯ ସାଧାରଣ ନିର୍ବାଚନ ମତଦାନ ଯେତିକି ପାଖେଇ ଆସୁଛି ସେହି ପରିମାଣରେ ନିର୍ବାଚନୀ ଫ୍ଲାଇଂ ସ୍କ୍ଵାର୍ଡ ଗାଡିଗୁଡିକରୁ ଲକ୍ଷ ଲକ୍ଷ ଟଙ୍କା ଜବତ କରୁଛି। ଏହି କ୍ରମରେ ବୁଧବାର ନିର୍ବାଚନ ଫ୍ଲାଇଂ ସ୍କ୍ୱାର୍ଡ଼କୁ ଦେଖି ଏକ ଅଡି କାରରୁ ୨୭ଲକ୍ଷ ୪୯ ହଜାର ଟଙ୍କା ଫୋପାଡ଼ି ଡ୍ରାଇଭର ଛୁ ହୋଇଯାଇଛି । ଏହି ଅର୍ଥ ଜବତ କରି ଅଧିକାରୀ ଏହାର ଯାଞ୍ଚ କରୁଛନ୍ତି।
ସାଧାରଣ ନିର୍ବାଚନରେ ଟଙ୍କା ବଣ୍ଟନ କରି ଲୋକଙ୍କ ଭୋଟ ପାଇବାକୁ ଆଶାୟୀ କିଛି ପ୍ରାର୍ଥୀ ଟଙ୍କା ନେଇ ଯାଉଥିବାରୁ ନିର୍ବାଚନ ଫ୍ଲାଇଂ ସ୍କ୍ୱାର୍ଡ଼ ଦ୍ୱାରା ଯାତାୟତ ସମସ୍ତ ଗାଡ଼ି ଯାଂଚ କରାଯାଉଛି । ନିକଟରେ ଅନେକ ଗାଡ଼ିରୁ ବିପୁଳ ଟଙ୍କା ଜବତ ହୋଇଛି । ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ନ ହେବା ପାଇଁ ଆଜି ରାଉରକେଲାରେ ଯାଂଚ ଚାଲିଥିବା ବେଳେ ଏକ ବିଚିତ୍ର ଘଟଣା ଘଟିଛି । ବିଶ୍ରା ମହାପାଣି ରାସ୍ତାରେ ଯାଉଥିବା ଏକ ନମ୍ବରବିହୀନ ଅଡି କାର ଯାଂଚ ବେଳେ ୨୭ଲକ୍ଷ ୪୯ ହଜାର ଟଙ୍କା ଜବତ ହୋଇଛି । ଯାଂଚ ବେଳେ ଟଙ୍କା ବ୍ୟାଗଟି ବାହାରକୁ ଫୋପାଡ଼ି ଅଡିର ଡ଼୍ରାଇଭରଟି ଫେରାର ହୋଇଯାଇଛି ସମୃକ୍ତ ଅଡିରେ ଥିବା ଦୁଇ ବ୍ୟକ୍ତିଙ୍କୁ ଧରିବାକୁ ସ୍ପେଶାଲ ସ୍କ୍ୱାର୍ଡ଼ ଉଦ୍ୟମ ଜାରି କରିଛି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions