Connect with us

ନୂଆଦିଲ୍ଲୀ: ପୁର୍ବତନ ପ୍ରଧାନମନ୍ତ୍ରୀ ତଥା କର୍ଣ୍ଣାଟକର ଜନତା ଦଳ(ଏସ) ର ପ୍ରତିଷ୍ଠାତା ଦେବା ଗୌଡ଼ ରାଜ୍ୟସଭା ଯିବା ନିଶ୍ଚିତ ହୋଇଯାଇଛି। ଅଗମୀ ୧୯ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନରେ ସେ ଜନତା ଦଳ (ଏସ) ଏବଂ କଂଗ୍ରେସର ମିଳିତ ପାର୍ଥି ହେବାକୁ ଯାଉଛନ୍ତି।
ପ୍ରକୃତ ପକ୍ଷେ ତାଙ୍କ ପାର୍ଥିତ୍ୱ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା।
କଂଗ୍ରେସର ଏହି ନିଷ୍ପତି ପଛରେ କିନ୍ତୁ ଉତ୍ତର ପ୍ରଦେଶର ଜଣେ ଏମପିଙ୍କର ହାତ ଥିଲା । ଆହୁରି କୌତୁହଳର କଥା ଯେ ଏମପି ଜଣଙ୍କ ମୟବତୀଙ୍କ ବିଏସପି ଦଳର ସାଂସଦ।
ଏମପି ଦିନେଶ ଅଲି ଗୌଡ଼ ପରିବାର ସହ ବେଶ ଘନିଷ୍ଠ। ଵିଶେଷକରି ପୁର୍ବତନ ପ୍ରଧାନମନ୍ତ୍ରୀ ଦେବ ଗୌଡ଼ଙ୍କ ସହ ତାଙ୍କର ସମ୍ପର୍କ ଅତି ନିବିଡ। ପ୍ରକୃତରେ ସେ ଜନତା ଦଳ (ଏସ) ରେ ଥିଲେ। ହେଲେ ଗତ ନିର୍ବାଚନରେ ସେ ଦେବା ଗୌଡ଼ଙ୍କ ପରାମର୍ଶରେ ଦଳ ଛାଡି ବିଏସପି ଯୋଗ ଦେଇଥିଲେ ଏବଂ ଉତ୍ତର ପ୍ରଦେଶର ଅମରୋହ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ।
ଦିନେଶ ଅଲିଙ୍କ ଲବି ଯୋଗୁଁ କଂଗ୍ରେସ ଦଳ ତାଙ୍କର ପାର୍ଥିତ୍ୱ ପାଇଁ ପ୍ରସ୍ତାବ ଜନତା ଦଳ (ଏସ)କୁ ଦେଇଥିଲା।
ଶତାଅଶୀ ବୟସ୍କ ଦେବ ଗୌଡ଼ ଜନତା ଦଳ (ଏସ)ର ପାର୍ଥି ହେବାବେଳେ, କଂଗ୍ରେସ ଦଳ ଏହାର ବର୍ଷୀୟାନ ନେତା ସତସ୍ତରୀ
ବର୍ଷୀୟ ମଲ୍ଲିକ।ଅର୍ଜୁନ ଖରଗେଙ୍କୁ ପ୍ରାର୍ଥୀ କରିଛି।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions