ରାଜ୍ୟ

ପେଥାଇ ଫସଲ କ୍ଷତି ପାଇଁ ମିଳିବ ସହାୟତା

Published

on

ଭୁବନେଶ୍ୱର ୧୮/୧୨ : ସାମୂଦ୍ରିକ ଝଡ଼ ପେଥାଇ ଦ୍ୱାରା କ୍ଷତିଗ୍ରସ୍ତ ଫସଲ ପାଇଁ ସରକାରଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯିବ । ମଙ୍ଗଳବାର ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଏହା ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ବୀମା ଅନୁଯାୟୀ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ କ୍ଷତିଗ୍ରସ୍ତ ଲୋକମାନଙ୍କୁ ସହାୟତା ପ୍ରଦାନ କରାଯିବ । କ୍ଷୟକ୍ଷତି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Trending

Exit mobile version