Connect with us

ଭୁବନେଶ୍ୱର: ଆସନ୍ତା ମେ ୩ ତାରିଖ ପରେ ରାଜ୍ୟକୁ ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଓଡିଆମାନେ ରାଜ୍ୟକୁ ଫେରିବାର ସମ୍ଭାବନା ଅଛି । ଏହି ପ୍ରବାସୀ ଫେରାନ୍ତଙ୍କର ସଠିକ ରେଜିଷ୍ଟ୍ରେସନ ଓ କ୍ୱାରାଣ୍ଟ।ଇନ ଦିଗରେ ରାଜ୍ୟ ସରକାରଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ଏକ ଭିଡ଼ିଓ ବାର୍ତ୍ତାରେ ନିବେଦନ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଵିଦେଶରୁ ଆସିଥିବା ବ୍ୟକ୍ତିମାନଙ୍କର ରେଜିଷ୍ଟ୍ରେସନ କରାଇ ଆମେ ଏନେକଟା ସଫଳତା ପାଇଛୁ । ଏହା ପରେ ନିଜମୁଦ୍ଦିନ ତବଲିଗିହରୁ ଫେରିଥିବା ବ୍ୟକ୍ତିମାନେ ମୋର ଅନୁରୋଧ ରକ୍ଷା କରି ରେଜିଷ୍ଟ୍ରେସନ କରିବାରୁ ଆମେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହେଲୁ।

“ଏବେ ଆମର ତୃତୀୟ ଆହ୍ବାନ ହେଉଛି, ପଶ୍ଚିମବଙ୍ଗରୁ ଫେରୁଥିବା ଭାଇଭଉଣୀ ମାନଙ୍କର ଯତ୍ନ । ରାଜ୍ୟରେ ବର୍ତ୍ତମାନ କରୋନା ପଜିଟିଭ ମାନଙ୍କ ମଧ୍ୟରୁ କେବଳ ପଶ୍ଚିମବଙ୍ଗ ଫେରନ୍ତା ହେଉଛନ୍ତି ୫୦ । ଆପଣମାନଙ୍କ ସହଯୋଗରେ ଆମେ ପରିସ୍ଥିତିକୁ ଭଲ ଭାବରେ ମୁକାବିଲା କରିପାରିଛୁ । ପରିସ୍ଥିତି ନିୟନ୍ତ୍ରଣରେ ଅଛି ।”

“ତେବେଆଗାମୀ କିଛି ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଦେଶର ସବୁଠାରୁ ଅଧିକ ସଂକ୍ରମିତ ରାଜ୍ୟ ମହାରାଷ୍ଟ୍ର, ଗୁଜୁରାଟ, ଦିଲ୍ଲୀ, ତାମିଲନାଡୁ, କର୍ଣ୍ଣାଟକ, ରାଜସ୍ଥାନ ତଥା ଆମ ପଡୋଶୀ ପଶ୍ଚିମବଙ୍ଗରୁ ବହୁ ଓଡିଆ ଭାଇଭଉଣୀ ରାଜ୍ୟକୁ ଫେରିବେ। ସେମାନେ ଆମ ଘର ଲୋକ। ବିପଦ ସମୟରେ ମା ଓ ମାତୃଭୂମି ଆଗ ଆମ ମନକୁ ଆସିଥାଏ । ସେମାନେ ସମସ୍ତେ ଆମର ପିଲାଛୁଆ । ଆମ ଭାଇଭଉଣୀ । ସେମାନଙ୍କ ଯତ୍ନ ନେବା ଆମର ଦାୟିତ୍ବ। ବାହାରୁ ଲୋକ ଆସିଲେ ପଜିଟିଭ ସଂଖ୍ୟା ବଢିବ। କିନ୍ତୁ ପରିସ୍ଥିତି ନିୟନ୍ତ୍ରଣରେ ରହିପାରିବ, ଯଦି ଆପଣମାନେ ସରକାରକୁ ପୁରା ସହଯୋଗ ଯୋଗାଇ ଦେବେ।”

“ତେଣୁ ଆମେ ସାବଧାନ ରହିବା । ଧୈର୍ଯ୍ୟ ରଖିବା । ବାହାରୁ ଫେରୁଥିବା ଲୋକଙ୍କ ରେଜିଷ୍ଟ୍ରେସନ କରିବା । ସେମାନଙ୍କୁ quarantineରେ ରଖିବାରେ ସରକାରଙ୍କୁ ପୁରା ସହଯୋଗ କରିବା । ଏହାଦ୍ବାରା ସେମାନେ ସୁସ୍ଥ ରହିବେ । ଆମ ପରିବାର ସୁସ୍ଥ ରହିବ। ଆମ ଗାଁ ଓ ଆମ ସମାଜ ମଧ୍ୟ ସୁସ୍ଥ ରହିବ। ଆପଣମାନଙ୍କର ଟିକିଏ ହେଳା ସମସ୍ତଙ୍କୁ ବିପଦରେ ପକାଇ ପାରେ । ଏହା ହେଉଛି ଜୀବନ ଓ ମୃତ୍ୟୁର କଥା । ଏପରିକି ୧୦ ପ୍ରତିଶତ ଲୋକଙ୍କ ଭୁଲ ଦ୍ବାରା, ସମସ୍ୟା ୧୦୦ ଗୁଣ ବଢିଯିବ।”

ମୁଖ୍ୟମନ୍ତ୍ରୀ କହିଛନ୍ତି,”ଓଡିଶାର ପରିସ୍ଥିତି ଅନ୍ୟ ରାଜ୍ୟମାନଙ୍କ ଠାରୁ ବହୁତ ଭଲ ଅଛି । ଆମେ ଯଦି ସରକାରଙ୍କ ନିୟମ ମାନି ଚଳିବା, ସରକାରଙ୍କୁ ପୁରା ସହଯୋଗ ଯୋଗାଇ ଦେବା, ତେବେ ଓଡିଶା କରୋନା ନିୟନ୍ତ୍ରଣ କରିବାରେ ସାରା ଦେଶରେ ଇତିହାସ ସୃଷ୍ଟି କରିପାରିବ।”

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

ରାଜ୍ୟ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ୧,୮୦୦ ଶହରୁ ୨,୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions