ରାଜ୍ୟ

‘ଫୋନି’ : ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଏବଂ ଜଗତସିଂହପୁର ଅଧିକ ପ୍ରଭାବିତ ହେବ

Published

on

ଭୁବନେଶ୍ୱର ୨/୫ : ‘ଫୋନି’ ଓଡିଶାରେ ଲ୍ୟାଣ୍ଡଫଲ କରିବା ପରେ ସବୁଠୁ ଅଧିକ ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କ ମଧ୍ୟରେ ରହିଛି ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଏବଂ ଜଗତସିଂହପୁର । କେନ୍ଦ୍ରାପଡା ଏବଂ ବାଲେଶ୍ୱର ଜିଲ୍ଲା ଆଂଶିକ କ୍ଷତିଗ୍ରସ୍ତ ହେବ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ଅନୁମାନ କରାଯାଇଛି । ତେବେ ଆଜିଠାରୁ ପବନର ବେଗ ବଢିବ ଏବଂ ଉପକୂଳବର୍ତ୍ତୀ ୧୧ଟି ଜିଲ୍ଲାକୁ ସାମୁଦ୍ରିକ ଝଡ ପ୍ରଭାବିତ କରିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ ।
ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ୨ ତାରିଖ ପାଇଁ ୭ଟି ଜିଲ୍ଲା-ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କୋରାପୁଟ, ରାୟଗଡା ଏବଂ କନ୍ଧମାଳରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଅଂଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୩ ତାରିଖରେ ୧୭ଟି ଜିଲ୍ଲା-ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର, କନ୍ଧମାଳ, ରାୟଗଡା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜରେ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *

Trending

Exit mobile version