Connect with us

ବରଗଡ଼ ୨୧/୨ : ବରଗଡ଼ରେ ଆୟୋଜିତ ଚାଷୀ ମହାସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର‌୍ୟ୍ୟାୟ କାଳିଆ ଯୋଜନାର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କାଳିଆ ଯୋଜନା ସାରା ଦେଶକୁ ବାଟ ଦେଖାଇଛି । ଏହାକୁ କେହି ରୋକି ପାରିବେନ ନାହିଁ । ଏଥିରେ ସାମିଲ ହେବାକୁ ଥିବା ହିତାଧିକାରୀ ଯେପରି ଟଙ୍କା ପାଇବାରୁ ବଞ୍ଚିତ ନ ହୁଅନ୍ତ ସେଥିପ୍ରତି ସେ ନଜର ରଖିବେ ବୋଲି କହିଛନ୍ତି ।
ଇଚ୍ଛାପାଲିରେ ଆୟୋଜିତ ସମାବେଶରେ କାଳିଆ ଯୋଜନାରେ ଚାଷୀଙ୍କୁ ଦ୍ୱିତୀୟ ପର‌୍ୟ୍ୟାୟ ଟଙ୍କା ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଦ୍ୱିତୀୟ ପର‌୍ୟ୍ୟାୟରେ ପ୍ରାୟ ୧୪ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କରାଯାଇଛି । ସେହିପରି ପ୍ରଧାନମନ୍ତ୍ରୀଙ୍କ କିଷାନ ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଥିରେ କ୍ଷୁଦ୍ର ଚାଷୀ, ଭାଗ ଚାଷୀଙ୍କ ପାଇଁ କିଛି ବ୍ୟବସ୍ଥା ନାହିଁ । ଏମାନଙ୍କୁ ପିଏମ୍‌ କିଷାନ ଯୋଜନାରେ ସାମିଲ କରିବାକୁ ଦାବି କରିଛନ୍ତି । ଚାଷୀଙ୍କୁ ମିଳୁଥିବା ୬ ହଜାର ଟଙ୍କା ପର‌୍ୟ୍ୟାପ୍ତ ନୁହେଁ ୧୦ ହଜାର ଟଙ୍କା ଦେବାକୁ ଦାବି କରିଛନ୍ତି ।
ଏହା ସହିତ ଆଜି ବରଗଡ ଜିଲ୍ଲା ଗସ୍ତ ଅବସରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରାଯାଇଛି । ୫୧୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ୧୭ଟି ପ୍ରକଳ୍ପର ଉଦ୍‌ଘାଟନ ଏବଂ ୧୪୯୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ୩୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions