ରାଜନୀତି

ବିଜେଡିରେ ତୁଷାରକାନ୍ତି ବେହେରା

Published

on

ଭୁବନେଶ୍ୱର ୨/୪ : ‘ପଦ୍ମ’ ଶିବିରରୁ ଗୋଟିଏ ପରେ ଗୋଟିଏ ଟାଣୁଆ ନେତା ବାହାରିବାରେ ଲାଗିଛନ୍ତି । ନିକଟରେ ଆନନ୍ଦପୁରର ବିଜେପି ବିଧାୟକ ପ୍ରାର୍ଥୀ ଦଳ ଛାଡି ବିଜେଡିରେ ସାମିଲ ହେବା ପରେ ପରେ ଆଜି ବିଜେପିର ଆଉ ଜଣେ ଟାଣୁଆ ନେତା ଗେରୁଆ ଦଳ ସହ ସବୁଦିନ ପାଇଁ ସଂପର୍କ ଛିନ୍ନ କରି ବିଜେଡିରେ ସାମିଲ ହୋଇଛନ୍ତି । ବିଜେପିର କାକଟପୁରର ବିଧାୟକ ପ୍ରାର୍ଥୀ ତୁଷାରକାନ୍ତି ବେହେରା ଆଜି ବିଜେଡିରେ ମିଶିଛନ୍ତି । ନବୀନ ନିବାସ ଆସି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ‘ଶଂଖ’ ଧରିଛନ୍ତି ତୁଷାର ଏବଂ ତାଙ୍କର ସମର୍ଥକ । ତେବେ ବିଜେଡିରେ ସାମିଲ ହେବା ପରେ ତୁଷାରକାନ୍ତି ବେହେରା କହିଛନ୍ତି, ସେ ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟଶଳୀରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି । ତାଙ୍କ ପରି ଉଚ୍ଚଶିକ୍ଷିତ ଯୁବପୀଢି ବିଜେଡିରେ ସାମିଲ ହେବା ପାଇଁ ସେ ଆହ୍ୱାନ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Trending

Exit mobile version