Connect with us

ଭୁବନେଶ୍ୱର ୧୦/୪ : କଂଗ୍ରେସର ବହୁ ମହିଳା କର୍ମୀ ଏବଂ ଖୋର୍ଦ୍ଧା ଜିଲ୍ଲାର ବହୁ ବିଜେପି କର୍ମୀଙ୍କ ସମେତ ପୁରୀ ଶ୍ରୀମନ୍ଦିର ସିଂହାରୀ ସେବକ ତାଙ୍କ ସମର୍ଥକମାନଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ଗତକାଲି ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ମହିଳା କଂଗ୍ରେସ ସଭାନେତ୍ରୀ କମଳା ତିରିଆ, ଭାଗ୍ୟଶ୍ରୀ ପ୍ରଧାନ, ସାଧାରଣ ସମ୍ପାଦିକା ସୁଜାତା ଜେନା, ସୋନପୁର ଜିଲ୍ଲା ସଭାନେତ୍ରୀ ବିଜୟିନୀ ତିରିଆ ଆନୁଷ୍ଠାନିକ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।
ସେହିପରି ପୂର୍ବତନ ଖୋର୍ଦ୍ଧା ଜିଲ୍ଲା ପରିଷଦ ଅଧ୍ୟକ୍ଷ ରାମଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ବରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର କଂଗ୍ରେସର ସଂଖ୍ୟାଲଘୁ ସେଲ୍ ଉପାଧ୍ୟକ୍ଷ ମହମ୍ମଦ ଆରିଫ୍, ପୂର୍ବତନ ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ସନ୍ତୋଷ ଜେନା, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ବିନତି ଜେନା, ଖୋର୍ଦ୍ଧା ପୌରପାଳିକାର ପୂର୍ବତନ କାଉନସିଲର ବିଜେପିର ବିରଞ୍ଚି ନାରାୟଣ ସେଠୀ, ଅନ୍ନପୂର୍ଣ୍ଣା ଦାସ, କଂଗ୍ରେସର ପ୍ରଶାନ୍ତ ରଥ, ବିଭୁତିଭୂଷଣ ମିଶ୍ର, ଲକ୍ଷ୍ମୀନାରାୟଣ ସ୍ବାଇଁ, ପୂର୍ବତନ ସରପଞ୍ଚ ପ୍ରକାଶ ଚନ୍ଦ୍ର ବେହେରା, ଖୋର୍ଦ୍ଧା ଜିଲ୍ଲା ଯୁବ କଂଗ୍ରେସ ସଭାପତି ସନ୍ତୋଷ ହୋତା, ଜଟଣୀ ପୌରପାଳିକାର କଂଗ୍ରେସ ସାଧାରଣ ସମ୍ପାଦକ ଉମାକାନ୍ତ ମହାପାତ୍ର, ପୂର୍ବତନ କାଉନସିଲର ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଖୋର୍ଦ୍ଧା ଜିଲ୍ଲା ମହିଳା କଂଗ୍ରେସ ପୂର୍ବତନ ସଭାନେତ୍ରୀ ନମିତା ପାଳ ଦଳରେ ସାମିଲ ହୋଇଛନ୍ତି। ଏମାନଙ୍କ ବ୍ୟତୀତ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ନେତୃତ୍ବରେ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ସିଂହାରୀ ସେବକ ଗୌରହରି ସିଂହାରୀ ଏବଂ ତାଙ୍କ ସମର୍ଥକମାନେ ନିଜ ନିଜର ଦଳ ପରିତ୍ୟାଗ କରି ବିଜେଡିରେ ଯୋଗ ଦେଇଥିଲେ। ବିଜେଡି ପ୍ରତି ଆସ୍ଥା ପ୍ରକଟ କରି ଦଳରେ ଯୋଗ ଦେଇଥିବା ସମସ୍ତ କର୍ମୀଙ୍କୁ ବିଜେଡି ସଭାପତି ଶ୍ରୀ ପଟ୍ଟନାୟକ ସ୍ବାଗତ କରିବା ସହ କଂଗ୍ରେସର ମହିଳା କର୍ମୀଙ୍କ ଯୋଗଦାନ ଦଳକୁ ଆହୁରି ସୁଦୃଢ଼ କରିବ ବୋଲି କହିଥିଲେ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions