Connect with us

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ପକ୍ଷରୁ କିଡ୍‌ନି ରୋଗୀଙ୍କ ପାଇଁ ଆରମ୍ଭ ହୋଇଥିବା ମାଗଣା ଡାଏଲିସିସ୍ ସେବା ‘ସହାୟ’ ଆରମ୍ଭରୁ ବିବାଦ ଘେରକୁ ଆସିଛି। ପିପିପି ମୋଡ୍‌ରେ ଚାଲୁଥିବା ଏହି ଡାଏଲିସିସ୍ ସେବାରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ଗୋଟିଏ କି ଦୁଇଟି ଜିଲ୍ଲାରେ ନୁହେଁ ୪ରୁ ଅଧିକ ଜିଲ୍ଲାରେ ଏଭଳି ଅବ୍ୟବସ୍ଥା ନେଇ ପ୍ରଶ୍ନ ଉଠିଛି। କେଉଁଠି ରୋଗୀଙ୍କ ପାଇଁ ଡାକ୍ତର ଉପଲବ୍ଧ ‌ନାହାନ୍ତି ତ ଆଉ କେଉଁଠି ରୋଗୀଙ୍କୁ ଦିଆଯାଉଥିବା ମାଗଣା ଇଞ୍ଜେକସନ୍‌ର କଳାବଜାରୀ ହେଉଛି। ଏମିତିକି ଏସବୁ କେନ୍ଦ୍ରରେ ନିଯୁକ୍ତି ଦିଆଯାଉଥିବା ଟେକ୍‌ନିସିଆନ୍‌ମାନଙ୍କୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜାଲ ଅଭିଜ୍ଞତା ସାର୍ଟିଫିକେଟ୍ ଦର୍ଶାଇ ଟେକ୍‌ନିସିଆନ୍ ନିଯୁକ୍ତି ହୋଇଥିବା ନଜରକୁ ଆସୁଛି। ଫଳରେ ପିପିପି ମୋଡ୍‌ରେ ଆରମ୍ଭ ହୋଇଥିବା ଏହି କେନ୍ଦ୍ରରେ ରୋଗୀଙ୍କ ଜୀବନ ସହିତ ଏମିତି ଖେଳ ଚାଲିଛି।

ଗତବର୍ଷ ଡିସେମ୍ବର ମାସରେ ରାଜ୍ୟ ସରକାରଙ୍କ ପକ୍ଷରୁ ‘ସହାୟ’ ଯୋଜନା ଘୋଷଣା କରିଥିଲେ। ଚଳିତବର୍ଷ ପହିଲାରୁ ପିପିପି ମୋଡ୍‌ରେ ଏହି ଯୋଜନା ଆରମ୍ଭ ହୋଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ମାଗଣା ଡାଏଲିସିସ୍ ସେବା ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଛି। ଏ ପର୍ଯ୍ୟନ୍ତ ୨୧ଟି ଜିଲ୍ଲାରେ ଏହା କାର୍ଯ୍ୟକାରୀ ହୋଇପାରିଛି। ରାହି କେୟାର ପକ୍ଷରୁ ପିପିପି ମୋଡ୍‌ରେ ଡାଏଲିସିସ୍ ସେବା ଦିଆଯାଉଛି। ହେଲେ ସଂପୃକ୍ତ ସଂସ୍ଥାର ବିଶ୍ବସନୀୟତା ନେଇ ଗଦାଗଦା ପ୍ରଶ୍ନ ଉଠିଲାଣି। ନୂଆପଡ଼ା ଜିଲ୍ଲାରେ ଡାଏଲିସିସ୍ କେନ୍ଦ୍ରରେ ନିଯୁକ୍ତ ହୋଇଥିବା ଡାକ୍ତର ସଂପୃକ୍ତ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଛନ୍ତି। ୩ଟି ପର୍ଯ୍ୟାୟରେ ୧୨ ଘଣ୍ଟା ଡାଏଲିସିସ୍ ଚାଲୁଛି। ଏପରିସ୍ଥଳେ ଦୁଇଟି ସ୍ଥାନରେ ଜଣେ ଡାକ୍ତର କିଭଳି କାର୍ଯ୍ୟ କରୁଛନ୍ତି ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ସେହିପରି ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାଏଲିସିସ୍ କେନ୍ଦ୍ରରେ ରୋଗୀଙ୍କ ଚିକିତ୍ସା ନେଇ କେହି ଡାକ୍ତର ନ ଥିବା ଅଭିଯୋଗ ହୋଇଛି। ଟେକ୍‌ନିସିଆନ୍‌ ହିଁ ସର୍ବେସର୍ବା। ଡାଏଲିସିସ୍ ସମୟରେ ଜଣେ ଡାକ୍ତରଙ୍କ ଉପସ୍ଥିତ ରହିବାର ନିୟମ ଥିଲେ ହେଁ ବିନା ଡାକ୍ତରଙ୍କ ଉପସ୍ଥିତିରେ ଡାଏଲିସିସ୍ ହେଉଛି। ଏହାସହ କିଡ୍‌ନି ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜଣେ ନେଫ୍ରୋଲୋଜିଷ୍ଟ ଆବଶ୍ୟକ ରହିଛି। ହେଲେ ମୁଖ୍ୟ ଚିକିତ୍ସାଳୟକୁ ନେଫ୍ରୋଲୋଜିଷ୍ଟ ଆସୁ ନ ଥିବାରୁ ରୋଗୀମାନେ ଘରୋଇ ଡାକ୍ତରଖାନା ସେମାନଙ୍କ ରିପୋର୍ଟ ଦେଖାଇବାକୁ ବାଧ୍ୟ ହେଉଛନ୍ତି।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

ରାଜ୍ୟ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ୧,୮୦୦ ଶହରୁ ୨,୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Continue Reading

ରାଜ୍ୟ

ଡ଼ି ଏମ ଏଫ ଅର୍ଥ ଖର୍ଚ୍ଚ ନେଇ କଡା ଆଭିମୁଖ୍ୟ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published

on

ଭୁବନେଶ୍ୱର: ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବା ଡ଼ିଏମଏଫ ଅର୍ଥ ବ୍ୟୟର ଅଡିଟ ରିପୋର୍ଟ ଓ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ କଡା ନିର୍ଦେଶ ଦେଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମଙ୍ଗଳବାର ଡ଼ିଏମଏଫ  ବୈଠକରେ ପାଣ୍ଠିର ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ ନିର୍ଦେଶ ଦେଇଛନ୍ତି ଯେ ଏଣିକି ଲଘୁ ଖଣିଜ ପଦାର୍ଥରୁ ମିଳୁଥୁବା ଡ଼ିଏମଏଫ ପାଣ୍ଠି କେବଳ ସେହି ଜିଲ୍ଲା ରେ ଖର୍ଚ୍ଚ ହେବ ।

 

ଆଲୋଚନାରୁ ଜଣାପଡିଛିଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ ହୋଇଛି ଏବଂ ପ୍ରାୟ ୫୫ ପ୍ରତିଶତ ଟଙ୍କା ଖର୍ଚ୍ଚ ହୋଇଛି । ଏହି ଖର୍ଚ୍ଚକୁ ବୃଦ୍ଧି କରି ଲୋକଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହା ସହିତ, ୧୦ ଟି ଜିଲ୍ଲାରେ ଡ଼ି.ଏମ.ଏଫ ପୁନଃ ଗଠନ ହେବା ପରେ ଟ୍ରଷ୍ଟ ବୋର୍ଡ ମିଟିଂ ହୋଇସାରିଛି ବୋଲି ବୈଠକରୁ ଜଣାଯାଇଛି ।

ବୈଠକରେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ପ୍ରତ୍ୟେକ DMFର ଅଡିଟ୍ ରିପୋର୍ଟ ସହିତ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ ଏବଂ ଲଘୁ ଖଣିଜ ପଦାର୍ଥ (Minor Minerals) ରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ଯେକୌଣସି ସ୍ଥାନରେ ବ୍ୟବହାର କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଣ୍ଠିକୁ ସେହି ସ୍ଥାନର ମୌଳିକ ଆବଶ୍ୟକତା ଯଥା – ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ଯୋଗାଣ, ଗମନାଗମନ ଆଦି ବ୍ୟବସ୍ଥା ରେ ଖର୍ଚ୍ଚ କରିବା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଖଣି ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନ ଗୁଡ଼ିକରେ ଲୋକଙ୍କୁ ସମ୍ପୂର୍ଣ୍ଣ ମୌଳିକ ସେବା (Saturation Mode) ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରୁ ଜଣାଯାଇଛି ଯେ, DMF ଟ୍ରଷ୍ଟବୋର୍ଡ ବୈଠକ ଡକାଯାଇ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରାଯିବ। DMF ଦ୍ୱାରା ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ପ୍ରଭାବିତ ଗ୍ରାମଗୁଡ଼ିକୁ ଚିହ୍ନଟ କରାଯିବ। ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ଜାଗା ଗୁଡିକରେ ଥିବା ଜନବସତି ଗୁଡିକରେ ହେଉଥିବା ପ୍ରଦୂଷଣକୁ ରୋକିବା ପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ।

ଯେଉଁ ଜିଲ୍ଲାଗୁଡ଼ିକରେ ବାର୍ଷିକ DMF ପାଣ୍ଠି 10 କୋଟି ଟଙ୍କା କିମ୍ବା ତା’ଠାରୁ ଅଧିକ ସଂଗ୍ରହ ହେଉଛି, ସେମାନେ ଏକ ଏଣ୍ଡାଓମେଣ୍ଟ ପାଣ୍ଠି (Endowment Fund) ଗଠନ କରିବେ। ଏହି ଏଣ୍ଡାଓମେଣ୍ଟ ପାଣ୍ଠିକୁ ସରକାରୀ ସିକ୍ୟୁରିଟି କିମ୍ବା ଅନୁସୂଚିତ ବ୍ୟାଙ୍କଗୁଡ଼ିକର ବଣ୍ଡ ଏବଂ ଏଫଡିରେ ବିନିଯୋଗ କରାଯିବ । ଖଣିଜ ପଦାର୍ଥ ଶେଷ ହେବା ପରେ କିମ୍ୱା କୌଣସି କାରଣରୁ ଖଣି କାର୍ଯ୍ୟକଳାପ ବନ୍ଦ ହୋଇଯାଇଥିବା ଅଞ୍ଚଳରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ଜୀବିକା ସୃଷ୍ଟି ପାଇଁ ଏହି ପାଣ୍ଠି ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions