ଭୁବନେଶ୍ୱର ୧୦/୧ : ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ପ୍ରସ୍ତାବକୁ ସମର୍ଥନ କରିଛି ଏନସିପି । ଦଳର ମୁଖ୍ୟ ଶତଦ ପାୱାର ଶ୍ରୀ ପଟ୍ଟନାୟକଙ୍କୁ ଚିଠି ଲେଖି ଏହି ପ୍ରସ୍ତାବ ପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି । ସେ କହିଛନ୍ତି ଯେ, ସଂସଦରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ପ୍ରସ୍ତାବ ଆସିଲେ ଏନସିପି ନିଶ୍ଚୟ ତାହାକୁ ସମର୍ଥନ କରିବ ।