Connect with us

କଳାହାଣ୍ଡି ୯/୪ : ଜୟପାଟଣା ଓ ନର୍ଲାରେ ଜନସଭାକୁ ସମ୍ବୋଧିତ କରିଛନ୍ତି ନବୀନ । ମାଆ ମାନେ ହେଉଛନ୍ତି ପ୍ରକୃତରେ ବିକାଶର ଡବଲ ଇଂଜିନ । ବିଜେଡି ସରକାର ମହିଳାଙ୍କ ଉପରେ ଗୁରୁତ୍ୱ ଦେଇଛି । ସବୁ ଝିଅ ମାଗଣାରେ ପାଠ ପଢିବେ ବୋଲି କହିଛନ୍ତି ନବୀନ ପଟ୍ଟନାୟକ । କେଜିରୁ କଲେଜ, ମେଡିକାଲ, ଇଂଜିନିୟରିଂ ସବୁ ଝିଅ ମାଗଣାରେ ପାଠ ପଢିବେ । ମାଆ ମାନଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସହାୟତା ରାଶି ବଢିବ । ୭ ଲକ୍ଷ ବଦଳରେ ୧୦ ଲକ୍ଷକୁ ବୃଦ୍ଧି କରାଯିବ । ସେହିପରି ମିଶନ ଶକ୍ତିରେ ମାଆ ମାନଙ୍କୁ ବାର୍ଷିକ ୫ ହଜାର କୋଟିର ସରକାରୀ କାମ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । କେବିକେ ଯୋଜନା କାହିଁକି ବନ୍ଦ ହେଲା ନବୀନ ପ୍ରଶ୍ନ କରିଛନ୍ତି । ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଆଜି ପ୍ରଥମେ ଭବାନୀପାଟଣାରେ ମାଆ ମାଣିକେଶ୍ୱରୀ ପୀଠରେ ପହଚିଂଥିଲେ ମୁଖ୍ୟମନ୍ତ୍ରୀ । ମାଣିକେଶ୍ୱରୀଙ୍କ ଦର୍ଶନ କରି ନବୀନ ପଟ୍ଟନାୟକ ଆଜିର ପ୍ରଚାର ଆରମ୍ଭ କରିଛନ୍ତିି । ଲୋକଙ୍କ ଭଲ ସମର୍ଥନ ରହିଛି ଓ ବିଜେଡି ଭଲ ରେଜଲ୍ଟ କରିବ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions