ଦେଶ ବିଦେଶ

ମାଡି ଆସୁଛି ‘ତିତଲି’ !

Published

on

ମାଡି ଆସୁଛି ସମ୍ଭାବ୍ୟ ବାତ୍ୟା ‘ତିତଲି’ । କେନ୍ଦ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି । ଆଜି ରାତି ସୁଦ୍ଧା ଏହା ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ । ଏବେ ଗୋପାଳପୁର ଠାରୁ ପାଖାପାଖି ୫ଶହ କିଲୋମିଟର ଦୂରରେ ତିତଲି ରହିଛି । ୧୧ ତାରିଖ ସକାଳେ ଏହା କଳିଙ୍ଗପଟ୍ଟନମ-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୯୦ରୁ ଶହେ କିଲୋମିଟର ଭିତରେ ରହିବ । ଏହା ପ୍ରଭାବରେ ଆଜି ସନ୍ଧ୍ୟାରେ ଦକ୍ଷିଣ ଓଡିଶାରେ ବର୍ଷା ଆରମ୍ଭ ହୋଇଯିବ । ଏହାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ସମସ୍ତ ଜିଲ୍ଳାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଯୁଗ୍ମ ରିଲିଫ କମିଶନର ସୂଚନା ଦେଇଛନ୍ତି । ଆବଶ୍ୟକ ସ୍ଥଳେ ତଳିଆ ଅଂଚଳର ଲୋକଙ୍କୁ ସ୍ଥାନାନ୍ତର କରିବାକୁ ମଧ୍ୟ ବ୍ୟବସ୍ଥା ହୋଇଛି । ରାଜ୍ୟର ସମସ୍ତ ୮୭୯ ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୧ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ବନ୍ୟା ହେବାର ଆଶଙ୍କା ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଉଦ୍ଧାର କାମ ପାଇଁ ପ୍ରାୟ ୩୦୦ ବୋଟ ଡ୍ରାଇଭର ସହ ପ୍ରସ୍ତୁତ ରହିବାକୁ କୁହାଯାଇଛି । ସମସ୍ତ ଅଗ୍ନିଶମ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଆବଶ୍ୟକୀୟ ଉପକରଣ ସହ ପ୍ରସ୍ତୁତ ରହିବାକୁ ତପ୍ତର କରାଯାଇଛି । ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ରେଡ ଆଲର୍ଟ ଜାରି କରାଯାଇଛି । ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜିବୀଙ୍କୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Trending

Exit mobile version