Connect with us

ନୂଆପଡ଼ା ୮/୪ : ନିର୍ବାଚନୀ ଇସ୍ତାହାରରେ ମହିଳା ଓ ଝିଅଙ୍କୁ ଗୁରୁତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ । ନିର୍ବାଚନୀ ସଭାରେ ମା’ଙ୍କ ଉଦ୍ଦେଶ୍ୟରେ ନବୀନ କହିଛନ୍ତି ମା’ମାନେ ବିକାଶର ପ୍ରକୃତ ଡବଲ ଇଞ୍ଜିନ୍ । ବିଜେଡ଼ି କ୍ଷମତାକୁ ଆସିଲେ ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସହାୟତା ରାଶି ବୃଦ୍ଧି କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ମା’ମାନଙ୍କୁ ୭ ଲକ୍ଷ ବଦଳରେ ୧୦ ଲକ୍ଷ ପ୍ରଦାନ କରାଯିବ । ଏହାବ୍ୟତୀତ ମିଶନ ଶକ୍ତିର ମା’ମାନଙ୍କୁ ୫ ହଜାର କୋଟି ପର‌୍ୟ୍ୟନ୍ତ ସରକାରୀ କାମ ଯେଗ।ଇ ଦିଆଯିବ ।
ନବୀନଙ୍କ ଫୋକସରେ ମହିଳା । ଗରିବ ଝିଅ ମାନଙ୍କୁ ବିବାହ ସମୟରେ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ । ସବୁ ସ୍ୱୟଂ ସହାୟକ ଗୋଷ୍ଠୀର ମା’ ମାନଙ୍କ ପାଇଁ ବିନା ସୁଧରେ ୫ ଲକ୍ଷ ପର‌୍ୟ୍ୟନ୍ତ ଋଣ ପ୍ରଦାନ କରାଯିବ । ରାଜ୍ୟର ସମସ୍ତ ଝିଅଙ୍କୁ ମାଗଣାରେ ଶିକ୍ଷା ସୁବିଧା ଉପଲବ୍ଧ କରାଯିବ । କେଜିରୁ କଲେଜ, ମେଡ଼ିକାଲ, ଇଞ୍ଜିନିୟରିଂ ସବୁ ପାଠ୍ୟକ୍ରମ ପାଇଁ ମାଗଣାରେ ପଢ଼ିପାରିବେ ଝିଅମାନେ । ଦଳ ସରକାର ଗଢ଼ିଲେ ଆଶ୍ରମ ସ୍କୁଲ ପରିଚାଳନା, ଡାକ୍ତରଖାନା ପରିଚାଳନା, ସ୍କୁଲ ୟୁନିଫର୍ମ ଯୋଗାଣ ଅନେକ ସରକାରୀ କାମ ପାଇଁ ମିଶନ ଶକ୍ତିର ମା’ମାନଙ୍କୁ ନିୟୋଜିତ କରାଯିବ । ଯଦ୍ୱାରା ମିଶନ ଶକ୍ତିର ମା’ମାନେ ୫ ଶହ କୋଟି ଟଙ୍କାର ଲାଭ ପାଇବେ ।
ଚଳିତ ନିର୍ବାଚନରେ ପ୍ରାୟ ୫୦ ପ୍ରତିଶତ ମହିଳା ଭୋଟର ରହିଛନ୍ତି । ଆଉ ଏହି ମହିଳାମାନେ ସରକାର ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଓ କଳାହାଣ୍ଡି ଗସ୍ତରେ ଥିବା ବେଳେ ଏହି ଘୋଷଣା କରିଛନ୍ତି । ନୂଆପଡା ତରବୋଡ ପ୍ରଚାର ସଭାରେ ଜନସଧାରଣଙ୍କୁ ଉଦବୋଧନ ଦେଇ ବିଜେଡି ଇସ୍ତାହାରରେ ମହିଳାଙ୍କୁ ପ୍ରାଧାନ୍ୟ ଦିଆଯାଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions