Connect with us

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଏ ଜାତିର, ଏ ଦେଶର ଭବିଷ୍ୟତ । ଶିକ୍ଷା ହେଉଛି ପରିବର୍ତ୍ତନର ଚାବିକାଠି। ଶିକ୍ଷା ହେଉଛି ପ୍ରକୃତ ସଶକ୍ତିକରଣ। ତେଣୁ ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ସେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମହାମାରୀ ଯୋଗୁ ସେ ବହୁତ ଦିନ ହେଲା ହିଞ୍ଜିଳି ଯାଇପାରି ନାହାନ୍ତି । ଏବେ ପରିସ୍ଥିତିରେ ଉନ୍ନତି ଆସିଥିବାରୁ ସେ ଖୁବ ଶୀଘ୍ର ହିଞ୍ଜିଳି ଗସ୍ତ କରି ଜନସାଧାରଣଙ୍କୁ ଭେଟିବେ ।

କୋଭିଡ ଯୁଦ୍ଧରେ ଗଞ୍ଜାମବାସୀଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ “କରୋନା ମହାମାରୀ ସହ ଆପଣମାନେ ଯେପରି ଲଢିଲେ, ଗଞ୍ଜାମ ଯେପରି ଲଢିଲା, ତାହା ସାରା ବିଶ୍ବ ଦେଖିଛି । ଆପଣମାନଙ୍କ ସହଯୋଗରେ ଆଜି କରୋନାକୁ ନିୟନ୍ତ୍ରଣ କରିବାରେ ଆମେ ସଫଳ ହୋଇଛୁ। ଏ ଦିଗରେ ଗଞ୍ଜାମର ସଫଳତା ସାରା ବିଶ୍ବର ପ୍ରଶଂସା ପାଇଥିଲା । ସେଥିପାଇଁ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ, ଆମର ପଞ୍ଚାୟତ ପ୍ରତିନିଧି ମାନଙ୍କୁ, ମିଶନ ଶକ୍ତିର ମା ମାନଙ୍କୁ ଓ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଉଛି। ଟୀକାକରଣ ଆରମ୍ଭ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ବିପଦ ପୁରା ଦୂର ହୋଇନାହିଁ । ତେଣୁ ଆମକୁ ସାବଧାନ ରହିବାକୁ ହେବ ।”

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ହିଞ୍ଜିଳିର ଜନସାଧାରଣଙ୍କ ସୁଖଦୁଃଖ, ସବୁଥିରେ ସେ ସେମାନଙ୍କ ସହିତ ରହିଛନ୍ତି ଓ ରହିଥିବେ । ସାରା ଓଡିଶା ସହିତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ଅଞ୍ଚଳର ବିକାଶ ଉପରେ ସେ ନଜର ରଖିଛନ୍ତି ବୋଲି କହିଥିଲେ ।

ହିଞ୍ଜିଳି ସହରର ବିକାଶ ପାଇଁ ୨୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଗଲା ବୋଲି ପ୍ରକାଶ କରି ସେ କହିଥିଲେ ଯେ ଆଧୁନିକ ସହର ମାନଙ୍କରେ ମିଳୁଥିବା ବିଭିନ୍ନ ସୁବିଧା ହିଞ୍ଜିଳିବାସୀ ଯେପରି ପାଇପାରିବେ, ସେଥିପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟର ଛୋଟ ଛୋଟ ସହରର ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ସେ ପ୍ରକାଶ କରିଥିଲେ।

ଏହି ଅବସରରେ ହିଞ୍ଜିଳିର ନୂତନ ପ୍ରକଳ୍ପ ଗୁଡିକ ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଆସ୍କା ସାଂସଦ ପ୍ରମିଳା ବିଷୋଇ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ.ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାତନନ୍, ଗଞ୍ଜାମ ଜିଲ୍ଲାପାଳ ଓ ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

ରାଜ୍ୟ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ୧,୮୦୦ ଶହରୁ ୨,୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Continue Reading

ରାଜ୍ୟ

ଡ଼ି ଏମ ଏଫ ଅର୍ଥ ଖର୍ଚ୍ଚ ନେଇ କଡା ଆଭିମୁଖ୍ୟ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published

on

ଭୁବନେଶ୍ୱର: ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବା ଡ଼ିଏମଏଫ ଅର୍ଥ ବ୍ୟୟର ଅଡିଟ ରିପୋର୍ଟ ଓ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ କଡା ନିର୍ଦେଶ ଦେଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମଙ୍ଗଳବାର ଡ଼ିଏମଏଫ  ବୈଠକରେ ପାଣ୍ଠିର ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ ନିର୍ଦେଶ ଦେଇଛନ୍ତି ଯେ ଏଣିକି ଲଘୁ ଖଣିଜ ପଦାର୍ଥରୁ ମିଳୁଥୁବା ଡ଼ିଏମଏଫ ପାଣ୍ଠି କେବଳ ସେହି ଜିଲ୍ଲା ରେ ଖର୍ଚ୍ଚ ହେବ ।

 

ଆଲୋଚନାରୁ ଜଣାପଡିଛିଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ ହୋଇଛି ଏବଂ ପ୍ରାୟ ୫୫ ପ୍ରତିଶତ ଟଙ୍କା ଖର୍ଚ୍ଚ ହୋଇଛି । ଏହି ଖର୍ଚ୍ଚକୁ ବୃଦ୍ଧି କରି ଲୋକଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହା ସହିତ, ୧୦ ଟି ଜିଲ୍ଲାରେ ଡ଼ି.ଏମ.ଏଫ ପୁନଃ ଗଠନ ହେବା ପରେ ଟ୍ରଷ୍ଟ ବୋର୍ଡ ମିଟିଂ ହୋଇସାରିଛି ବୋଲି ବୈଠକରୁ ଜଣାଯାଇଛି ।

ବୈଠକରେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ପ୍ରତ୍ୟେକ DMFର ଅଡିଟ୍ ରିପୋର୍ଟ ସହିତ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ ଏବଂ ଲଘୁ ଖଣିଜ ପଦାର୍ଥ (Minor Minerals) ରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ଯେକୌଣସି ସ୍ଥାନରେ ବ୍ୟବହାର କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଣ୍ଠିକୁ ସେହି ସ୍ଥାନର ମୌଳିକ ଆବଶ୍ୟକତା ଯଥା – ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ଯୋଗାଣ, ଗମନାଗମନ ଆଦି ବ୍ୟବସ୍ଥା ରେ ଖର୍ଚ୍ଚ କରିବା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଖଣି ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନ ଗୁଡ଼ିକରେ ଲୋକଙ୍କୁ ସମ୍ପୂର୍ଣ୍ଣ ମୌଳିକ ସେବା (Saturation Mode) ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରୁ ଜଣାଯାଇଛି ଯେ, DMF ଟ୍ରଷ୍ଟବୋର୍ଡ ବୈଠକ ଡକାଯାଇ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରାଯିବ। DMF ଦ୍ୱାରା ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ପ୍ରଭାବିତ ଗ୍ରାମଗୁଡ଼ିକୁ ଚିହ୍ନଟ କରାଯିବ। ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ଜାଗା ଗୁଡିକରେ ଥିବା ଜନବସତି ଗୁଡିକରେ ହେଉଥିବା ପ୍ରଦୂଷଣକୁ ରୋକିବା ପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ।

ଯେଉଁ ଜିଲ୍ଲାଗୁଡ଼ିକରେ ବାର୍ଷିକ DMF ପାଣ୍ଠି 10 କୋଟି ଟଙ୍କା କିମ୍ବା ତା’ଠାରୁ ଅଧିକ ସଂଗ୍ରହ ହେଉଛି, ସେମାନେ ଏକ ଏଣ୍ଡାଓମେଣ୍ଟ ପାଣ୍ଠି (Endowment Fund) ଗଠନ କରିବେ। ଏହି ଏଣ୍ଡାଓମେଣ୍ଟ ପାଣ୍ଠିକୁ ସରକାରୀ ସିକ୍ୟୁରିଟି କିମ୍ବା ଅନୁସୂଚିତ ବ୍ୟାଙ୍କଗୁଡ଼ିକର ବଣ୍ଡ ଏବଂ ଏଫଡିରେ ବିନିଯୋଗ କରାଯିବ । ଖଣିଜ ପଦାର୍ଥ ଶେଷ ହେବା ପରେ କିମ୍ୱା କୌଣସି କାରଣରୁ ଖଣି କାର୍ଯ୍ୟକଳାପ ବନ୍ଦ ହୋଇଯାଇଥିବା ଅଞ୍ଚଳରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ଜୀବିକା ସୃଷ୍ଟି ପାଇଁ ଏହି ପାଣ୍ଠି ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions