Connect with us

ଭୁବନେଶ୍ୱର: ରାଜ୍ୟରେ ଥିବା ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ସରକାରୀ ସ୍କୁଲ କଲେଜ ଛାତ୍ର ଛାତ୍ରୀଙ୍କ ୧୫ % ସିଟ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପ୍ରସ୍ତାବ ରଖିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ସର୍ବଭାରତୀୟ ସ୍ତରରେ ନିଟ୍‌ ଏବଂ ଜେଇଇ ପରି ସାଧାରଣ ପ୍ରବେଶିକା ପରୀକ୍ଷା ପ୍ରଚଳନ ହେବା ପରେ ରାଜ୍ୟର ସରକାରୀ ସ୍କୁଲ ଓ କଲେଜ ମାନଙ୍କରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ସଂଖ୍ୟା ଉଲ୍ଲେଖନୀୟ ଭାବରେ ହ୍ରାସ ପାଉଥିବା ପରିଲକ୍ଷିତ ହେଉଛି।

ଏହା ଛାତ୍ରଛାତ୍ରୀ ମାନଙ୍କର ମେଧାର ଅଭାବ ଯୋଗୁ ନୁହେଁ; ବରଂ ଏହିସବୁ ପରୀକ୍ଷା ପାଇଁ ଆବଶ୍ୟକ ହେଉଥିବା କୋଚିଂ ସୁବିଧା ପାଇପାରି ନଥିବାରୁ ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀ ମାନେ ଉପରୋକ୍ତ ପ୍ରବେଶିକା ପରୀକ୍ଷାରେ ଭଲ ପ୍ରଦର୍ଶନ କରିପାରୁ ନାହାନ୍ତି । ଏହିସବୁ ପ୍ରବେଶିକା ପରୀକ୍ଷାରେ ଭଲ ପ୍ରଦର୍ଶନ ପାଇଁ ଯେଉଁ ସ୍ବତନ୍ତ୍ର ତାଲିମ ଆବଶ୍ୟକ, ତାହା କେବଳ ଏହି କୋଚିଂ ସେଣ୍ଟର ମାନଙ୍କରେ ହିଁ ଉପଲବ୍‌ଧ ହୋଇଥାଏ । ଏହି କୋଚିଂ ସେଣ୍ଟର ଗୁଡିକ ମୁଖ୍ୟତଃ ସହର ଭିତ୍ତିକ ଏବଂ ଏଠାରେ ତାଲିମ ନେବା ପାଇଁ ବିପୁଳ ଅର୍ଥର ଆବଶ୍ୟକତା ରହିଛି । ସରକାରୀ ସ୍କୁଲ ଓ କଲେଜରେ ପଢୁଥିବା ପିଲାମାନଙ୍କ ପକ୍ଷରେ ଆର୍ଥିକ ଦୃଷ୍ଟିରୁ ଏହିସବୁ କୋଚିଂ କେନ୍ଦ୍ରରେ ତାଲିମ ନେବା ସମ୍ଭବ ହୋଇପାରୁନାହିଁ। ଏହାସହିତ କୋଚିଂ ସେଣ୍ଟର ଗୁଡିକ ଠାରୁ ସେମାନେ ଦୂରରେ ରହୁଥିବାରୁ ସେମାନଙ୍କ ପକ୍ଷରେ ନିୟମିତ କୋଚିଂ ନେବା ସମ୍ଭବପର ହେଉନାହିଁ । ଏହା ଓଡିଶାର ସଂଖ୍ୟାଧିକ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଅସମାନ ପରିସ୍ଥିତି ସୃଷ୍ଟି କରୁଛି ।

ଏହି ପରିପ୍ରେକ୍ଷୀରେ ରାଜ୍ୟ କ୍ୟାବିନେଟ ଓଡିଶାର ସରକାରୀ ମେଡିକାଲ ଓ ଇଞିନିୟରିଂ କଲେଜ ମାନଙ୍କରେ ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ପାଇଁ ଉପଯୁକ୍ତ ସଂଖ୍ୟକ ସ୍ଥାନ ସଂରକ୍ଷଣ ପାଇଁ ସଂକଳ୍ପ ଗ୍ରହଣ କରିଛି । ଏ ସଂପର୍କରେ ଆବଶ୍ୟକ ସୁପାରିଶ କରିବା ପାଇଁ ଓଡିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ମାନ୍ୟବର ଜଷ୍ଟିସ୍‌ ଡଃ ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାପନ୍ନ କମିଟି ଗଠନ କରାଯାଇଥିଲା ।

ଏହି ଉଚ୍ଚକ୍ଷମତାପନ୍ନ କମିଟି ପରିସ୍ଥିତିର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ଓ ବିଶ୍ଳେଷଣ ପରେ ନିମ୍ନୋକ୍ତ ନିଷ୍କର୍ଷ ଓ ସୁପାରିଶ ପ୍ରଦାନ କରିଛନ୍ତି:

୧. ଓଡିଶାରେ ସରକାରୀ ସ୍କୁଲ ମାନଙ୍କରେ ପ୍ରାୟ ୮୬ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ, ରାଜ୍ୟ ମେଡିକାଲ କଲେଜରେ ସେମାନେ ୨୩ ପ୍ରତିଶତ ଏବଂ ଇଞ୍ଜିନିୟରିଂ କଲେଜରେ ୨୧ ପ୍ରତିଶତ ସିଟ୍‌ରେ ସ୍ଥାନ ପାଇପାରୁଛନ୍ତି ।

୨. କିନ୍ତୁ ରାଜ୍ୟର ଘରୋଇ ସ୍କୁଲ ମାନଙ୍କରେ ମାତ୍ର ୧୨ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ, ସେମାନେ ଉଭୟ ମେଡିକାଲ ଓ ଇଞ୍ଜିନିୟରିଂ କଲେଜର ୬୦ ପ୍ରତିଶତ ସିଟ୍‌ ପାଉଛନ୍ତି। ଏହା ସ୍ଷଷ୍ଟ ଭାବରେ ସୂଚିତ କରୁଛି ଯେ କୋଚିଂ ପ୍ରତିଷ୍ଠାନ ଗୁଡିକ ଯାହାକି ଜାତୀୟ ପ୍ରବେଶିକା ପରୀକ୍ଷା ଗୁଡିକରେ ସଫଳତା ଲାଭ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି, ସେଠାରେ ନାମ ଲେଖାଇବା ପାଇଁ ଆର୍ଥିକ ତଥା ପାରିପାର୍ଶ୍ବିକ ସୁବିଧା ଅଭାବରୁ ଏଭଳି ବିଷମତା ସୃଷ୍ଟି ହେଉଛି। ଏହି ବିଷମତା ଦ୍ବାରା ସଂଖ୍ୟାଧିକ ଛାତ୍ରଛାତ୍ରୀ ପ୍ରଭାବିତ ହେଉଛନ୍ତି।

ଏହି ସମସ୍ୟାର ସମାଧାନ ପାଇଁ କମିଟି ନିମ୍ନୋକ୍ତ ସୁପାରିଶ ପ୍ରଦାନ କରିଛନ୍ତି:

ରାଜ୍ୟର ସରକାରୀ ହାଇସ୍କୁଲ ମାନଙ୍କରେ ପାଠ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ୧୫ ପ୍ରତିଶତ ସ୍ଥାନ ସଂରକ୍ଷିତ ରହିବ ।

ଏହି ସଂରକ୍ଷଣ ସୁବିଧା ସମସ୍ତ ସଂରକ୍ଷିତ ବର୍ଗ ତଥା ସାଧାରଣ ବର୍ଗର ପିଲାଙ୍କ ସ୍ଥାନ ସମେତ ସବୁ ସ୍ତରରେ ସମାନୁପାତିକ ଭାବେ ଲାଗୁ କରାଯିବ।

୩. ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସରକାର ଓଡିଶା ପ୍ରଫେସନାଲ ଏଜୁକେସନାଲ ଇନଷ୍ଟିଚ୍ୟୁସନ୍‌ସ ( ରେଗୁଲେସନ ଅଫ ଆଡ୍‌ମିଶନ ଆଣ୍ଡ ଫିକ୍‌ସେସନ୍‌ ଅଫ ଫି) ଆକ୍ଟ, ୨୦୦୭ର ଧାରା ୯ ଅନୁଯାୟୀ ବିଜ୍ଞପ୍ତି ଜାରି କରିପାରିବେ।

“ଓଡିଶା ରାଜ୍ୟର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚକ୍ଷମତାସଂପନ୍ନ କମିଟିର ସୁପାରିଶକୁ ଗ୍ରହଣ କରିବା ପାଇଁ ମୁଁ ଏହି ପବିତ୍ର ଗୃହକୁ ନିବେଦନ କରୁଛି । ଏହା ରାଜ୍ୟର ମେଧାବୀ ଓ ବୁଦ୍ଧିମାନ ଛାତ୍ରଛାତ୍ରୀ ଯେଉଁମାନଙ୍କର କୋଟିଂ ପ୍ରତିଷ୍ଠାନ ଗୁଡିକରେ ପଢିବା ପାଇଁ ଆର୍ଥିକ ଏବଂ ପାରିପାର୍ଶ୍ବିକ ସୁବିଧା ନାହିଁ, ସେମାନଙ୍କ ମନୋବଳ ବୃଦ୍ଧି କରିବ। ଉଚ୍ଚକ୍ଷମତାପନ୍ନ କମିଟିର ରିପୋର୍ଟକୁ ଏହି ପବିତ୍ର ଗୃହର ସଦସ୍ୟ ମାନଙ୍କୁ ପ୍ରଦାନ କରିବା ପାଇଁ ଅନୁମତି ଦେବାକୁ ମୁଁ ମାନ୍ୟବର ବାଚସ୍ପତିଙ୍କୁ ଅନୁରୋଧ କରୁଛି।”

Continue Reading
Click to comment

Leave a Reply

Your email address will not be published. Required fields are marked *

ରାଜ୍ୟ

ହାପି ଆକ୍ସିସ ଫାଉଣ୍ଡେସନ ର ଆର୍ଟ କର୍ମଶାଳା

Published

on

ଭୁବନେଶ୍ୱର : ପବିତ୍ର ରଜ ସଂକ୍ରାନ୍ତି ଅବସରରେ ମାଟି, ଗଛ ଓ ପ୍ରକୃତି ସହ ମଣିଷର ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଏବଂ ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ‘ପ୍ଲାନଟିୟୋର୍ ଏ ପ୍ଲାନଟେ’ ଶୀର୍ଷକ ଏକ ସୃଜନଶୀଳ କର୍ମଶାଳା ଏଠାର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ବିଭିନ୍ନ ବର୍ଗରୁ ୫୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇ ମାଟିପାତ୍ର ଚିତ୍ରାଙ୍କନ ଏବଂସେଥିରେ ବୃକ୍ଷରୋପଣ କାର୍ଯ୍ୟରେ ସକ୍ରିୟ ଭାବେ ଭାଗ ନେଇଥିଲେ।

କର୍ମଶାଳାରେ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଏକ ମାଟିପାତ୍ର ଓ ଏକ ଚାରା ଗଛ ପ୍ରଦାନ କରାଯାଇଥିଲା। ସେମାନେ ନିଜ କଳ୍ପନା ଓ ସୃଜନଶୀଳତାର ରଙ୍ଗରେ ମାଟିପାତ୍ରକୁ ସଜାଇବା ସହିତ ସେଥିରେ ଚାରା ରୋପଣ କରି ଘରକୁ ନେଇଯାଇଥିଲେ। ଏହା ପ୍ରକୃତି ପ୍ରତି ସଚେତନତା, ମାନସିକ ପ୍ରଶାନ୍ତି ଏବଂ ସୃଜନଶୀଳତାର ଏକ ସୁନ୍ଦର ସମନ୍ୱୟ ଥିଲା।

କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ କଳାକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ କଟକ କୁମ୍ଭାର ସାହିର କାରିଗରମାନଙ୍କ ନିର୍ମିତ ମାଟିପାତ୍ର ବ୍ୟବହାର କରାଯାଇଥିଲା। ଏହା ସହ ଚାରାଗୁଡ଼ିକୁ ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟ ଟିମ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା। ଆୟୋଜକମାନଙ୍କ ମତାନୁସାରେ, ମାଟିର ସ୍ପର୍ଶ ଓ ପ୍ରକୃତି ସହ ସଂଯୋଗ ମାନସିକ ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ ଏବଂ ଏପରି କାର୍ଯ୍ୟକ୍ରମ ଲୋକଙ୍କୁ ସକାରାତ୍ମକ ଅନୁଭୂତି ପ୍ରଦାନ କରେ।

ହାପି ଆକ୍ସିସ ଫାଉଣ୍ଡେସନର ସହଯୋଗରେ ଆୟୋଜିତ ଏହି କର୍ମଶାଳା ଅଜିତ ଆର୍ଟ ଆଣ୍ଡ କ୍ରାଫ୍ଟର ଏକ ନିଆରା ପ୍ରୟାସ ଭାବେ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା। ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ରଥଯାତ୍ରା ଅବସରରେ ଏକ ଭିନ୍ନ ଶୈଳୀରେ ଜଗନ୍ନାଥ ପେଣ୍ଟିଂକୁ ନେଇ ଆଉ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜନ କରାଯିବ। ଏହି କର୍ମଶାଳା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳା ଓ ସଂସ୍କୃତିକୁ ନୂତନ ପିଢ଼ୀ ସହ ଯୋଡ଼ିବାକୁ ଉଦ୍ୟମ କରାଯିବ।

 

 

Continue Reading

ରାଜ୍ୟ

ଭୁବନେଶ୍ୱର ଇନ୍ଦିରା ଗାନ୍ଧୀ ପାର୍କ ଅବ୍ୟବସ୍ଥା ଦେଖି ରାଗିଲେ ସହରୀ ମନ୍ତ୍ରୀ କୃଷ୍ଣ ମହାପାତ୍ର

Published

on

ଭୁବନେଶ୍ୱର: ଓଡିଶା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଆଇଜି ପାର୍କ (ଇନ୍ଦିରା ଗାନ୍ଧୀ ପାର୍କ) ଅଚାନକ ପରିଦର୍ଶନ କରିବା ସମୟରେ ସେଠାକାର ଅବ୍ୟବସ୍ଥା ଦେଖି ବିରକ୍ତି ପ୍ରକାଶ କଲେ ।

ପାର୍କର ଅବ୍ୟବସ୍ଥା, ବିଶେଷ କରି ଶୌଚାଳୟ ଏବଂ ପରିସ୍ରାଗାରର ଶୋଚନୀୟ ଅବସ୍ଥା ଦେଖି ଡକ୍ଟର ମହାପାତ୍ର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏଥିରେ ତୁରନ୍ତ ସୁଧାର ଆଣିବା ସହ ଉପଯୁକ୍ତ ପରିମଳ, ନିୟମିତ ରକ୍ଷଣାବେକ୍ଷଣ ଏବଂ ସେବା ମାନରେ ଉନ୍ନତି ଆଣିବାକୁ ସେ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ଅବହେଳା ଜାରି ରହେ, ତେବେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ଭୁବନେଶ୍ୱର ସହରର ଏକ ପ୍ରମୁଖ ସ୍ଥାନରେ ଅବସ୍ଥିତ ଏହି ପାର୍କକୁ ପ୍ରତିଦିନ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଆସୁଥିବାରୁ ଏହାର ଯତ୍ନ ଏବଂ ପରିମଳ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ଆବଶ୍ୟକ। ପରିଦର୍ଶନ ସମୟରେ ମନ୍ତ୍ରୀ ସେଠାକୁ ଆସିଥିବା ପର୍ଯ୍ୟଟକମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର  ଏନ୍. ଗଣେଶ ବାବୁ ଉପସ୍ଥିତ ଥିଲେ। ପାର୍କକୁ ସବୁବେଳେ ସ୍ୱଚ୍ଛ, ନିରାପଦ ଏବଂ ପରିଦର୍ଶକ-ଅନୁକୂଳ କରିବା ପାଇଁ ଅଧିକାରୀ ଓ ରକ୍ଷଣାବେକ୍ଷଣ କର୍ମଚାରୀମାନଙ୍କୁ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Continue Reading

ରାଜ୍ୟ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ୧,୮୦୦ ଶହରୁ ୨,୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions